न्यूज़रूम ओडिशा
ब्रेकिंग
ओडिया समाचार

ଆଜିଠାରୁ ଯୁକ୍ତ ଦୁଇ ପରୀକ୍ଷା, କପି ରୋକିବାକୁ ସ୍ୱତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର – ଆଜିଠାରୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ପରୀକ୍ଷା। ଆଜି ପ୍ରଥମେ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଆରମ୍ଭ ହେବ । ଆସନ୍ତାକାଲିଠାରୁ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା ଆରମ୍ଭ ହେବ। ଚଳିତ ବର୍ଷ ସାଢେ ୩ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି । ମାର୍ଚ୍ଚ ୨୦ ତାରିଖ ଯାଏଁ ପରୀକ୍ଷା ଚାଲିବ । ସକାଳ ୧୦ଟାରୁ ଆରମ୍ଭ ହେବ ପରୀକ୍ଷା। ପରୀକ୍ଷା ପାଇଁ ଛାତ୍ରଛାତ୍ରୀମାନଙ୍କୁ କିଛି ପରାମର୍ଶ ଦେଇଛି ଉଚ୍ଚ [...]

Admin•16 फ़रवरी 2024
Share Article:

ଭୁବନେଶ୍ୱର – ଆଜିଠାରୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ପରୀକ୍ଷା। ଆଜି ପ୍ରଥମେ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଆରମ୍ଭ ହେବ । ଆସନ୍ତାକାଲିଠାରୁ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା ଆରମ୍ଭ ହେବ। ଚଳିତ ବର୍ଷ ସାଢେ ୩ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି । ମାର୍ଚ୍ଚ ୨୦ ତାରିଖ ଯାଏଁ ପରୀକ୍ଷା ଚାଲିବ । ସକାଳ ୧୦ଟାରୁ ଆରମ୍ଭ ହେବ ପରୀକ୍ଷା।

ପରୀକ୍ଷା ପାଇଁ ଛାତ୍ରଛାତ୍ରୀମାନଙ୍କୁ କିଛି ପରାମର୍ଶ ଦେଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ। ଅଧଘଣ୍ଟା ଆଗରୁ ଛାତ୍ରଛାତ୍ରୀମାନେ କେନ୍ଦ୍ରରେ ପହଞ୍ଚିବେ। ୧୫ ମିନିଟ୍ ପୂର୍ବରୁ ହଲ୍ ପ୍ରବେଶ ସହ ୧୦ ମିନିଟ୍ ପୂର୍ବରୁ ଖାତା ପାଇବେ। ୫ ମିନିଟ୍ ପୂର୍ବରୁ ମିଳିବ ପ୍ରଶ୍ନପତ୍ର। ପ୍ରଶ୍ନ ପତ୍ରରେ ପୃଷ୍ଠା ସଂଖ୍ଯା କିମ୍ବା ଛପାଜନିତ ତ୍ରୁଟି ଥିଲେ ତୁରନ୍ତ ଜଣାଇବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରାମର୍ଶ ଦେଇଛି ।

ଉତ୍ତର ଖାତାର ରୋଲ୍ ନମ୍ବର, ରେଜିଷ୍ଟ୍ରେସନ୍ ନମ୍ବର ଠିକ୍ ଭାବରେ ଠିକ୍ ଜାଗାରେ ଲେଖିବାକୁ ପଡ଼ିବ । ପ୍ରଶ୍ନ ପତ୍ରର ସେଟ୍ କୋଡକୁ ନିର୍ଭୁଲ ଭାବରେ ଲେଖିବା ସହ ଉପସ୍ଥାନ ଖାତାରେ ନିଜର ରୋଲ୍ ନମ୍ବର ଦେଖି ଉପସ୍ଥାନ ଦେବେ । ପରୀକ୍ଷା ହଲକୁ କଳା ବଲ୍ ପେନ୍ ଏବଂ ଆଡମିଟ୍ କାର୍ଡ ବ୍ଯତୀତ ଅନ୍ଯ ସାମଗ୍ରୀ ନେବା ନିଷେଧ କରାଯାଇଛି।

ପରୀକ୍ଷାକୁ ଶୃଙ୍ଖଳିତ କରିବାକୁ ବିଭିନ୍ନ ପଦକ୍ଷେପ ନେଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ । କପି ରୋକିବା ପାଇଁ ତ୍ରିସ୍ତରୀୟ ସ୍କ୍ୱାଡ୍ ବ୍ୟବସ୍ଥା କରାଯାଇଛି । ଏଥିସହ ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭିର ଲଗାଯାଇଛି । କପି ହେଉଥିବା କେନ୍ଦ୍ର ଗୁଡ଼ିକ ଉପରେ କଡା ନଜର ରଖାଯିବ।

ଚଳିତ ବର୍ଷ ୧ ହଜାର ୧୫୮ଟି ପରୀକ୍ଷା କେନ୍ଦ୍ର କରାଯାଇଥିବା ବେଳେ ୭ଟି ଉପକେନ୍ଦ୍ର କରାଯାଇଛି । ଯୁକ୍ତ ଦୁଇ କଲେଜର ଅଧ୍ୟକ୍ଷମାନେ ପରୀକ୍ଷା କେନ୍ଦ୍ରଗୁଡିକର ସୁପରଭାଇଜର ଦାୟିତ୍ବରେ ରହିବେ।

#Odia#Odisha#News
Share Article:

Related Articles