न्यूज़रूम ओडिशा
ब्रेकिंग
ओडिया समाचार

ବିଜେଡିକୁ ସଙ୍ଗଠିତ କରିବାରେ ଭି. ସୁଜ୍ଞାନ ଦେଓଙ୍କ ବଡ଼ ଯୋଗଦାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ବିଶିଷ୍ଟ ରାଜନୀତିଜ୍ଞ ତଥା ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଜୁ ଜନତା ଦଳର ବରିଷ୍ଠ ନେତ୍ରୀ ଭାବେ ଦଳକୁ ସଙ୍ଗଠିତ କରିବାରେ ଭି. ସୁଜ୍ଞାନ ଦେଓଙ୍କ ବଡ଼ ଯୋଗଦାନ ରହିଛି। ଖଲିକୋଟ ଓ କବିସୂର୍ଯ୍ୟନଗର ବିଧାନସଭା ନିର୍ବାଚନମଣ୍ଡଳୀରୁ ୧୦ଥର ବିଧାୟିକା ଭାବେ ପ୍ରତିନିଧିତ୍ୱ କରି ଜନସେବାରେ ସେ ନିଜର ସ୍ୱତନ୍ତ୍ର ଛାପ ଛାଡ଼ି ଯାଇଛନ୍ତି। ତାଙ୍କ [...]

Admin•10 फ़रवरी 2024
Share Article:

ଭୁବନେଶ୍ୱର – ବିଶିଷ୍ଟ ରାଜନୀତିଜ୍ଞ ତଥା ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଜୁ ଜନତା ଦଳର ବରିଷ୍ଠ ନେତ୍ରୀ ଭାବେ ଦଳକୁ ସଙ୍ଗଠିତ କରିବାରେ ଭି. ସୁଜ୍ଞାନ ଦେଓଙ୍କ ବଡ଼ ଯୋଗଦାନ ରହିଛି। ଖଲିକୋଟ ଓ କବିସୂର୍ଯ୍ୟନଗର ବିଧାନସଭା ନିର୍ବାଚନମଣ୍ଡଳୀରୁ ୧୦ଥର ବିଧାୟିକା ଭାବେ ପ୍ରତିନିଧିତ୍ୱ କରି ଜନସେବାରେ ସେ ନିଜର ସ୍ୱତନ୍ତ୍ର ଛାପ ଛାଡ଼ି ଯାଇଛନ୍ତି। ତାଙ୍କ ଦେହାନ୍ତ ଏକ ଅପୂରଣୀୟ କ୍ଷତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସେ ସମବେଦନା ଜଣାଇଛନ୍ତି।

#Odia#Odisha#News
Share Article:

Related Articles