ଆଇପିଏସ ଅଫିସର ବି. ରାଧିକାଙ୍କୁ ସ୍ୱେଚ୍ଛାକୃତ ଅବସର ପାଇଁ ଅନୁମତି ଦେଲେ ରାଜ୍ୟ ସରକାର
ଭୁବନେଶ୍ୱର – ୧୯୮୯ ବ୍ୟାଚ୍ ଆଇପିଏସ ଅଫିସର ବି.ରାଧିକା ସ୍ୱେଚ୍ଛାକୃତ ଅବସର ନେଇଛନ୍ତି । ତାଙ୍କର ସ୍ୱେଚ୍ଛାକୃତ ଅବସର ଆବେଦନକୁ ଗ୍ରହଣ କରିଛନ୍ତି ରାଜ୍ୟ ସରକାର । ଫେବ୍ରୁଆରୀ ୧ ଅପରାହ୍ନରୁ ତାଙ୍କୁ ସ୍ୱେଚ୍ଛାକୃତ ଅବସର ନେବା ପାଇଁ ଅନୁମତି ମିଳିଛି । ଏ ନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଧିକା କେନ୍ଦ୍ରୀୟ ଡେପୁଟେସନରୁ ଗତବର୍ଷ ନଭେମ୍ବରରେ ଓଡ଼ିଶା ଫେରିଥିଲେ । ରାଧିକା ଚଳିତବର୍ଷ ଜୁଲାଇ ମାସରେ ଚାକିରିରୁ [...]
ଭୁବନେଶ୍ୱର – ୧୯୮୯ ବ୍ୟାଚ୍ ଆଇପିଏସ ଅଫିସର ବି.ରାଧିକା ସ୍ୱେଚ୍ଛାକୃତ ଅବସର ନେଇଛନ୍ତି । ତାଙ୍କର ସ୍ୱେଚ୍ଛାକୃତ ଅବସର ଆବେଦନକୁ ଗ୍ରହଣ କରିଛନ୍ତି ରାଜ୍ୟ ସରକାର । ଫେବ୍ରୁଆରୀ ୧ ଅପରାହ୍ନରୁ ତାଙ୍କୁ ସ୍ୱେଚ୍ଛାକୃତ ଅବସର ନେବା ପାଇଁ ଅନୁମତି ମିଳିଛି । ଏ ନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଧିକା କେନ୍ଦ୍ରୀୟ ଡେପୁଟେସନରୁ ଗତବର୍ଷ ନଭେମ୍ବରରେ ଓଡ଼ିଶା ଫେରିଥିଲେ । ରାଧିକା ଚଳିତବର୍ଷ ଜୁଲାଇ ମାସରେ ଚାକିରିରୁ ଅବସର ନେଇଥାନ୍ତେ ।
ବି.ରାଧିକା ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେବା ପାଇଁ ୨୦୨୩ ଡିସେମ୍ବର ୩୧ ଓ ଚଳିତବର୍ଷ ଜାନୁୟାରୀ ୧୧ ତାରିଖରେ ଦୁଇଥର ଆବେଦନ କରିଛନ୍ତି । ସର୍ବଭାରତୀୟ ସେବା ରୁଲସ-୧୯୫୮ର ରୁଲ-୧୬(୨) ଆଧାରରେ ସେ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ପାଇଁ ଆବେଦନ କରିଥିଲେ । ତେବେ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେବା ପାଇଁ ଜଣେ ସର୍ବଭାରତୀୟ ଅଫିସରଙ୍କୁ ନିଜ ଚାକିରି କାଳର ୩୦ବର୍ଷ ପୂରଣ ଅବା ସେ ୫୦ବର୍ଷ ବୟସରେ ଉପନୀତ ହେବାର ଆବଶ୍ୟକତା ରହିଛି ଓ ରାଜ୍ୟ ସରକାରଙ୍କୁ ଅତିକମରେ ୩ମାସ ପୂର୍ବରୁ ଲିଖିତ ଭାବେ ଆବେଦନ ଦେବାର ଆବଶ୍ୟକତା ରହିଛି । ତେବେ ରାଜ୍ୟ ସରକାରଙ୍କ ପାଖରେ ଏହି ୩ ମାସ ଅବଧିକୁ କୋହଳ କରିବାର କ୍ଷମତା ଥିବାରୁ ସରକାର ରାଧିକାଙ୍କ କ୍ଷେତ୍ରରେ ଏହି ଆବେଦନ ନିମନ୍ତେ ‘ସର୍ବନିମ୍ନ ୩ ମାସ ପୂର୍ବରୁ’ ନିୟମକୁ କୋହଳ କରିଛନ୍ତି ।

CM Naveen Gives Away ‘Mukhyamantri Shikhya Puraskar’
Next ArticleEkamra Utsav Unveiled: Celebrating Odia Language and Culture in Bhubaneswar
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
