ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ରାଜ୍ୟସଭା ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଦେବାଶିଷ , ଶୁଭାଶିଷ
ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ। ଦୁଇ ନେତା ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ପ୍ରାର୍ଥିପତ୍ର ଦାଖଲ ସମୟରେ ବିଜେଡିର ଅନେକ ମନ୍ତ୍ରୀ ଓସବରିଷ୍ଠ ନେତା ମଧ୍ୟ ଉପସ୍ଥିତ ଥିଲେ।ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସ୍ବାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ, ଖାଦ୍ୟ ଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ସମେତ ଦଳର ବହୁ [...]
ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ। ଦୁଇ ନେତା ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ପ୍ରାର୍ଥିପତ୍ର ଦାଖଲ ସମୟରେ ବିଜେଡିର ଅନେକ ମନ୍ତ୍ରୀ ଓସବରିଷ୍ଠ ନେତା ମଧ୍ୟ ଉପସ୍ଥିତ ଥିଲେ।ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସ୍ବାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ, ଖାଦ୍ୟ ଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ସମେତ ଦଳର ବହୁ ବରିଷ୍ଠ ନେତା ଓ ବିଧାୟକ ଉପସ୍ଥିତ ଥିଲେ। ଗତକାଲି ବାରବାଟୀ-କଟକର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ ବିଜେଡି ଯୁବ ଉପସଭାପତି ପୁରୀର ଶୁଭାଶିଷ ଖୁଣ୍ଟିଆଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଥିଲା ଦଳ।

୧୯୬୦ ମସିହାରେ ଜନ୍ମ ଗ୍ରହଣ କରିଥିବା ଦେବାଶିଷ ସାମନ୍ତରାୟ ପୂର୍ବତନ ବିଧାୟକ ତଥା ଶିଳ୍ପପତି ନିତ୍ୟାନନ୍ଦ ସାମନ୍ତରାୟଙ୍କ ପୁଅ । ଦେବାଶିଷ ୧୯୮୨ ମସିହାରେ ଶ୍ରୀଅରବିନ୍ଦ ଇଣ୍ଟରନ୍ୟାସନାଲ ସେଣ୍ଟର ଅଫ ଏଜୁକେସନରୁ ସ୍ନାତକ ଡିଗ୍ରୀ ହାସଲ କରିଥିଲେ। ପରେ ସେ ସମାଜସେବାରେ ନିଜକୁ ନିୟୋଜିତ କରିଥିଲେ । ବିଜେଡି ଟିକେଟରେ ୩ ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି ଦେବାଶିଷ । ପ୍ରଥମେ ୨୦୦୦ ମସିହାରେ ତିର୍ତ୍ତୋଲରୁ ବିଜେଡି ଟିକେଟରେ ବିଜୟୀ ହୋଇଥିଲେ । ପରେ ୨୦୦୯ ଓ ୨୦୧୪ରେ ଲଗାତାର ଦୁଇଥର ବାରବାଟୀ କଟକ ଆସନରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ସେହିପରି ଛାତ୍ର ରାଜନୀତିରୁ ପ୍ରତ୍ୟକ୍ଷ ରାଜନୀତିରେ ପାଦ ଥାପିଥିବା ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି ଶୁଭାଶିଷ ଖୁଣ୍ଟିଆ। ସେ ୨୦୦୭-୦୮ରେ ପୁରୀ ଜିଏମ ଲ’ କଲେଜ ସଭାପତି ଥିଲେ । ସେଠାରୁ ସେ ଆରମ୍ଭ କରିଥିଲେ ରାଜନୀତି । ପରବର୍ତ୍ତୀ ସମୟରେ ବିଜୁ ଛାତ୍ର ଜନତା ଦଳର ସାଧାରଣ ସମ୍ପାଦକ ଭାବେ ସେ ଦାୟିତ୍ୱ ତୁଲାଇଥିଲେ। ପରେ ବିଜୁ ଯୁବ ଜନତା ଦଳର ରାଜ୍ୟ ସମ୍ପାଦକ ରହିଥିବା ବେଳେ ବର୍ତ୍ତମାନ ଯୁବ ବିଜେଡିର ଉପସଭାପତି ଦାୟିତ୍ଵ ତୁଲାଉଛନ୍ତି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସଫଳତା ପଛରେ ତାଙ୍କର ବିଶେଷ ଅବଦାନ ରହିଛି।
MUKTA Scheme Transforms Lives By Empowering 22500 MSGs
Next ArticleBJD Candidates File Nominations for Rajya Sabha Elections 2024
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
