ପ୍ରଥମ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ କଲେ ନବୀନ
ଭୁବନେଶ୍ୱର -:ରାଜ୍ୟରେ ଆରମ୍ଭ ହୋଇଛି ଶିକ୍ଷାର ଉତ୍ସବ । ଶିକ୍ଷାକୁ ଏକ ସାମାଜିକ ଆନ୍ଦୋଳନରେ ପରିଣତ କରିବା ପାଇଁ, ଶିକ୍ଷା ବ୍ୟବସ୍ଥାରେ ନୂଆ ବିପ୍ଳବ ଆଣିବା ପାଇଁ ୫-ଟି ଉପକ୍ରମରେ ଆରମ୍ଭ ହୋଇଛି ଅଭିନବ ପ୍ରୟାସ । ଜିଲ୍ଲା, ବ୍ଲକ, ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟତ୍ରୀ, ପୁରାତନ ଛାତ୍ର କମିଟି, ଗ୍ରାମ ପଞ୍ଚାୟତ, ଶିକ୍ଷା ଅଧିକାରୀ, ଜିଲ୍ଲା, ବ୍ଲକ ସମସ୍ତଙ୍କ ଅବଦାନ ପାଇଁ ମିଳିଛି “ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର” । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରସ୍କାର ପ୍ରଦାନ କରିଛନ୍ତି। [...]
ଭୁବନେଶ୍ୱର -:ରାଜ୍ୟରେ ଆରମ୍ଭ ହୋଇଛି ଶିକ୍ଷାର ଉତ୍ସବ । ଶିକ୍ଷାକୁ ଏକ ସାମାଜିକ ଆନ୍ଦୋଳନରେ ପରିଣତ କରିବା ପାଇଁ, ଶିକ୍ଷା ବ୍ୟବସ୍ଥାରେ ନୂଆ ବିପ୍ଳବ ଆଣିବା ପାଇଁ ୫-ଟି ଉପକ୍ରମରେ ଆରମ୍ଭ ହୋଇଛି ଅଭିନବ ପ୍ରୟାସ । ଜିଲ୍ଲା, ବ୍ଲକ, ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟତ୍ରୀ, ପୁରାତନ ଛାତ୍ର କମିଟି, ଗ୍ରାମ ପଞ୍ଚାୟତ, ଶିକ୍ଷା ଅଧିକାରୀ, ଜିଲ୍ଲା, ବ୍ଲକ ସମସ୍ତଙ୍କ ଅବଦାନ ପାଇଁ ମିଳିଛି “ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର” । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରସ୍କାର ପ୍ରଦାନ କରିଛନ୍ତି।
ବ୍ୟକ୍ତିଗତ ଓ ଆନୁଷ୍ଠାନିକ ଦୁଇଟି ବର୍ଗରେ ପୁରସ୍କାର ପ୍ରଦାନ କରାଯାଇଛି। ସମୁଦାୟ ୧୬ଟି ବିଭାଗରେ ୭୫୧୯ ଟି ପୁରସ୍କାର ପ୍ରଦାନ କରାଯାଇଛି। ସମୁଦାୟ ୧୩୮ କୋଟି ଟଙ୍କାର ପୁରସ୍କାର ପ୍ରଦାନ କରାଯାଇଛି।
ବ୍ୟକ୍ତିଗତ ପୁରସ୍କାର (ମାଧ୍ୟମିକ) ବର୍ଗରେ ମାଟ୍ରିକ ପରୀକ୍ଷାରେ ସର୍ବଶ୍ରେଷ୍ଠ ପ୍ରଦର୍ଶନ ପାଇଁ ୨୦୨୭ ଜଣ ମେଧାବୀ ଛାତ୍ରଛାତ୍ରୀ, ୭୦୦ ଶିକ୍ଷକ ଶିକ୍ଷୟିତ୍ରୀ, ୪୧୯ ଜଣ ପ୍ରଧାନ ଶିକ୍ଷକ, ୫୮ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ, ୧୦ ଜଣ ଗୋଷ୍ଠୀ ଶିକ୍ଷା ଅଧିକାରୀ, ୩ ଜଣ ଜିଲ୍ଲା ଶିକ୍ଷା ଅଧିକାରୀ ପୁରସ୍କାର ପାଇଛନ୍ତି।
ସେହିପରି ବ୍ୟକ୍ତିଗତ ପୁରସ୍କାର (ପ୍ରାଥମିକ) ବର୍ଗରେ ୩୫୦ ଜଣ ପ୍ରଧାନ ଶିକ୍ଷକ ଓ ୩୧୯ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ପୁରସ୍କାର ପାଇଛନ୍ତି। ଆନୁଷ୍ଠାନିକ (ମାଧ୍ୟମିକ) ବର୍ଗରେ ୪ଟି ଜିଲ୍ଲା, ୧୦ଟି ବ୍ଲକ, ୧୦୫୭ଟି ସ୍କୁଲ, ୪୧୯ଟି ବିଦ୍ୟାଳୟ ପରିଚାଳନା କମିଟି, ୪୧୯ଟି ପୁରାତନ ଛାତ୍ର କମିଟି, ୪୧୪ଟି ଗ୍ରାମ ପଞ୍ଚାୟତ ପୁରସ୍କାର ପାଇଛନ୍ତି।
ସେହିପରି ଆନୁଷ୍ଠାନିକ (ପ୍ରାଥମିକ) ବର୍ଗରେ ୧୩୦୭ଟି ବିଦ୍ୟାଳୟ ପୁରସ୍କାର ପାଇଛନ୍ତି। ଏହା ବ୍ୟତୀତ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ବର୍ଗରେ ୩ଟି ଆନୁଷ୍ଠାନିକ ପୁରସ୍କାର ପ୍ରଦାନ କରାଯାଇଛି। ବିଦ୍ୟାଳୟ ଶିକ୍ଷାର ସାମଗ୍ରିକ ବିକାଶ ସହ ପିଲାଙ୍କ ବୌଦ୍ଧିକ ବିକାଶ ପାଇଁ ଏହି ପୁରସ୍କାର ପ୍ରଦାନ କରାଯାଉଛି।
ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହିତ ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି, ଅନୁସୂଚିତ ଜନଜାତି, ଜାତି, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା ଏବଂ ପଞ୍ଚାୟତରାଜ ପାନୀୟ ଜଳ, ସୂଚନା ଲୋକ ସମ୍ପର୍କ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ପ୍ରମୁଖ ଉପସ୍ଥିତ ଥିଲେ ।
କାର୍ଯ୍ୟକ୍ରମରେ ଉପସ୍ଥିତ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ଅନ୍ୟମାନଙ୍କୁ ଉଦ୍ବୋଧନ ଦେଇ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କହିଲେ ଯେ କୋଭିଡ ସମୟରୁ ପିଲାଙ୍କ ପାଠପଢାର ଅସୁବିଧାକୁ ଦେଖି ମୁଖ୍ୟମନ୍ତ୍ରୀ ଅନଲାଇନ ଜରିଆରେ ପାଠପଢାର ବ୍ୟବସ୍ଥା ସମ୍ପର୍କରେ ଚିନ୍ତା କରିଥିଲେ । ଏହାପରେ ଆରମ୍ଭ ହୋଇଥିଲା ୫-ଟି ହାଇସ୍କୁଲ ରୂପାନ୍ତର। ବର୍ତ୍ତମାନ ସୁଦ୍ଧା ପ୍ରାୟ ୮ ହଜାର ସ୍କୁଲର ରୂପାନ୍ତର ହୋଇସାରିଛି। ସେ କହିଲେ ଯେ, ହାଇସ୍କୁଲ ରୂପାନ୍ତର ଟିମ୍ ୱାର୍କର ଅନନ୍ୟ ଉଦାହରଣ । ପୁରାତନ ଛାତ୍ରଛାତ୍ରୀ, ଜନ ପ୍ରତିନିଧି, ପ୍ରଶାସନ ସମସ୍ତେ ଏକ ଟିମ୍ ଭଳି କାମ କରିଛନ୍ତି । ଆପଣମାନେ ସମସ୍ତେ ଓଡିଶାର ବିକାଶର ଗୋଟିଏ ଗୋଟିଏ ସ୍ତମ୍ଭ । ଆପଣମାନେ ପିଲାଙ୍କ ଭିତରେ ରୂପାନ୍ତରଣର ବୀଜ ବପନ କରିଛନ୍ତି। ଏଥିପାଇଁ ସେ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ ।
ଏହା ଦ୍ୱାରା ଆଜି ପିଲାଙ୍କ ଉତ୍ସାହ ବଢିଛି। ଆଜିର ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଶିକ୍ଷା ପରିବେଶ ସହିତ ଜଡିତ ସମସ୍ତଙ୍କ ଉତ୍ସାହ, ମନୋବଳ ବୃଦ୍ଧି କରିଛି। ପିଲାଙ୍କ ସ୍ୱପ୍ନକୁ ଅଧିକ ଉଚ୍ଚ କରିବା ଏବଂ ପୂରଣ କରିବାର ଆତ୍ମବିଶ୍ୱାସକୁ ବୃଦ୍ଧି କରିବା ଦିଗରେ ଏହି ପୁରସ୍କାର ସହାୟକ ହେବ। ଓଡିଶାରେ ମାଧ୍ୟମିକ ଶିକ୍ଷା କ୍ଷେତ୍ରରେ ଏକ ବିପ୍ଳବ ଆସିଛି ବୋଲି କହିଲେ ଅତ୍ୟୁକ୍ତି ହେବ ନାହିଁ ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସ୍ୱପ୍ନର ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନ ଦିଗରେ ଆଜି ସମସ୍ତେ ଜଣେ ଜଣେ ଚମ୍ପିଅନ ହୋଇପାରିଛନ୍ତି ବୋଲି ସେ କହିଥିଲେ। ମାଧ୍ୟମିକ ସ୍କୁଲ ସହିତ ଉଚ୍ଚ ମାଧ୍ୟମିକ ଓ କଲେଜର ମଧ୍ୟ ରୂପାନ୍ତରଣ ଚାଲିଛି। ଖୁବ୍ ଶୀଘ୍ର ଏହି ଅନୁଷ୍ଠାନ ଗୁଡିକ ଲୋକାର୍ପିତ ହେବ ବୋଲି ସେ କହିଥିଲେ।
ଏହି କାର୍ଯ୍ୟକ୍ରମରେ ସ୍କୁଲ ଓ ଗଣଶିକ୍ଷା ବିଭାଗର କମିଶନର ତଥା ସଚିବ ଅଶ୍ବଥୀ ଏସ୍ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଓସେପାର ସ୍ବତନ୍ତ୍ର ପ୍ରୋଜେକ୍ଟ ଡାଇରେକ୍ଟର ଧନ୍ୟବାଦ ଅର୍ପଣ କରିଥିଲେ ।
ଇଡି ବିରୋଧରେ ଏଫ୍ଆଇଆର୍ ଦେଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ
Next ArticleOdisha Govt Effects Minor Reshuffle in Senior IPS Level
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
