ଆଜି ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ଆସିବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ
ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ଆସୁଛନ୍ତି । ମୁଖ୍ୟମନ୍ତ୍ରୀ ଶେରଗଡ଼ ଓ ଶୀତଳ ପଲ୍ଲୀରେ ଜନସଭାକୁ ସମ୍ବୋଧନ କରିବା ସହ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ । ଶୀତଳପଲ୍ଲୀରେ ବହୁ ପ୍ରତୀକ୍ଷିତ ସମ୍ ହସପିଟାଲର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ। ଏହାଛଡା ଘଟକେଶ୍ୱର ବହୁମୁଖୀ ପ୍ରକଳ୍ପ, ହରଭଙ୍ଗୀ ସଂପ୍ରସାରଣ ପ୍ରକଳ୍ପ ଓ ଛେଳିଗଡ ଟନେଲ ଓ ଡ୍ୟାମ ପ୍ରକଳ୍ପ ଉଦ୍ଘାଟନ କରିବେ । ଏଥିସହ ମୁଖ୍ୟମନ୍ତ୍ରୀ [...]
ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ଆସୁଛନ୍ତି । ମୁଖ୍ୟମନ୍ତ୍ରୀ ଶେରଗଡ଼ ଓ ଶୀତଳ ପଲ୍ଲୀରେ ଜନସଭାକୁ ସମ୍ବୋଧନ କରିବା ସହ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ । ଶୀତଳପଲ୍ଲୀରେ ବହୁ ପ୍ରତୀକ୍ଷିତ ସମ୍ ହସପିଟାଲର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ। ଏହାଛଡା ଘଟକେଶ୍ୱର ବହୁମୁଖୀ ପ୍ରକଳ୍ପ, ହରଭଙ୍ଗୀ ସଂପ୍ରସାରଣ ପ୍ରକଳ୍ପ ଓ ଛେଳିଗଡ ଟନେଲ ଓ ଡ୍ୟାମ ପ୍ରକଳ୍ପ ଉଦ୍ଘାଟନ କରିବେ । ଏଥିସହ ମୁଖ୍ୟମନ୍ତ୍ରୀ ଜାନିବିଲି ବ୍ୟାରେଜ ଓ ଅନ୍ୟାନ୍ୟ ଜଳସେଚନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ଶେରଗଡ଼ରେ ନବନିର୍ମିତ ବସଷ୍ଟାଣ୍ଡର ଉଦଘାଟନ କରି ଗଞ୍ଜାମ ଜିଲ୍ଲାରେ ଲକ୍ଷ୍ମୀ ବସ୍ ସେବାର ଶୁଭାରମ୍ଭ କରିବେ । ମୁଖ୍ୟମନ୍ତ୍ରୀଙ୍କ ସହ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ଆସିବେ । ମୁଖ୍ୟମନ୍ତ୍ରୀଙ୍କ ନିଜ ଜିଲ୍ଲା ଗସ୍ତକୁ ନେଇ ଜନସାଧାରଣଙ୍କ ଓ ବିଜେଡି କର୍ମୀ ମହଲରେ ଉତ୍ସାହ ପରିଲକ୍ଷିତ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା କରିଛି ଜିଲ୍ଲା ପ୍ରଶାସନ।
ଆଜି ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଗସ୍ତ: ଭେଟି ଦେବେ ବହୁ ପ୍ରକଳ୍ପ, ସୁପର୍ ସ୍ପେଶିଆଲିଟି ହସ୍ପିଟାଲ୍ ଲୋକାର୍ପଣ
Next Articleଆଜି ପବିତ୍ର ବସନ୍ତ ପଞ୍ଚମୀରେ ଶ୍ରୀକ୍ଷେତ୍ରରେ ହେବ ରଥକାଠ ଅନୁକୂଳ ପୂଜା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
