ଆଜି ଅଗ୍ନି ଉତ୍ସବ, ସର୍ବତ୍ର ପାଳିତ ହେବ ଅଗିଜଳା ପୂର୍ଣ୍ଣିମା
ମାଘ ମାସ ପୂର୍ଣ୍ଣମୀକୁ କୁହାଯାଏ ଅଗିଜଳା ପୂର୍ଣ୍ଣମୀ।ଏହାସହ ଏହାକୁ ଅଇଘରା ପୂର୍ଣ୍ଣିମା,ଅଗ୍ନ୍ୟୁତ୍ସବ ପୂର୍ଣ୍ଣିମା (ଅଗ୍ନ୍ୟୁତ୍ସବ), ଅଇଘେରା, ଅଇଘରା ପୁନେଇଁ ବା ଅଗିଜଳା ପୂର୍ଣ୍ଣିମା (ଅଗିଜଳା), ଅଗିରା ପୂର୍ଣ୍ଣମୀ ଆଦି କୁହାଯାଏ। ଅଗିଜଳା ପୁନେଇଁ ଏକ ପାରମ୍ପାରିକ ଓଡ଼ିଆ ଗଣପର୍ବ।ଏହି ଦିନ ଅଗ୍ନିଦେବଙ୍କର ପୂଜା ଉତ୍ସବ ପାଳିତ ହୋଇଥାଏ।ଓଡ଼ିଶା ସମେତ ଭାରତର ଅନେକ ରାଜ୍ୟରେ ଏହି ଉତ୍ସବ ଅଲଗା ଅଲଗା ଢଙ୍ଗରେ ପାଳନ କରାଯାଇଥାଏ।ଏଥିରେ ଗାଁ ମୁଣ୍ଡରେ ଏକ ଉନ୍ମୁକ୍ତ ପ୍ରାଙ୍ଗଣରେ ବାଉଁଶ ଅଗି ସ୍ଥାପନ କରାଯାଇ ସେଥିରେ [...]
ମାଘ ମାସ ପୂର୍ଣ୍ଣମୀକୁ କୁହାଯାଏ ଅଗିଜଳା ପୂର୍ଣ୍ଣମୀ।ଏହାସହ ଏହାକୁ ଅଇଘରା ପୂର୍ଣ୍ଣିମା,ଅଗ୍ନ୍ୟୁତ୍ସବ ପୂର୍ଣ୍ଣିମା (ଅଗ୍ନ୍ୟୁତ୍ସବ), ଅଇଘେରା, ଅଇଘରା ପୁନେଇଁ ବା ଅଗିଜଳା ପୂର୍ଣ୍ଣିମା (ଅଗିଜଳା), ଅଗିରା ପୂର୍ଣ୍ଣମୀ ଆଦି କୁହାଯାଏ।
ଅଗିଜଳା ପୁନେଇଁ ଏକ ପାରମ୍ପାରିକ ଓଡ଼ିଆ ଗଣପର୍ବ।ଏହି ଦିନ ଅଗ୍ନିଦେବଙ୍କର ପୂଜା ଉତ୍ସବ ପାଳିତ ହୋଇଥାଏ।ଓଡ଼ିଶା ସମେତ ଭାରତର ଅନେକ ରାଜ୍ୟରେ ଏହି ଉତ୍ସବ ଅଲଗା ଅଲଗା ଢଙ୍ଗରେ ପାଳନ କରାଯାଇଥାଏ।ଏଥିରେ ଗାଁ ମୁଣ୍ଡରେ ଏକ ଉନ୍ମୁକ୍ତ ପ୍ରାଙ୍ଗଣରେ ବାଉଁଶ ଅଗି ସ୍ଥାପନ କରାଯାଇ ସେଥିରେ ନଡ଼ା କୁଟାରେ ଛପର କରାଯାଇ ଅଗ୍ନି ଦେବଙ୍କୁ ସ୍ଥାପନ କରାଯାଏ।କେତେକ ସ୍ଥାନରେ କମାରଶାଳର ଶାଣ ଦେହରୁ ଉଦ୍ଭବ ଅଗ୍ନିଶିଖାକୁ ସୋଲରେ ସଂଗ୍ରହ କରି ନଡ଼ା କୁଟାରେ ପ୍ରସ୍ତୁତ ଅଟାରେ ସାଇତି ରଖାଯାଇଥାଏ।ସନ୍ଧ୍ୟା ସମୟରେ ଅଗ୍ନି ଉତ୍ସବ କାଳରେ ବ୍ରାହ୍ମଣ ପୁରୋହିତ ଅଗ୍ନିଦେବଙ୍କୁ ପୂଜା କରି କମାର ଯୋଗାଇଥିବା ଶାଣ ଅଗ୍ନିଦ୍ୱାରା ପ୍ରସ୍ତୁତ ଅଗିରାରେ ଅଗ୍ନି ସଂଯୋଗ କରିଥାଆନ୍ତି।ଅଗି ଜଳି ଉଠିବା ସହିତ ନାନାଦି ଭୋଗ ଅଗ୍ନିରେ ସମର୍ପଣ କରାଯାଏ । ଭକ୍ତମାନେ ଖୋଳ କୀର୍ତ୍ତନ କରି ଅଗ୍ନିର ଚତୁଃପାର୍ଶ୍ଵ ପରିଭ୍ରମଣ କରିବା ସହିତ ଅଗ୍ନିରେ ଆଳୁ,ବାଇଗଣ ଆଦି ଫଳ ପକାଇ ଥାଆନ୍ତି।ଲୋକମାନଙ୍କର ବିଶ୍ୱାସ ରହିଛି,ଏଥିରେ ପୋଡ଼ା ଯାଇଥିବା ଫଳ ଖାଇଲେ ମନୁଷ୍ୟ ଦେହରେ ଚର୍ମରୋଗ ହୁଏ ନାହିଁ।ଆଉ ମଧ୍ୟ ବିଶ୍ୱାସ ରହିଛି ଅଗ୍ନି ନିଅାଁ ଯେଉଁ ଦିଗକୁ ଢଳିଥାଏ ସେହି ଦିଗରେ ଧାନ ଫସଲ ଭଲ ଉତ୍ପାଦନ ହୋଇଥାଏ ।
ମାଘ ପୂର୍ଣ୍ଣମୀର ଏହି ଅଗ୍ନ୍ୟୁତ୍ସବ ଏକ କୃଷିଭିତ୍ତିକ ପର୍ବ।ଅଗିଜଳା ପୂର୍ଣ୍ଣମୀରେ ଅଗ୍ନ୍ୟୁତ୍ସବ ପାଳି ଅଗ୍ନି ଦେବଙ୍କର ପୂଜା ଅର୍ଚ୍ଚନା ପରେ ଗ୍ରାମର ଲୋକମାନେ ସେମାନଙ୍କର ଘରରର ଚାଳ ଛପର କାର୍ଯ୍ୟ ଆରମ୍ଭ କରିଥାଆନ୍ତି।କଥାରେ ଅଛି “ଘର ପୋଡ଼ିଠାରୁ ବିପତ୍ତି ନାହିଁ”।ତେଣୁ ଗୃହକୁ ଅଗ୍ନିଦାହରୁ ସୁରକ୍ଷା ଦେବା ନିମନ୍ତେ ଅଗ୍ନି ଦେବତାଙ୍କର ସନ୍ତୋଷ ବିଧାନ ନିମନ୍ତେ ମାଘ ପୂର୍ଣ୍ଣମୀ ଦିନ ଅଗ୍ନି ଉତ୍ସବ ପାଳିତ ହୋଇଥାଏ।
ଶ୍ରୀରାମ ଚରିତ ମାନସ: ବାଲ କାଣ୍ଡ
Next Articleମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ମନୋହର ଯୋଶୀଙ୍କ ପରଲୋକ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
