न्यूज़रूम ओडिशा
ब्रेकिंग
ओडिया समाचार

କାଲିଠାରୁ ଷୋଡଶ ବିଧାନସଭାର ଶେଷ ଅଧିବେଶନ , ୮ରେ ଆଗତ ହେବ ଅନ୍ତରୀଣ ବଜେଟ

ଭୁବନେଶ୍ୱର – ଆସନ୍ତାକାଲିଠୁ ଆରମ୍ଭ ହେବ ବିଧାନସଭାର ବଜେଟ ଅଧିବେଶନ। ସାଧାରଣ ନିର୍ବାଚନ ପୂର୍ବରୁ ଷୋଡ଼ଶ ବିଧାନସଭାର ଏହା ହେବ ଶେଷ ଅଧିବେଶନ। ଅଧିବେଶନରେ ମାତ୍ର ୭ଟି କାର୍ଯ୍ୟ ଦିବସ ରହିଛି। ସ୍ୱଳ୍ପକାଳିନ ଅଧିବେଶନ ହେଲେ ମଧ୍ୟ ବିଭିନ୍ନ ପ୍ରସଙ୍ଗରେ ଗୃହ ସରଗରମ ହେବା ସମ୍ଭାବନା ରହିଛି। ଆସନ୍ତା ୮ ତାରିଖରେ ଅନ୍ତରୀଣ ବଜେଟ ଉପସ୍ଥାପନ କରାଯିବ । ଅଧିବେଶନକୁ ସୂଚାରୁରୂପେ ପରିଚାଳନା କରିବା ପାଇଁ ଆଜି ବାଚସ୍ପତି ପ୍ରମିଳା ମଲ୍ଲିକଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ହେବ [...]

Admin•4 फ़रवरी 2024
Share Article:

ଭୁବନେଶ୍ୱର – ଆସନ୍ତାକାଲିଠୁ ଆରମ୍ଭ ହେବ ବିଧାନସଭାର ବଜେଟ ଅଧିବେଶନ। ସାଧାରଣ ନିର୍ବାଚନ ପୂର୍ବରୁ ଷୋଡ଼ଶ ବିଧାନସଭାର ଏହା ହେବ ଶେଷ ଅଧିବେଶନ। ଅଧିବେଶନରେ ମାତ୍ର ୭ଟି କାର୍ଯ୍ୟ ଦିବସ ରହିଛି। ସ୍ୱଳ୍ପକାଳିନ ଅଧିବେଶନ ହେଲେ ମଧ୍ୟ ବିଭିନ୍ନ ପ୍ରସଙ୍ଗରେ ଗୃହ ସରଗରମ ହେବା ସମ୍ଭାବନା ରହିଛି। ଆସନ୍ତା ୮ ତାରିଖରେ ଅନ୍ତରୀଣ ବଜେଟ ଉପସ୍ଥାପନ କରାଯିବ ।

ଅଧିବେଶନକୁ ସୂଚାରୁରୂପେ ପରିଚାଳନା କରିବା ପାଇଁ ଆଜି ବାଚସ୍ପତି ପ୍ରମିଳା ମଲ୍ଲିକଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ହେବ । ବିଭିନ୍ନ ଦଳ ମଧ୍ୟ ଆଜି ବିଧାୟକ ଦଳ ବୈଠକ କରି ଅଧିବେଶନ ପାଇଁ ରଣନୀତି ପ୍ରସ୍ତୁତ କରିବା ସମ୍ଭାବନା ରହିଛି।

#Odia#Odisha#News
Share Article:

Related Articles