ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି: ଛାତ୍ରଛାତ୍ରୀମାନଙ୍କୁ ମିଳିବ ନୂଆ -ଓ ସ୍କଲାରସିପ, ଘୋଷଣା କଲେ ୫-ଟି ଅଧ୍ୟକ୍ଷ
ଯାଜପୁର – ଯାଜପୁରରେ ନୂଆ-ଓ କାର୍ଯ୍ୟକ୍ରମରେ ସାମିଲ ହୋଇ ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ୫-ଟି ଅଧ୍ୟକ୍ଷ । ନୂଆ-ଓ ସ୍କଲାରସିପ୍ ଯୋଜନାରେ ଛାତ୍ରଛାତ୍ରୀଙ୍କୁ ସ୍କଲାରସିପ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିଷ୍ପତ୍ତି ନେଇ ଘୋଷଣା କରିଛନ୍ତି ୫-ଟି ଅଧ୍ୟକ୍ଷ। ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କୁ ମିଳିବ ସ୍କଲାରସିପ୍। ଛାତ୍ରଙ୍କୁ ୯ ହଜାର ଟଙ୍କା ଓ ଛାତ୍ରୀଙ୍କୁ ୧୦ ହଜାର ଟଙ୍କା ସ୍କଲାରସିପ୍ ଦିଆଯିବ । ଚଳିତ ବର୍ଷରୁ ମିଳିବ ଏହି ସ୍କଲାରସିପ୍ [...]
ଯାଜପୁର – ଯାଜପୁରରେ ନୂଆ-ଓ କାର୍ଯ୍ୟକ୍ରମରେ ସାମିଲ ହୋଇ ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ୫-ଟି ଅଧ୍ୟକ୍ଷ । ନୂଆ-ଓ ସ୍କଲାରସିପ୍ ଯୋଜନାରେ ଛାତ୍ରଛାତ୍ରୀଙ୍କୁ ସ୍କଲାରସିପ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିଷ୍ପତ୍ତି ନେଇ ଘୋଷଣା କରିଛନ୍ତି ୫-ଟି ଅଧ୍ୟକ୍ଷ। ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କୁ ମିଳିବ ସ୍କଲାରସିପ୍। ଛାତ୍ରଙ୍କୁ ୯ ହଜାର ଟଙ୍କା ଓ ଛାତ୍ରୀଙ୍କୁ ୧୦ ହଜାର ଟଙ୍କା ସ୍କଲାରସିପ୍ ଦିଆଯିବ । ଚଳିତ ବର୍ଷରୁ ମିଳିବ ଏହି ସ୍କଲାରସିପ୍ । ଆସନ୍ତା ୨୦ରୁ ୨୫ ତାରିଖ ମଧ୍ୟରେ ସ୍କଲାରସିପ୍ ମିଳିବାକୁ ଥିବା ବେଳେ ପ୍ରାୟ ୯୫ ପ୍ରତିଶତ ଛାତ୍ରଛାତ୍ରୀ ହେବେ ଉପକୃତ।
ନୂଆ -ଓ କାର୍ଯ୍ୟକ୍ରମ ଲାଗି ଆସନ୍ତା ବର୍ଷରୁ ଛାତ୍ରଛାତ୍ରୀଙ୍କ ଲାଗି ୩ ଶହ କୋଟିର କର୍ପସ ଫଣ୍ଡ ଗଠନ କରାଯିବ କୋ-କରିକୁଲାର ଆକ୍ଟିଭିଟିଜ୍ ପାଇଁ ଏକ୍ସଟ୍ରା ପଏଣ୍ଟ ବ୍ୟବସ୍ଥା କରାଯିବ ବୋଲି ୫-ଟି ଅଧ୍ୟ ଛାତ୍ରଛାତ୍ରୀଙ୍କୁ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେବାକୁ ପଡିବ । କୋ-କରିକୁଲାର ଆକ୍ଟିଭିଟିଜରେ ପ୍ରଦର୍ଶନ ଅନୁସାରେ ମିଳିବ ପଏଣ୍ଟ । ଅଧିକ ପଏଣ୍ଟ ପାଇଲେ ଅଧିକ ଟଙ୍କା ସ୍କଲାରସିପ୍ ମିଳିବ । ଛାତ୍ରଛାତ୍ରୀଙ୍କ ଲାଗି ବିଭିନ୍ନ ପ୍ରତିଯୋଗିତା ହେବ । ଏ ସବୁଥିରେ ଭାଗନଲେ ସ୍ଲଲାରସିପ ଟଙ୍କା ବଢି ଚାଲିବ । ଅଂଶଗ୍ରହଣ କଲେ ଅଧିକ ଇନସେଣ୍ଟିଭସ ମିଳିବ ବୋଲି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି।
କୃଷକ ଆନ୍ଦୋଳନ: ବୱାନା ଷ୍ଟାଡିୟମକୁ ଅସ୍ଥାୟୀ ଜେଲ୍ କରିବା ପାଇଁ କେନ୍ଦ୍ରର ପ୍ରସ୍ତାବକୁ ଖାରଜ କଲେ କେଜ୍ରିୱାଲ ସରକାର
Next Article5T Chairman Announces CM Naveen’s Nua-O Scholarships For College Students
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
