न्यूज़रूम ओडिशा
ब्रेकिंग
ओडिया समाचार

ବଦଳିବ ପାଗ : ଆସନ୍ତା ୧୧ ଓ ୧୨ ତାରିଖରେ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ସମ୍ଭାବନା

ଭୁବନେଶ୍ୱର -ରାଜ୍ୟରେ ବଦଳିବ ପାଗ । ଫେରିବ ବର୍ଷା। ଆସନ୍ତା ୧୧ ଓ ୧୨ ତାରିଖରେ ରାଜ୍ୟର କିଛି ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏଥିସହ କିଛି ଜିଲ୍ଲାରେ ଘନ କୁହୁଡି ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୧୧ ତାରିଖରେ ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ୱଲପୁର, ଦେବଗଡ଼, ଅନୁଗୋଳ, [...]

Admin•9 फ़रवरी 2024
Share Article:

ଭୁବନେଶ୍ୱର -ରାଜ୍ୟରେ ବଦଳିବ ପାଗ । ଫେରିବ ବର୍ଷା। ଆସନ୍ତା ୧୧ ଓ ୧୨ ତାରିଖରେ ରାଜ୍ୟର କିଛି ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏଥିସହ କିଛି ଜିଲ୍ଲାରେ ଘନ କୁହୁଡି ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୧୧ ତାରିଖରେ ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ୱଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ୧୨ ତାରିଖରେ ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼ ଓ ବୌଦ୍ଧ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ରାତିର ତାପମାତ୍ରା ମଧ୍ୟ ହ୍ରାସ ପାଇବା ସମ୍ଭାବନା ରହିଛି।

#Odia#Odisha#News
Share Article:

Related Articles