ବରଗଡ଼ ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ: ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ ଓ ବରଗଡ଼ କ୍ୟାନ୍ସର ହସ୍ପିଟାଲର କଲେ ଲୋକାର୍ପଣ
ବରଗଡ଼ – ବରଗଡ ଜିଲ୍ଲା ଗସ୍ତ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି। ପ୍ରଥମେ ମୁଖ୍ୟମନ୍ତ୍ରୀ ଜିଲ୍ଲାର ମେଗା ଜଳସେଚନ ପ୍ରକଳ୍ପ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପର ଲୋକାର୍ପଣ କରିଥିଲେ । ଏହାପରେ ୧୦୦ ଶଯ୍ୟା ବିଶିଷ୍ଟ କ୍ୟାନ୍ସର ହସ୍ପିଟାଲର ଉଦଘାଟନ କରିଥିଲେ ମୁଖ୍ୟମନ୍ତ୍ରୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟରେ ଏବେ ରୂପାନ୍ତରଣ ପର୍ବ ଚାଲିଛି । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା – [...]
ବରଗଡ଼ – ବରଗଡ ଜିଲ୍ଲା ଗସ୍ତ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି। ପ୍ରଥମେ ମୁଖ୍ୟମନ୍ତ୍ରୀ ଜିଲ୍ଲାର ମେଗା ଜଳସେଚନ ପ୍ରକଳ୍ପ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପର ଲୋକାର୍ପଣ କରିଥିଲେ । ଏହାପରେ ୧୦୦ ଶଯ୍ୟା ବିଶିଷ୍ଟ କ୍ୟାନ୍ସର ହସ୍ପିଟାଲର ଉଦଘାଟନ କରିଥିଲେ ମୁଖ୍ୟମନ୍ତ୍ରୀ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟରେ ଏବେ ରୂପାନ୍ତରଣ ପର୍ବ ଚାଲିଛି । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା – ବିଏସକେୱାଇ ୪ କୋଟି ଲୋକଙ୍କ ପାଇଁ ଆଶୀର୍ବାଦ ପାଲଟିଛି । ଏବେ ଓଡ଼ିଶା ସାରାଦେଶକୁ ଖାଦ୍ୟ ଯୋଗାଉଛି । ଏଥିରେ ବରଗଡର ଚାଷୀଭାଇମାନଙ୍କ ମଧ୍ୟ ଅବଦାନ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ ଦ୍ୱାରା ଆଜି ଠାରୁ ଜମିକୁ ପାଣି ଯୋଗାଇବା ଆରମ୍ଭ ହେଲା । ଏହାଦ୍ୱାରା ୬୦ ହଜାର ଏକରରୁ ଅଧିକ ଜମି ଜଳସେଚିତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ଅଭିନେତା ଋତୁରାଜ ସିଂହଙ୍କ ହୃଦଘାତରେ ପରଲୋକ
Next ArticleCM Naveen Inaugurates Gangadhar Meher Lift Irrigation Project and Bargarh Cancer Hospital
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
