न्यूज़रूम ओडिशा
ब्रेकिंग
ओडिया समाचार

ବିଧାନସଭା ଅଧିବେଶନ ପାଇଁ ତିନି ଥାକିଆ ସୁରକ୍ଷା ବଳୟ, ସୁରକ୍ଷା ବ୍ୟବସ୍ଥା ତଦାରଖ କଲେ ଡିଜିପି

ଭୁବନେଶ୍ୱର – ଆସନ୍ତାକାଲିଠୁ ଆରମ୍ଭ ହେଉଥିବା ବିଧାନସଭାର ବଜେଟ ଅଧିବେଶନ ପାଇଁ କମିଶନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଆଜି ଡିଜିପି ଅରୁଣ ଷଡଙ୍ଗୀ ବିଧାନସଭା ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଛନ୍ତି । ତିନି ଥାକିଆ ସୁରକ୍ଷା ବଳୟରେ ରହିବ ବିଧାନସଭା। ସୁରକ୍ଷା ପାଇଁ ୨୮ ପ୍ଲାଟୁନ୍ ଫୋର୍ସ ମୁତୟନ ହେବେ। ଏଥିସହ ଏସଓଜି, ଷ୍ଟ୍ରାଇକିଂ ଫୋର୍ସ, ବୋମା ନିଷ୍କ୍ରିୟକାରୀ ଟିମ୍, କୁଇକ୍ ଆକ୍ସନ ଟିମ୍, ଡଗ୍ ସ୍କ୍ୱାଡ୍ ସହ ଅଗ୍ନିଶମ ବିଭାଗର [...]

Admin•4 फ़रवरी 2024
Share Article:

ଭୁବନେଶ୍ୱର – ଆସନ୍ତାକାଲିଠୁ ଆରମ୍ଭ ହେଉଥିବା ବିଧାନସଭାର ବଜେଟ ଅଧିବେଶନ ପାଇଁ କମିଶନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଆଜି ଡିଜିପି ଅରୁଣ ଷଡଙ୍ଗୀ ବିଧାନସଭା ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଛନ୍ତି । ତିନି ଥାକିଆ ସୁରକ୍ଷା ବଳୟରେ ରହିବ ବିଧାନସଭା। ସୁରକ୍ଷା ପାଇଁ ୨୮ ପ୍ଲାଟୁନ୍ ଫୋର୍ସ ମୁତୟନ ହେବେ। ଏଥିସହ ଏସଓଜି, ଷ୍ଟ୍ରାଇକିଂ ଫୋର୍ସ, ବୋମା ନିଷ୍କ୍ରିୟକାରୀ ଟିମ୍, କୁଇକ୍ ଆକ୍ସନ ଟିମ୍, ଡଗ୍ ସ୍କ୍ୱାଡ୍ ସହ ଅଗ୍ନିଶମ ବିଭାଗର ଟିମ୍ ମଧ୍ୟ ଉପସ୍ଥିତ ରହିବେ ।

ବିଧାନସଭାରୁ ଆରମ୍ଭ କରି ଲୋୟର ପିଏମଜି, ରବୀନ୍ଦ୍ର ମଣ୍ଡପ ଛକ ଓ ପାଖାପାଖି ରାସ୍ତାରେ ସିସିଟିଭି ଲଗାଯାଇଛି । ୫ଟି ସ୍ଥାନରେ ଅସ୍ଥାୟୀ ପୋଲିସ କଣ୍ଟ୍ରୋଲ ରୁମ୍ କରାଯାଇଛି । ଡିସିପି ପ୍ରତୀକ ସିଂଙ୍କ ନେତୃତ୍ୱରେ ୮ଜଣ ଅତିରିକ୍ତ ଡିସିପି, ୧୬ ଜଣ ଏସିପିଙ୍କ ସହ ୧୦୦ରୁ ଅଧିକ ପୋଲିସ କର୍ମଚାରୀ ନିୟୋଜିତ ହେବେ।

#Odia#Odisha#News
Share Article:

Related Articles