ଜନଜାତି ଭାଇ ଭଉଣୀଙ୍କ ଉପରେ ଥିବା ଛୋଟ ଛୋଟ ମକଦ୍ଦମା ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ବର -ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନଜାତି ଭାଇ ଭଉଣୀ ମାନଙ୍କ ଉପରେ ଥିବା ଛୋଟ ଛୋଟ ମକଦ୍ଦମା ଗୁଡିକ ପ୍ରତ୍ୟାହାର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଗୃହ ବିଭାଗ, ଅବକାରୀ ବିଭାଗ ଓ ଜଙ୍ଗଲ ଓ ପରିବେଶ ବିଭାଗ ଜନଜାତି ବର୍ଗଙ୍କ ଉପରେ ଥିବା ମକଦ୍ଦମା ଗୁଡିକର ସମୀକ୍ଷା କରିଥିଲେ । ମୋକଦ୍ଦମା ଗୁଡିକର ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ ପରେ ଉପରୋକ୍ତ ତିନୋଟି ବିଭାଗର ସମୁଦାୟ ୪୮୦୧୮ଟି ଜଙ୍ଗଲ ଓ ଅବକାରୀ [...]
ଭୁବନେଶ୍ବର -ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନଜାତି ଭାଇ ଭଉଣୀ ମାନଙ୍କ ଉପରେ ଥିବା ଛୋଟ ଛୋଟ ମକଦ୍ଦମା ଗୁଡିକ ପ୍ରତ୍ୟାହାର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।
ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଗୃହ ବିଭାଗ, ଅବକାରୀ ବିଭାଗ ଓ ଜଙ୍ଗଲ ଓ ପରିବେଶ ବିଭାଗ ଜନଜାତି ବର୍ଗଙ୍କ ଉପରେ ଥିବା ମକଦ୍ଦମା ଗୁଡିକର ସମୀକ୍ଷା କରିଥିଲେ । ମୋକଦ୍ଦମା ଗୁଡିକର ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ ପରେ ଉପରୋକ୍ତ ତିନୋଟି ବିଭାଗର ସମୁଦାୟ ୪୮୦୧୮ଟି ଜଙ୍ଗଲ ଓ ଅବକାରୀ ସଂପର୍କିତ ମାମଲା ପ୍ରତ୍ୟାହୃତ କରିବା ପାଇଁ ନିଷ୍ପତ୍ତି ହୋଇଛି। ଏହି ମାମଲା ଗୁଡିକ ମଧ୍ୟରେ ଅବକାରୀ ବିଭାଗ ଅଧିନରେ ୩୬୫୮୧ ମାମଲା, ଗୃହ ବିଭାଗ ଅଧୀନରେ ୯୮୪୬ ମାମଲା, ଜଙ୍ଗଲ ଓ ପରିବେଶ ବିଭାଗ ଅଧୀନରେ ୧୫୯୧ ମାମଲାକୁ ପ୍ରତ୍ୟାହାର କରାଯାଇଛି। ଏହିସବୁ ମାମଲା ପ୍ରତ୍ୟାହୃତ ହେବା ଦ୍ବାରା କୋର୍ଟ ଓ ନ୍ୟାୟିକ ବ୍ୟବସ୍ଥା ଉପରୁ ମଧ୍ୟ ଚାପ ହ୍ରାସ ପାଇବ ।
୫ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ସବୁ ଜିଲ୍ଲାରେ ଗଡିଲା ବସ୍
Next Articleଭାରତ-ଇଂଲଣ୍ଡ ଟେଷ୍ଟରେ ବ୍ୟାଘାତ ସୃଷ୍ଟି କରିବାକୁ ଆତଙ୍କବାଦୀ ପନ୍ନୁର ଧମକ, ରାଞ୍ଚିରେ ସୁରକ୍ଷା ବଢ଼ିଲା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
