କାଲିଠାରୁ ମ୍ୟାଟ୍ରିକ ପରୀକ୍ଷା, ଏଥର ୫ ଲକ୍ଷରୁ ଅଧିକ ପରୀକ୍ଷାର୍ଥୀ
ଭୁବନେଶ୍ୱର – ଚାଲିଛି ପରୀକ୍ଷା ଋତୁ । ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇ ସାରିଥିବା ବେଳେ ଆସନ୍ତାକାଲିଠାରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେଉଛି। ମାଟ୍ରିକ ପରୀକ୍ଷା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଚଳିତ ବର୍ଷ ୫ ଲକ୍ଷ ୫୧ ହଜାର ୬୧୧ ଛାତ୍ରଛାତ୍ରୀ ମାଟ୍ରିକ ବୋର୍ଡ ପରୀକ୍ଷା ଦେବେ । ପରୀକ୍ଷା ପାଇଁ ବୋର୍ଡ ପକ୍ଷରୁ ୩ ହଜାର ୪୭ଟି କେନ୍ଦ୍ର କରାଯାଇଛି। ଦୁର୍ଗମ ଅଞ୍ଚଳର ୨୧ଟି ପୋଲିସ ଷ୍ଟେସନକୁ ନୋଡାଲ୍ ସେଣ୍ଟର କରାଯାଇଛି। [...]
ଭୁବନେଶ୍ୱର – ଚାଲିଛି ପରୀକ୍ଷା ଋତୁ । ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇ ସାରିଥିବା ବେଳେ ଆସନ୍ତାକାଲିଠାରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେଉଛି। ମାଟ୍ରିକ ପରୀକ୍ଷା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଚଳିତ ବର୍ଷ ୫ ଲକ୍ଷ ୫୧ ହଜାର ୬୧୧ ଛାତ୍ରଛାତ୍ରୀ ମାଟ୍ରିକ ବୋର୍ଡ ପରୀକ୍ଷା ଦେବେ । ପରୀକ୍ଷା ପାଇଁ ବୋର୍ଡ ପକ୍ଷରୁ ୩ ହଜାର ୪୭ଟି କେନ୍ଦ୍ର କରାଯାଇଛି। ଦୁର୍ଗମ ଅଞ୍ଚଳର ୨୧ଟି ପୋଲିସ ଷ୍ଟେସନକୁ ନୋଡାଲ୍ ସେଣ୍ଟର କରାଯାଇଛି।
ମାଟ୍ରିକ ପରୀକ୍ଷା ଶୃଙ୍ଖଳିତ ଭାବେ ପରିଚାଳନା କରିବା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ( ବୋର୍ଡ ) ଏକାଧିକ ବ୍ୟବସ୍ଥା କରିଛି । ବିଶେଷକରି କପି ରୋକିବାକୁ ସ୍ୱତନ୍ତ୍ର ବ୍ୟବସ୍ଥା କରିଛି ବୋର୍ଡ । କପି ରୋକିବା ପାଇଁ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ- ଏଆଇର ସହାୟତା ନିଆଯାଇଛି ।
ସମ୍ବେଦନଶୀଳ ପରୀକ୍ଷା କେନ୍ଦ୍ରଗୁଡ଼ିକ ସହ ନୋଡାଲ ସେଣ୍ଟରରେ ଏଆଇ କ୍ୟାମେରା ଲଗାଯିବ । ବୋର୍ଡ ମୁଖ୍ୟାଳୟରେ କମାଣ୍ଡ କଣ୍ଟ୍ରୋଲ ରୁମରୁ ଏହା ଉପରେ ନଜର ରଖାଯିବ। ସମସ୍ତ ପରୀକ୍ଷା କେନ୍ଦ୍ରରେ ଲାଇଭ ଷ୍ଟ୍ରିମିଂ ଓ ଓ୍ଵେବକାଷ୍ଟିଂ ଲାଗି ବ୍ୟବସ୍ଥା କରାଯାଇଛି।
ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହେବ। ଛାତ୍ରଛାତ୍ରୀମାନେ ୭ଟା ୩୦ ମିନିଟରେ ପରୀକ୍ଷା କେନ୍ଦ୍ରକୁ ଆସିବେ । ସକାଳ ୮ଟା ୧୫ ମିନିଟ ପରେ ଛାତ୍ରଛାତ୍ରୀଙ୍କୁ ପରୀକ୍ଷା କେନ୍ଦ୍ରକୁ ପ୍ରବେଶ ପାଇଁ ଅନୁମତି ମିଳିବ ନାହିଁ।
ଏଥର ସମସ୍ତ ପରୀକ୍ଷା କେନ୍ଦ୍ରରେ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତ କରାଯାଇଛି । ସେମାନେ ପ୍ରଶ୍ନପତ୍ର ଆସିବାଠାରୁ ପରୀକ୍ଷା ଉତ୍ତର ଖାତା ଆସିବା ପର୍ଯ୍ୟନ୍ତ ଏହାର ତଦାରଖ କରିବେ। ବିଇଓ, ପ୍ରଧାନଶିକ୍ଷକ ଓ ପ୍ରଧାନ ଶିକ୍ଷୟିତ୍ରୀଙ୍କ ଉପରେ ଏହାର ଦାୟିତ୍ଵ ରହିବ। ସେଣ୍ଟର ସୁପରିଟେଣ୍ଟେଙ୍କ ବ୍ୟତୀତ ପରୀକ୍ଷା ସମୟରେ ଅନ୍ୟ କେହି ପରୀକ୍ଷା କେନ୍ଦ୍ରକୁ ମୋବାଇଲ ନେଇପାରିବେ ନାହିଁ ବୋର୍ଡ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।
NUA Odisha Global Summit On Growth & Employment Beings Bhubaneswar
Next ArticleOdisha Matric Exam from Tomorrow, Over 5 Lakh Students to Appear
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
