ଓଡ଼ିଶାର ପ୍ରଯୁକ୍ତିବିଦ୍ୟା ଭିତ୍ତିଭୂମିକୁ ଆଉ ଏକ ସଫଳତା : “ଆକ୍ସେଞ୍ଚରର” ଅତ୍ୟାଧୁନିକ ବୈଷୟିକ ଗବେଷଣା କେନ୍ଦ୍ର ଉଦ୍ଘାଟିତ
ଭୁବନେଶ୍ୱର – ବିଶ୍ୱର ଅଗ୍ରଣୀ ପ୍ରଯୁକ୍ତିବିଦ୍ୟା ସେବା ପ୍ରଦାନକାରୀ ସଂସ୍ଥା ‘ଆକ୍ସେଞ୍ଚର’ର ଅତ୍ୟାଧୁନିକ ବୈଷୟିକ ଗବେଷଣା କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱରରେ ଉଦଘାଟନ କରିଛନ୍ତି । ‘ଆକ୍ସେଞ୍ଚର’ ହେଉଛି ବିଶ୍ଵର ଅନ୍ୟତମ ଅଗ୍ରଣୀ ବୃତ୍ତିଗତ ସେବା କମ୍ପାନୀ । ଭାରତରେ ୩ ଲକ୍ଷରୁ ଊର୍ଦ୍ଧ୍ଵ କର୍ମଚାରୀ କାର୍ଯ୍ୟ କରୁଥିବା ବେଳେ ସମଗ୍ର ବିଶ୍ଵରେ ପାଖାପାଖି ୭,୪୩,୦୦୦ କର୍ମଚାରୀ ଏହି ସଂସ୍ଥାରେ କାର୍ଯ୍ୟରତ । ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ବିଗତ ତିନି ଦଶନ୍ଧି ଧରି ଏହି ସଂସ୍ଥା [...]
ଭୁବନେଶ୍ୱର – ବିଶ୍ୱର ଅଗ୍ରଣୀ ପ୍ରଯୁକ୍ତିବିଦ୍ୟା ସେବା ପ୍ରଦାନକାରୀ ସଂସ୍ଥା ‘ଆକ୍ସେଞ୍ଚର’ର ଅତ୍ୟାଧୁନିକ ବୈଷୟିକ ଗବେଷଣା କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱରରେ ଉଦଘାଟନ କରିଛନ୍ତି । ‘ଆକ୍ସେଞ୍ଚର’ ହେଉଛି ବିଶ୍ଵର ଅନ୍ୟତମ ଅଗ୍ରଣୀ ବୃତ୍ତିଗତ ସେବା କମ୍ପାନୀ । ଭାରତରେ ୩ ଲକ୍ଷରୁ ଊର୍ଦ୍ଧ୍ଵ କର୍ମଚାରୀ କାର୍ଯ୍ୟ କରୁଥିବା ବେଳେ ସମଗ୍ର ବିଶ୍ଵରେ ପାଖାପାଖି ୭,୪୩,୦୦୦ କର୍ମଚାରୀ ଏହି ସଂସ୍ଥାରେ କାର୍ଯ୍ୟରତ । ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ବିଗତ ତିନି ଦଶନ୍ଧି ଧରି ଏହି ସଂସ୍ଥା ନିଯୁକ୍ତି ତଥା ନିବେଶ କ୍ଷେତ୍ରରେ ଏକ ଅଗ୍ରଣୀ ଅନୁଷ୍ଠାନ ।
ଓଡ଼ିଶାରେ ଆକ୍ସେଞ୍ଚରର ପ୍ରତିଷ୍ଠା ଫଳରେ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ବ୍ୟାପକ ଅଭିବୃଦ୍ଧି ହେବା ସଙ୍ଗେ ସଙ୍ଗେ ଓଡ଼ିଶା ସମଗ୍ର ଭାରତରେ ନିଜର ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିପାରିବ । ଏହି କେନ୍ଦ୍ରକୁ ଉଦ୍ଘାଟନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, “ ଓଡ଼ିଶା ବର୍ଷ-ବର୍ଷଧରି ବିଭିନ୍ନ କ୍ଷେତ୍ରରେ ସଫଳତା ହାସଲ କରିଚାଲିଛି, ଆକ୍ସେଞ୍ଚର ଓଡ଼ିଶାର ପ୍ରଗତି ଯାତ୍ରାର ଆଉ ଏକ ସଫଳ କାହାଣୀ” । ଖୁସିର ବିଷୟ ଯେ ସୂଚନା ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଅଗ୍ରଣୀ ଅନୁଷ୍ଠାନ ଆକ୍ସେଞ୍ଚର ଏବେ ରାଜ୍ୟର କ୍ରମବର୍ଦ୍ଧମାନ ଅର୍ଥନୀତି ଦ୍ଵାରା ପ୍ରଭାବିତ ହୋଇ ଭୁବନେଶ୍ବରରେ ନିଜର ନିଜର ବୈଷୟିକ ଗବେଷଣା କେନ୍ଦ୍ର ପ୍ରତିଷ୍ଠା କରିଛି । ଆମ ରାଜ୍ୟ ନୂତନ ଚିନ୍ତାଧାରା, ଉଦ୍ଭାବନ ଏବଂ ନୂତନ ଉଦ୍ୟୋଗକୁ ପ୍ରୋଶ୍ଚାହନ ଦେଇ ଦୃଢ଼ ଆତ୍ମବିଶ୍ୱାସର ସହ ଆଗକୁ ଆଗେଇଚାଲିଛି । ମୋର ଦୃଢବିଶ୍ଵାସ ଯେ, ନୂତନ ଉଦ୍ୟୋଗ, ବୈଷୟିକ ଉଦ୍ଭାବନକୁ ପ୍ରୋତ୍ସାହିତ କରି ଓଡ଼ିଶାର ବିକାଶ ଯାତ୍ରାରେ ଅଗ୍ରସର ହେବ । ରାଜ୍ୟ ସରକାରଙ୍କ ତରଫରୁ ସମସ୍ତ ପ୍ରକାର ସହାୟତା ଯୋଗାଇଦେବାର ପ୍ରତିଶ୍ରୁତି ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାରେ ଆକ୍ସେଞ୍ଚରର ଏହି ନୂତନ କେନ୍ଦ୍ର ରାଜ୍ୟ ସରକାରଙ୍କ ନିରନ୍ତର ପ୍ରଗତିଶୀଳ ପ୍ରୟାସର ଅନ୍ୟତମ ପ୍ରତିଫଳ ।
ଉଦ୍ଘାଟନୀ ଉତ୍ସବରେ ଇଲେକ୍ଟ୍ରୋନିକ୍ସ ତଥା ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତୁଷାରକାନ୍ତି ବେହେରା, ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍, ଇଲେକ୍ଟ୍ରୋନିକ୍ସ ତଥା ସୂଚନା ପ୍ରଯୁକ୍ତିବିଦ୍ୟା ପ୍ରମୁଖ ଶାସନ ସଚିବ ମନୋଜ ମିଶ୍ର, ସ୍ୱତନ୍ତ୍ର ଶାସନ ସଚିବ ମାନସ ରଞ୍ଜନ ପଣ୍ଡା, ଆକ୍ସେଞ୍ଚରର ପ୍ରମୁଖ ରଣନୀତି ଅଧିକାରୀ ଡ. ଭାସ୍କର ଘୋଷ, କଣ୍ଟ୍ରି ମ୍ୟାନେଜିଂ ଡାଇରେକ୍ଟର ଅଜୟ ବିଜ୍ ଏବଂ ମହେଶ ଜୁରାଲେ, ଗ୍ଲୋବାଲ ନେଟୱାର୍କ ଏବଂ ଲିଡ୍ – ଆଡଭାନ୍ସ ଟେକ୍ନୋଲୋଜି ସେଣ୍ଟର, ଇଣ୍ଡିଆ ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।

ମନ୍ତ୍ରୀ ତୁଷାରକାନ୍ତି ବେହେରା କହିଥିଲେ ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଆଜି ଓଡ଼ିଶା ପ୍ରଯୁକ୍ତିବିଦ୍ୟା, ଇଲେକ୍ଟ୍ରୋନିକ୍ସ, ଅତ୍ୟାଧୁନିକ ବୈଷୟିକ ଗବେଷଣା ଏବଂ କନସଲଟିଂ କମ୍ପାନିମାନଙ୍କ ପାଇଁ ନିବେଶ ନିମନ୍ତେ ଏକ ଆକର୍ଷଣୀୟ ରାଜ୍ୟ ପାଲଟିଛି । ଆକ୍ସେଞ୍ଚରର ଅତ୍ୟାଧୁନିକ ବୈଷୟିକ ଗବେଷଣା ସେଣ୍ଟର ପ୍ରତିଷ୍ଠା ଦ୍ୱାରା ରାଜ୍ୟର ଯୁବବର୍ଗଙ୍କ ପାଇଁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବାସହ ଓଡ଼ିଶାର ଅର୍ଥନୈତିକ ଅଭିବୃଦ୍ଧି ହୋଇପାରିବ ।
ଏହି ଅବସରରେ ଡ. ଭାସ୍କର ଘୋଷ, ଆକ୍ସେଞ୍ଚରର ପ୍ରମୁଖ ରଣନୀତି ଅଧିକାରୀ କହିଛନ୍ତି ଯେ, ଓଡ଼ିଶାରେ ଏହି ନୂତନ ବୈଷୟିକ କେନ୍ଦ୍ରକୁ ପ୍ରତିଷ୍ଠା କରି ଆମେ ଖୁବ ଉତ୍ସାହିତ । ଓଡ଼ିଶା ପ୍ରତିଷ୍ଠିତ ବୈଷୟିକ ଶିକ୍ଷାନୁଷ୍ଠାନ ଏବଂ ଦକ୍ଷ ପ୍ରତିଭାରେ ସମୃଦ୍ଧ । ରାଜ୍ୟର ସୁବ୍ୟବସ୍ଥିତ ପ୍ରଯୁକ୍ତିବିଦ୍ୟା ନୀତି, ସୁଦୃଢ଼ ଭିତ୍ତିଭୂମି ଏବଂ ରାଜ୍ୟ ସରକାରଙ୍କ ସହଯୋଗୀ ମନୋଭାବ ପାଇଁ ଆମେ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜ୍ଞାପନ କରୁଛି । ମୋର ଦୃଢ ବିଶ୍ୱାସ ଯେ ଖୁବ ଶୀଘ୍ର ବିଶ୍ଵର ଅନ୍ୟତମ ପ୍ରତିଷ୍ଠିତ ଟେକ-ସିଟି ଭାବରେ ଓଡ଼ିଶା ପରିଗଣିତ ହେବ । ଏହା ବ୍ୟତୀତ ଭାରତରେ ଆମର ସଂପ୍ରସାରଣ ତଥା ଉପସ୍ଥିତି ବିସ୍ତାର କରିବାର ପ୍ରତିବଦ୍ଧତାକୁ ଆମେ ଏହି କେନ୍ଦ୍ର ପ୍ରତିଷ୍ଠା ଦ୍ଵାରା ସଫଳ ମଧ୍ୟ କରିପାରିଛୁ । ଭୁବନେଶ୍ୱରରେ ଆମର ଏହି ନୂତନ ବୈଷୟିକ କେନ୍ଦ୍ର କ୍ଲାଉଡ୍ କମ୍ପୁଟିଙ୍ଗ, ଡାଟା ଏନାଲିଟିକ୍ସ ଏବଂ ଏଆଇ ଇତ୍ୟାଦି ବ୍ୟବହାର କରି ଗ୍ରାହକମାନଙ୍କୁ ଅନନ୍ୟ ସେବା ଯୋଗାଇପାରିବ । ରାଜ୍ୟର ଅଭିବୃଦ୍ଧି କାହାଣୀରେ ଯୋଡିହେବା ସହିତ ନୂତନ ଉଦ୍ଭାବନ ଏବଂ ବିକାଶରେ ଯୋଗଦାନ କରିବାର ସୁଯୋଗକୁ ନେଇ ଆମେ ଉତ୍ସାହିତ ।

ଓଡ଼ିଶା ଟେକ୍ନୋଲୋଜି ସେଣ୍ଟରରେ ଅବସ୍ଥିତ ଆକ୍ସେଞ୍ଚରର ଏହି ନୂତନ କେନ୍ଦ୍ର ୫୦,୦୦୦ ବର୍ଗଫୁଟ ପରିବ୍ୟାପ୍ତ ହୋଇଥିବା ବେଳେ, ପାଖାପାଖି ୨୦୦୦ କର୍ମଚାରୀ ହାଇବ୍ରିଡ ମଡେଲରେ କାମ କରିବାପାଇଁ ଏହି କେନ୍ଦ୍ରରେ ସୁବିଧା ରହିଛି । ସୂଚନାଯୋଗ୍ୟଯେ, ଓଡିଶାରେ ଆକ୍ସେଞ୍ଚରର ଭବିଷ୍ୟତ ସଂପ୍ରସାରଣ ପାଇଁ ମଧ୍ୟ ଯୋଜନା ରହିଛି ।
ଇଲେକ୍ଟ୍ରୋନିକ୍ସ ତଥା ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗର ପ୍ରମୁଖ ଶାସନ ସଚିବ ମନୋଜ ମିଶ୍ର କହିଥିଲେ ଯେ, ଭୁବନେଶ୍ୱରରେ ଆକ୍ସେଞ୍ଚରର ଅତ୍ୟାଧୁନିକ ବୈଷୟିକ ଗବେଷଣାର କାର୍ଯ୍ୟାଳୟ ପ୍ରତିଷ୍ଠା ଆମ ରାଜ୍ୟର ସାମର୍ଥ୍ୟ ଉପରେ ନିବେଶକଙ୍କ ବିଶ୍ୱାସକୁ ସୂଚିତ କରୁଛି । ଭୁବନେଶ୍ୱରରେ ଆକ୍ସେଞ୍ଚରର ଅତ୍ୟାଧୁନିକ ବୈଷୟିକ ଗବେଷଣା କେନ୍ଦ୍ର ରାଜ୍ୟର ଆଇ.ଟି. ଇକୋସିଷ୍ଟମ୍କୁ ଆହୁରି ସୁଦୃଢ଼ କରିବ ଏବଂ ଓଡ଼ିଶାର ଯୁବକ-ଯୁବତୀମାନଙ୍କ ପାଇଁ ନିଯୁକ୍ତି ସୃଷ୍ଟି କରିପାରିବ ।
ସୂଚନାଯୋଗ୍ୟ, ଓଡ଼ିଶା ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ଆଇ.ଟି. ବିଭାଗ ପକ୍ଷରୁ ଆଇ.ଟି. / ଆଇ.ଟି.ଇ.ଏସ୍. ଓ ଇ.ଏସ୍.ଡି.ଏମ୍. କ୍ଷେତ୍ରରେ ରାଜ୍ୟକୁ ନିରନ୍ତର ବୃହତ୍ ପୁଞ୍ଜିନିବେଶ ଆକୃଷ୍ଟ କରିବା ପାଇଁ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ ଜାରି ରହିଛି। ଫଳରେ ନିକଟ ଅତୀତରେ ପ୍ରମୁଖ ଆଇଟି/ଆଇଟିଇଏସ୍/ଇଏସଡିଏମ ଯଥା ଆଇବିଏମ୍, ପିଡବ୍ଲ୍ୟୁସି, ଡେଲୋଇଟ୍, କନକେନ୍ଟ୍ରିକ୍ସ, ହାପିଷ୍ଟ ମାଇଣ୍ଡସ୍, ଇନଫୋସିସ୍ ବିପିଏମ, ସିନୋପ୍ସିସ୍, ଇଆଣ୍ଡୱାଇ, ଚବ୍, ଇଆଣ୍ଡୱାଇ ଏବଂ କଗ୍ନିଜେଣ୍ଟ ଭଳି ବିଶ୍ୱସ୍ତରୀୟ ବହୁରାଷ୍ଟ୍ରୀୟ ସଂସ୍ଥା ରାଜ୍ୟରେ ସେମାନଙ୍କର ଗ୍ଲୋବାଲ ଡେଭଲପମେଣ୍ଟ ଏବଂ ଆଉଟସୋର୍ସିଂ ସେଣ୍ଟର ସ୍ଥାପନ କରିଛନ୍ତି ।
Odisha Govt Inks MoU with CGTMSE for Successful Implementation of ‘SWAYAM’ Scheme
Next ArticleOdisha Govt Extends KALIA Yojana for 3 More Years, Allocates Rs.6029.70 Cr Budget
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
