୫-ଟି ଅଧ୍ୟକ୍ଷଙ୍କ ଅକ୍ଷର ଭୂମି ପରିଦର୍ଶନ, ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପ୍ରସ୍ତୁତିର ସମୀକ୍ଷା
ଭୁବନେଶ୍ୱର – ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଆଜି ସନ୍ଧ୍ୟାରେ ଜନତା ମଇଦାନ ଓ ଅକ୍ଷର ଭୂମି ପରିଦର୍ଶନ କରି ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ପାଇଁ ଚାଲିଥିବା ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କରିଛନ୍ତି। ସୂଚନାଯୋଗ୍ୟ ଯେ, ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ରାଜ୍ୟର ସମସ୍ତ ବ୍ଲକ ଓ ଗ୍ରାମ ପଞ୍ଚାୟତକୁ ଯୋଡିବା ସହିତ ଗୁରୁତ୍ୱପୂର୍ଣ୍ଣ ଅଧିବେଶନ ଗୁଡିକର ଲାଇଭ ଷ୍ଟ୍ରିମିଙ୍ଗ, ଭାଷା ଓ ଏହାର ଭବିଷ୍ୟତ ଉପରେ ସ୍ୱତନ୍ତ୍ର ଦୃଷ୍ଟି [...]
ଭୁବନେଶ୍ୱର – ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଆଜି ସନ୍ଧ୍ୟାରେ ଜନତା ମଇଦାନ ଓ ଅକ୍ଷର ଭୂମି ପରିଦର୍ଶନ କରି ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ପାଇଁ ଚାଲିଥିବା ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କରିଛନ୍ତି।
ସୂଚନାଯୋଗ୍ୟ ଯେ, ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ରାଜ୍ୟର ସମସ୍ତ ବ୍ଲକ ଓ ଗ୍ରାମ ପଞ୍ଚାୟତକୁ ଯୋଡିବା ସହିତ ଗୁରୁତ୍ୱପୂର୍ଣ୍ଣ ଅଧିବେଶନ ଗୁଡିକର ଲାଇଭ ଷ୍ଟ୍ରିମିଙ୍ଗ, ଭାଷା ଓ ଏହାର ଭବିଷ୍ୟତ ଉପରେ ସ୍ୱତନ୍ତ୍ର ଦୃଷ୍ଟି ଦେବା ଉପରେ ସେ ଗୁରୁତ୍ୱ ଆରୋପ କରିଥିଲେ। ଏହି ସମ୍ମିଳନୀରେ ଭାଷା ସମ୍ପର୍କରେ ଯେଉଁ ପ୍ରସ୍ତାବ ଗୃହୀତ ହେବ, ତାକୁ ଭିତ୍ତି କରି ଗୁରୁତ୍ୱପୂର୍ଣ୍ଣ ନୀତି ନିର୍ଦ୍ଧାରଣ କରି ଭବିଷ୍ୟତ କାର୍ଯ୍ୟପନ୍ଥା ଗ୍ରହଣ କରିବାକୁ ସେ ପରାମର୍ଶ ଦେଇଥିଲେ ।

ଉଲ୍ଲେଖଯୋଗ୍ୟ ଯେ ଐତିହ୍ୟ କ୍ୟାବିନେଟର ନିଷ୍ପତ୍ତି ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ସମ୍ମିଳନୀ ଆୟୋଜନ ପାଇଁ ନିର୍ଦ୍ଦେଶ ଦେଇଥିଲେ। ସମ୍ମିଳନୀର ମୁଖ୍ୟ ପ୍ରସଙ୍ଗ ହେଉଛି ‘ଭାଷା ହିଁ ଭବିଷ୍ୟତ’। ସମ୍ମିଳନୀରେ ବିଭିନ୍ନ ବିଷୟ ଉପରେ ୧୬ଟି ଏକାଡେମିକ ଅଧିବେଶନ ରହିଛି। ଏଥିରେ ବହୁ ମାନ୍ୟଗଣ୍ୟ ଭାଷାବିତ୍, ବୁଦ୍ଧିଜୀବୀ ଙ୍କ ସମେତ ସ୍କୁଲ, କଲେଜର ଛାତ୍ରଛାତ୍ରୀ ଯୋଗଦେବେ।
ଏହି ସମ୍ମିଳନୀ ଓଡିଶାର ଅତୀତ ଓ ବର୍ତ୍ତମାନର ରୂପାନ୍ତରଣ ପ୍ରକ୍ରିୟା ଉପସ୍ଥାପିତ କରିବ। ଅକ୍ଷର ଭୂମିରେ ପ୍ରଥମ ଥର ପାଇଁ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ପାଳନ କରାଯିବ। ଐତିହ୍ୟ ନଗରୀ ଭୁବନେଶ୍ୱର କେନ୍ଦ୍ର ସ୍ଥଳରେ ଏହି ସମ୍ମିଳନୀ ଓଡିଆ ଭାଷାର ଜୟଗାନ କରିବ। ଆମ ଭାଷାର ସୌନ୍ଦର୍ଯ୍ୟ ଓ ଖାଣ୍ଡେଲାଇଟ ପଥରରେ ଲିପିବଦ୍ଧ ହୋଇଥିବା କଳିଙ୍ଗ ସ୍ଥାପତ୍ୟର ଅନନ୍ୟ ନିଦର୍ଶନ ଏହା ମାଧ୍ୟମରେ ପ୍ରତିଫଳିତ ହେବ। ଭାଷାପ୍ରେମୀ ବିଶେଷ କରି ଯୁବ ପିଢିଙ୍କ ପାଇଁ ଏହା ହେବ ପ୍ରମୁଖ ଆକର୍ଷଣ ସ୍ଥଳୀ।
୧୬ଟି ଉପ ଜିଲ୍ଲାସ୍ତରୀୟ ଡାକ୍ତରଖାନାରେ ଡାଏଲେସିସ୍ କେନ୍ଦ୍ର ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
Next Article5T Chairman Visits Akhayara Bhoomi, Reviews Preparation for First World Odia Language Conference
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
