ମାର୍ଚ୍ଚ ୨୨ରୁ ଆଇପିଏଲ୍-୨୦୨୪, ପ୍ରଥମ ୧୭ ଦିନର କାର୍ଯ୍ୟସୂଚୀ ଘୋଷଣା, ସିଏସକେ-ଆରସିବି ଉଦଘାଟନୀ ମୁକାବିଲା
ନୂଆଦିଲ୍ଲୀ: ଘୋଷଣା ହୋଇଛି ଆଇପିଏଲ୍-୨୦୨୪ର କାର୍ଯ୍ୟସୂଚୀ । ମାର୍ଚ୍ଚ ୨୨ରୁ ଆରମ୍ଭ ହେବ ଏହି ଲୋକପ୍ରିୟ ଟି-୨୦ ଲିଗର ସପ୍ତଦଶ ସଂସ୍କରଣ । ଟୁର୍ଣ୍ଣାମେଣ୍ଟର ପ୍ରଥମ ୨୧ଟି ମ୍ୟାଚ୍ ପାଇଁ କାର୍ଯ୍ୟସୂଚୀ ଗୁରୁବାର ଜାରି ହୋଇଛି । ସାଧାରଣ ନିର୍ବାଚନ ଦୃଷ୍ଟିରୁ ଏହି ସିଜନର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ପ୍ରକାଶ ପାଇନାହିଁ। ଲୋକସଭା ନିର୍ବାଚନ ତାରିଖ ଘୋଷଣା ପରେ ଦ୍ୱିତୀୟ ପର୍ଯ୍ୟାୟ କାର୍ଯ୍ୟସୂଚୀ ଘୋଷଣା କରାଯିବ। ଆଇପିଏଲ୍-୨୦୨୪ର ପ୍ରଥମ ମ୍ୟାଚ୍ ମାର୍ଚ୍ଚ ୨୨ରେ ଚେପକ୍ ଷ୍ଟାଡିୟମରେ ଡିଫେଣ୍ଡିଂ ଚାମ୍ପିଅନ୍ [...]
ନୂଆଦିଲ୍ଲୀ: ଘୋଷଣା ହୋଇଛି ଆଇପିଏଲ୍-୨୦୨୪ର କାର୍ଯ୍ୟସୂଚୀ । ମାର୍ଚ୍ଚ ୨୨ରୁ ଆରମ୍ଭ ହେବ ଏହି ଲୋକପ୍ରିୟ ଟି-୨୦ ଲିଗର ସପ୍ତଦଶ ସଂସ୍କରଣ । ଟୁର୍ଣ୍ଣାମେଣ୍ଟର ପ୍ରଥମ ୨୧ଟି ମ୍ୟାଚ୍ ପାଇଁ କାର୍ଯ୍ୟସୂଚୀ ଗୁରୁବାର ଜାରି ହୋଇଛି । ସାଧାରଣ ନିର୍ବାଚନ ଦୃଷ୍ଟିରୁ ଏହି ସିଜନର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ପ୍ରକାଶ ପାଇନାହିଁ। ଲୋକସଭା ନିର୍ବାଚନ ତାରିଖ ଘୋଷଣା ପରେ ଦ୍ୱିତୀୟ ପର୍ଯ୍ୟାୟ କାର୍ଯ୍ୟସୂଚୀ ଘୋଷଣା କରାଯିବ।
ଆଇପିଏଲ୍-୨୦୨୪ର ପ୍ରଥମ ମ୍ୟାଚ୍ ମାର୍ଚ୍ଚ ୨୨ରେ ଚେପକ୍ ଷ୍ଟାଡିୟମରେ ଡିଫେଣ୍ଡିଂ ଚାମ୍ପିଅନ୍ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଖେଳାଯିବ ।
ଟୁର୍ଣ୍ଣାମେଣ୍ଟର ପ୍ରଥମ ପର୍ଯ୍ୟାୟ ମାର୍ଚ୍ଚ ୨୨ରୁ ଏପ୍ରିଲ ୭ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ଅବଧି ମଧ୍ୟରେ ୧୭ ଦିନରେ ୨୧ଟି ମ୍ୟାଚ୍ ଖେଳାଯିବ । ଏଥିମଧ୍ୟରୁ ୪ଟି ଡବଲ୍ ହେଡର୍ (ଗୋଟିଏ ଦିନରେ ଦୁଇଟି ମ୍ୟାଚ୍) ରହିଛି ।
ସିଏସକେ ନବମ ଥର ପାଇଁ ଯେକୌଣସି ଆଇପିଏଲ୍ ସିଜନର ପ୍ରଥମ ମ୍ୟାଚ୍ ଖେଳିବ । ଦଳ ଏହା ପୂର୍ବରୁ ୮ ଥର ଉଦଘାଟନୀ ମ୍ୟାଚ୍ ଖେଳିଛି । ଦଳ ଏପର୍ଯ୍ୟନ୍ତ ୧୦ଟି ଫାଇନାଲ୍ ଖେଳିଥିବା ବେଳେ ୫ ଥର ଟାଇଟଲ୍ ଜିତିଛି । ଗତ ସିଜନର ଫାଇନାଲରେ ଦଳ ଗୁଜରାଟ ଟାଇଟନ୍ସକୁ ହରାଇ ପଞ୍ଚମ ଟ୍ରଫି ଜିତିଥିଲା ।
ସାଧାରଣ ନିର୍ବାଚନ ସତ୍ତ୍ବେ ପୂରା ଟୁର୍ଣ୍ଣାମେଣ୍ଟ ଭାରତରେ ଖେଳାଯିବ ବୋଲି ଆଇପିଏଲ୍ ଅଧ୍ୟକ୍ଷ ଅରୁଣ ଧୁମଲ ସ୍ପଷ୍ଟ କରିଛନ୍ତି ।
୨୦୦୯ରେ ସାଧାରଣ ନିର୍ବାଚନ ଯୋଗୁଁ ଆଇପିଏଲର ପୂରା ସିଜନ୍ ଦକ୍ଷିଣ ଆଫ୍ରିକାରେ ଅନୁଷ୍ଠିତ ହୋଇଥିଲା । ୨୦୧୪ରେ କିଛି ମ୍ୟାଚ୍ ୟୁଏଇରେ ଖେଳାଯାଇଥିବା ବେଳେ ୨୦୧୯ ସାଧାରଣ ନିର୍ବାଚନ ସମୟରେ ପୂରା ଲିଗ୍ ଦେଶରେ ଅନୁଷ୍ଠିତ ହୋଇଥିଲା ।
5T Chairman Reviews Progress of Various Development Projects in Ganjam Dist, Attends Public Grievance Meetings
Next Articleପ୍ରବଳ ଖରା : ଆଜି ୧୮ଟି ସହରରେ ତାପମାତ୍ରା ୩୫ ଡିଗ୍ରୀ ବା ଅଧିକ ରେକର୍ଡ, ସୋନପୁର ସବୁଠୁ ଉତ୍ତପ୍ତ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
