ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାର ରୂପାନ୍ତରୀକରଣର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର – ରାଜଧାନୀ ସ୍ଥିତ ଡକ୍ଟର ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରକୁ ବିଶ୍ବସ୍ତରୀୟ ଲାଇବ୍ରେରୀରେ ପରିଣତ କରାଯିବ । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଓଡିଶା ଖଣି ନିଗମ (ଓଏମସି)ର ମିଳିତ ଆନୁକୂଲ୍ୟରେ ଗ୍ରନ୍ଥାଳୟର ରୂପାନ୍ତରୀକରଣ କରିବା ପାଇଁ ଓଡ଼ିଶା ସରକାର ଏହି ପ୍ରୟାସ ଆରମ୍ଭ କରିଛନ୍ତି । ଏଥିସହ ଭୁବନେଶ୍ବରର ବାପୁଜୀନଗର ଠାରେ ଅବସ୍ଥିତ ଇଣ୍ଟିଗ୍ରେଟେଡ୍ ପବ୍ଲିକ୍ ସର୍ଭିସ [...]
ଭୁବନେଶ୍ୱର – ରାଜଧାନୀ ସ୍ଥିତ ଡକ୍ଟର ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରକୁ ବିଶ୍ବସ୍ତରୀୟ ଲାଇବ୍ରେରୀରେ ପରିଣତ କରାଯିବ । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଓଡିଶା ଖଣି ନିଗମ (ଓଏମସି)ର ମିଳିତ ଆନୁକୂଲ୍ୟରେ ଗ୍ରନ୍ଥାଳୟର ରୂପାନ୍ତରୀକରଣ କରିବା ପାଇଁ ଓଡ଼ିଶା ସରକାର ଏହି ପ୍ରୟାସ ଆରମ୍ଭ କରିଛନ୍ତି । ଏଥିସହ ଭୁବନେଶ୍ବରର ବାପୁଜୀନଗର ଠାରେ ଅବସ୍ଥିତ ଇଣ୍ଟିଗ୍ରେଟେଡ୍ ପବ୍ଲିକ୍ ସର୍ଭିସ ସେଣ୍ଟର (ଆଇପିଏସସି)ରେ ସନ୍ଥକବି ଭୀମଭୋଇଙ୍କ ନାମରେ ଏକ ପାଠାଗାରକୁ ମୁଖ୍ୟମନ୍ତ୍ରୀ ଉଦଘାଟନ କରିଛନ୍ତି । ରାଜ୍ୟରେ ଗ୍ରନ୍ଥାଗାର ଅଭିଯାନ ଆରମ୍ଭ ହେଲା ବୋଲି ଏହି ଅବସରରେ କହିଛନ୍ତି ମୁଖ୍ୟମନ୍ତ୍ରୀ। ରାଜ୍ୟର ସବୁ ସ୍ଥାନରେ, ଭୁବନେଶ୍ଵର ର ପ୍ରତ୍ୟେକ ଜୋନରେ ଗ୍ରନ୍ଥାଗାର ପ୍ରତିଷ୍ଠା କରାଯିବ।
ସୂଚନାଯୋଗ୍ୟ ଯେ, ରାଜ୍ୟର ପ୍ରତ୍ୟେକ ସ୍ଥାନରେ ଗ୍ରନ୍ଥାଗାର ପ୍ରତିଷ୍ଠା କରିବା ପାଇଁ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମଳନୀରେ ପ୍ରସ୍ତାବ ଦିଆ ଯାଇଥିଲା। ସାରସ୍ୱତ ସମୃଦ୍ଧି ପାଇଁ ଓଡିଶାର ପ୍ରତିବଦ୍ଧତାର ପ୍ରତୀକ ଭାବରେ ପରିଚିତ ଡକ୍ଟର ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଳୟ ୧୯୫୯ ମସିହାରେ ଭାରତ ସରକାରଙ୍କ ଦ୍ୱାରା ପ୍ରଥମ ପଞ୍ଚବାର୍ଷିକ ଯୋଜନା ସମୟରେ କର୍ଯ୍ୟକ୍ଷମ ହୋଇଥିଲା ।
ବର୍ଷ ବର୍ଷ ଧରି ଏହା ଛାତ୍ରଛାତ୍ରୀ, ସର୍ବସାଧାରଣ ଏବଂ ସମାଜର ପ୍ରତ୍ୟେକ ବର୍ଗଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଜ୍ଞାନକେନ୍ଦ୍ର ଭାବେ ଏହା ବ୍ୟବହୃତ ହୋଇଆସୁଛି। ଓଡ଼ିଶାର ସାହିତ୍ୟିକ ଏବଂ ସାଂସ୍କୃତିକ ଐତିହ୍ୟ ପାଇଁ ଜଣାଶୁଣା ଏହି ଗ୍ରନ୍ଥାଗାରର ଉପଲବ୍ଧତା ଏବଂ ଯୁବଗୋଷ୍ଠୀକୁ ପୁସ୍ତକ ପଠନ ପାଇଁ ଅଧିକ ପ୍ରେରଣା ଦେବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମିଳିତ ସହଯୋଗରେ ଏହି ବ୍ୟାପକ ନବୀକରଣ ପ୍ରକଳ୍ପକୁ ହାତକୁ ନେଇଛନ୍ତି ।
ଅତ୍ୟାଧୁନିକ ଭିତ୍ତିଭୂମି ଜରିଆରେ ଏହି ଗ୍ରନ୍ଥାଳୟର ବିକାଶ କରି ଏହାକୁ ଆନ୍ତର୍ଜାତୀୟ ମାନଦଣ୍ଡରେ ପହଞ୍ଚାଇବାକୁ ଲକ୍ଷ୍ୟ ରଖାଯାଇଛି। ଏଠାରେ ଏକ ଆହାର କେନ୍ଦ୍ର ଏବଂ ମିଶନ ଶକ୍ତି କାଫେର ମଧ୍ୟ ଖୋଲିବ । ଏପରିକି ଭିନ୍ନକ୍ଷମ ମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ରହିଛି। ନୂତନ ଭାବରେ ପରିକଳ୍ପନା କରାଯାଇଥିବା ଏହି ଲାଇବ୍ରେରୀରେ ଥିବା ସମସ୍ତ ପୁସ୍ତକଗୁଡ଼ିକର ଡିଜିଟାଇଜେସନ୍ ପାଇଁ ମଧ୍ୟ ଯୋଜନା ରହିଛି ଯାହାଦ୍ଵାରା ଜଣେ ଯେକୌଣସି ସମୟରେ ନିଜ ମୋବାଇଲ ମାଧ୍ୟମରେ ଏଠାରେ ଥିବା ବହି ଗୁଡିକୁ ପଢିପାରିବ। ଏଥି ସହିତ ପ୍ରାୟ ୫୦୦ ଛାତ୍ରଛାତ୍ରୀ ଦୈନିକ ଉପସ୍ଥିତ ରହି ପୁସ୍ତକ ଅଧ୍ୟୟନ କରିବାର ଅତ୍ୟାଧୁନିକ ବ୍ୟବସ୍ଥା କରାଯାଇଛି । ଏଥିସହ ଲାଇବ୍ରେରୀ ସେବାଗୁଡିକର ଉପଲବ୍ଧତା ଅଧିକରୁ ଅଧିକ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ଓଡ଼ିଶା ଖଣି ନିଗମ ଦ୍ଵାରା ରାଜଧାନୀର ବାପୁଜୀନଗରରେ ଥିବା ସନ୍ଥକବି ଭୀମଭୋଇ ପାଠାଗାର ପ୍ରତିଷ୍ଠା କରାଯାଇଛି। ଏହାକୁ ଆଜି ମୁଖ୍ୟମନ୍ତ୍ରୀ ଉଦଘାଟନ କରିବା ସହ ସର୍ବସାଧାରଣମାନଙ୍କ ନିମନ୍ତେ ଉତ୍ସଗ କରିଛନ୍ତି । ପରିଦର୍ଶକଙ୍କ ବିଭିନ୍ନ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଅତ୍ୟାଧୁନିକ ସୁବିଧା ସହିତ ଏକ ଆହାର କେନ୍ଦ୍ର ନିର୍ମାଣ କରାଯାଇଛି। ବର୍ତ୍ତମାନ ଏହି ପାଠାଗାରରେ ଦୈନିକ ପ୍ରାୟ ୨୦୦ ଟି ଆସନର ବ୍ୟବସ୍ଥା ରହିଛି, ଯେଉଁଠି ଜନସାଧାରଣ ସୁବିଧାରେ ବସି ଅଧ୍ୟୟନ କରିପାରିବେ । ସେହିଭଳି ଭୁବନେଶ୍ବର ମହାନଗର ନିଗମର ୬ଟି ଜୋନରେ ଅତ୍ୟାଧୁନିକ ପାଠାଗାର ଓ ପଠନ ଗୃହ ପ୍ରତିଷ୍ଠା କରିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଏହାଦ୍ବାରା ପାଠାଗାରକୁ ନେଇ ଜନ ଆନ୍ଦୋଳନ ସୃଷ୍ଟି କରିବା ନିମନ୍ତେ ସରକାରଙ୍କ ଲକ୍ଷ୍ୟ ହାସଲ ହୋଇପାରିବ । ଅଧିକ ସଂଖ୍ୟାରେ ଜନସାଧାରଣ ବିଶେଷ କରି ଯୁବବର୍ଗ ଏବଂ ଛୋଟ ପିଲା ମାନଙ୍କୁ ଆକୃଷ୍ଟ କରିବା ପାଇଁ ଏଠାରେ ସମସ୍ତ ବ୍ୟବସ୍ଥା କରାଯିବ ।
ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା , ବିଧାୟକ ଅନନ୍ତ ନାରାୟଣ ଜେନା ଓ ସୁଶାନ୍ତ ରାଉତ, ବିଭାଗୀୟ ଶାସନ ସଚିବ ସୁଜାତା କାର୍ତ୍ତିକେୟ ଓ ନିର୍ଦ୍ଦେଶକ ଦିଲୀପ ରାଉତରାୟ ପ୍ରମୂଖ ଉପସ୍ଥିତ ଥିଲେ ।
Naveen Lays Foundation Stone for Transformation of Harekrushna Mahatab State Library
Next ArticleOdisha Significantly Reduces Response Time of Emergency Medical Ambulance Service
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
