ରାଜ୍ୟରେ ୩୪ଟି ନୂଆ ଏନଏସି ଗଠନ, ଆସ୍କା ଓ ଛତ୍ରପୁର ସମେତ ୫ ଏନ୍ଏସି ହେଲା ମ୍ୟୁନିସିପାଲିଟି
ଭୁବନେଶ୍ବର – ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୨୦ଟି ଜିଲ୍ଲାରେ ୩୪ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଚାରିଟି ଜିଲାର ପାଞ୍ଚଟି ଏନଏସି କୁ ମ୍ୟୁନିସିପାଲିଟିକୁ ଉନ୍ନୀତ କରାଯିବା ବିଷୟ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲ୍ଲାର ବୌଦ୍ଧଗଡ଼, ମୟୂରଭଞ୍ଜର କରଞ୍ଜିଆ, ବଲାଙ୍ଗିରର କଣ୍ଟାବାଞ୍ଝି, ଓ ଗଞ୍ଜାମ ଜିଲ୍ଲାର ଛତ୍ରପୁର ଓ ଆସ୍କା ଏନଏସିକୁ ମ୍ୟୁନିସିପାଲିଟିକୁ ଉନ୍ନୀତ କରାଯାଇଛି । ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଙ୍କ ବିଭିନ୍ନ ଜିଲ୍ଲା [...]
ଭୁବନେଶ୍ବର – ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୨୦ଟି ଜିଲ୍ଲାରେ ୩୪ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଚାରିଟି ଜିଲାର ପାଞ୍ଚଟି ଏନଏସି କୁ ମ୍ୟୁନିସିପାଲିଟିକୁ ଉନ୍ନୀତ କରାଯିବା ବିଷୟ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲ୍ଲାର ବୌଦ୍ଧଗଡ଼, ମୟୂରଭଞ୍ଜର କରଞ୍ଜିଆ, ବଲାଙ୍ଗିରର କଣ୍ଟାବାଞ୍ଝି, ଓ ଗଞ୍ଜାମ ଜିଲ୍ଲାର ଛତ୍ରପୁର ଓ ଆସ୍କା ଏନଏସିକୁ ମ୍ୟୁନିସିପାଲିଟିକୁ ଉନ୍ନୀତ କରାଯାଇଛି ।
୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଙ୍କ ବିଭିନ୍ନ ଜିଲ୍ଲା ଗସ୍ତ ଅବସରରେ ଜନସାଧାରଣଙ୍କ ପ୍ରସ୍ତାବ ଏବଂ ବିକାଶର ଆବଶ୍ୟକତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି ।
ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗୁଡିକ ହେଲା – ଅନୁଗୋଳ ଜିଲ୍ଲାର ପାଲଲହଡା ଓ ଛେଣ୍ଡିପଦା, ବାଲେଶ୍ୱର ଜିଲ୍ଲାର ବସ୍ତା ଓ ସିମୁଳିଆ, ବରଗଡ ଜିଲ୍ଲାର ପାଇକମାଳ ଓ ଭେଡେନ, ଭଦ୍ରକ ଜିଲ୍ଲାର ଅଗରପଡା, ବଲାଙ୍ଗିର ଜିଲ୍ଲାର ବେଲପଡା ଓ ସଂଇତଳା, ଯାଜପୁର ଜିଲ୍ଲାର ବିଞ୍ଝାରପୁର, ପାଣିକୋଇଲି, ଜାରକା ଓ ଚଣ୍ଡିଖୋଲ, କଳହାଣ୍ଡି ଜିଲ୍ଲାର ଜୟପାଟଣା, କନ୍ଧମାଳ ଜିଲ୍ଲାର ରାଇକିଆ, କୋରାପୁଟ ଜିଲ୍ଲାର ବୋରିଗୁମା, ନୂଆପଡା ଜିଲ୍ଲାର ସିନାପାଲି, ରାୟଗଡ ଜିଲ୍ଲାର ଚାନ୍ଦିଲି, ମୁନିଗୁଡା ଓ ବିଷମକଟକ, ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗୁରିପାଲି, ସୁନ୍ଦରଗଡ ଜିଲ୍ଲାର ବଣେଇ, ଗଞ୍ଜାମ ଜିଲ୍ଲାର ଶେରଗଡ ଓ କୁକୁଡାଖଣ୍ଡି, ନୟାଗଡ ଜିଲ୍ଲାର କଣ୍ଟିଲୋ, ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ ଓ ବେଗୁନିଆ, କଟକ ଜିଲ୍ଲାର ସାଲେପୁର, ବଡମ୍ବା, ନରସିଂହପୁର ଓ ନିଆଳି, ମୟୁରଭଞ୍ଜ ଜିଲ୍ଲାର ବେତନଟି, ଢେଙ୍କାନାଳ ଜିଲ୍ଲାର ପରଜଙ୍ଗ ଏବଂ ବୌଦ୍ଧ ଜିଲ୍ଲାର କଣ୍ଟାମାଳ।
ସୂଚନାଯୋଗ୍ୟ ଯେ, ଜନସାଧାରଣଙ୍କ ଦାବି, କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା, ବିକାଶ ଓ ଅର୍ଥନୈତିକ ଅଭିବୃଦ୍ଧିକୁ ଦୃଷ୍ଟିରେ ରଖି, ଏହି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ଅଞ୍ଚଳର ସାମଗ୍ରିକ ବିକାଶ କ୍ଷେତ୍ରରେ ନବଗଠିତ ପରିଷଦ ଗୁଡିକ କାର୍ଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି।
Rajesh Pravakar Patil Posted as New BMC Commissioner
Next Article34 New NACs Formed, Five NACs Including Chatrapur, Aska Upgraded to Municipalities in Odisha
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
