ବାଗଚୀ – ଶ୍ରୀଶଙ୍କର କର୍କଟ କେନ୍ଦ୍ର ଓ ଗବେଷଣା ପ୍ରତିଷ୍ଠାନ ବିସ୍ତୃତ ହସ୍ପିଟାଲର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର- ଭୁବନେଶ୍ୱର ଇନ୍ଫୋସିଟି ଭ୍ୟାଲିରେ ବାଗଚୀ – ଶ୍ରୀ ଶଙ୍କର କର୍କଟ କେନ୍ଦ୍ର ଓ ଗବେଷଣା ପ୍ରତିଷ୍ଠାନର ୭୫୦ ଶଯ୍ୟା ବିଶିଷ୍ଟ ବିସ୍ତୃତ କର୍କଟ ହସ୍ପିଟାଲର ଆଜି ଲୋକାର୍ପଣ ହେବ । ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅତ୍ୟାଧୁନିକ ହସ୍ପିଟାଲର ଲୋକାର୍ପଣ କରିବେ । ଏହି ହସପିଟାଲ ପାଇଁ ରାଜ୍ୟ ସରକାର ୨୦ ଏକର ଜମି ମାଗଣାରେ ଯୋଗାଇ ଦେଇଛନ୍ତି । ୨୦୨୧ ମସିହାରେ ଏହି ହସପିଟାଲ ନିର୍ମାଣ ପାଇଁ ନିଷ୍ପତ୍ତି ହୋଇଥିଲା । [...]
ଭୁବନେଶ୍ୱର- ଭୁବନେଶ୍ୱର ଇନ୍ଫୋସିଟି ଭ୍ୟାଲିରେ ବାଗଚୀ – ଶ୍ରୀ ଶଙ୍କର କର୍କଟ କେନ୍ଦ୍ର ଓ ଗବେଷଣା ପ୍ରତିଷ୍ଠାନର ୭୫୦ ଶଯ୍ୟା ବିଶିଷ୍ଟ ବିସ୍ତୃତ କର୍କଟ ହସ୍ପିଟାଲର ଆଜି ଲୋକାର୍ପଣ ହେବ । ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅତ୍ୟାଧୁନିକ ହସ୍ପିଟାଲର ଲୋକାର୍ପଣ କରିବେ । ଏହି ହସପିଟାଲ ପାଇଁ ରାଜ୍ୟ ସରକାର ୨୦ ଏକର ଜମି ମାଗଣାରେ ଯୋଗାଇ ଦେଇଛନ୍ତି । ୨୦୨୧ ମସିହାରେ ଏହି ହସପିଟାଲ ନିର୍ମାଣ ପାଇଁ ନିଷ୍ପତ୍ତି ହୋଇଥିଲା । ବିଶିଷ୍ଟ ଉଦ୍ୟୋଗୀ ତଥା ବର୍ତ୍ତମାନ ରାଜ୍ୟ ସରକାରଙ୍କ ଇନଷ୍ଟିଚ୍ୟୁସନାଲ କାପାସିଟି ବିଲଡିଂ ମୁଖ୍ୟ ଉପଦେଷ୍ଟା ସୁବ୍ରତ ବାଗଚୀ ଓ ତାଙ୍କ ପତ୍ନୀ କର୍କଟ କେନ୍ଦ୍ର ଓ ଗବେଷଣା ପ୍ରତିଷ୍ଠାନ ଏବଂ ହସ୍ପିଟାଲ ପ୍ରତିଷ୍ଠା ପାଇଁ ଅନୁଦାନ ଦେବା ପାଇଁ ଘୋଷଣା କରିଥିଲେ । ଏହି ହସପିଟାଲ ପାଇଁ ମାଗଣାରେ ୨୦ ଏକର ଜମି ଯୋଗାଇବା ଦେବାକୁ କ୍ୟାବିନେଟ ନିଷ୍ପତ୍ତି ହୋଇଥିଲା ।
ଆଜିଠୁ ତୃତୀୟ ଟେଷ୍ଟ: ଭାରତକୁ ମିଡିଲ୍ ଅର୍ଡର ଚିନ୍ତା
Next ArticleECI Team Led By CEC Rajiv Kumar to Arrive In Odisha Today to Review Poll Preparedness
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
