ବାରବାଟୀର ନବକଳେବର ପାଇଁ ଆଜି ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ
କଟକ – ଓଡ଼ିଶାର ଐତିହାସିକ ବାରବାଟୀ ଷ୍ଟାଡିୟମର ନବକଳେବର ପାଇଁ ଆଜି ଭିତ୍ତିପ୍ରସ୍ତର ସ୍ଥାପନ କରାଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ବାରବାଟୀର ନବକଳେବରରେ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ। କିଛି ଦିନ ତଳେ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବାରବାଟୀ ଷ୍ଟାଡିୟମ ପରିଦର୍ଶନ କରି ପ୍ରସ୍ତାବିତ ନବକଳେବର ବିଷୟରେ ଆଲୋଚନା କରିଥିଲେ । ରାଜ୍ୟ ସରକାର, ବିସିସିଆଇ ଓ ଓସିଏର ମିଳିତ ଉଦ୍ୟମରେ ବାରବାଟୀର ରୂପାନ୍ତରୀକରଣ କାର୍ଯ୍ୟ ଆରମ୍ଭ [...]
କଟକ – ଓଡ଼ିଶାର ଐତିହାସିକ ବାରବାଟୀ ଷ୍ଟାଡିୟମର ନବକଳେବର ପାଇଁ ଆଜି ଭିତ୍ତିପ୍ରସ୍ତର ସ୍ଥାପନ କରାଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ବାରବାଟୀର ନବକଳେବରରେ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ। କିଛି ଦିନ ତଳେ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବାରବାଟୀ ଷ୍ଟାଡିୟମ ପରିଦର୍ଶନ କରି ପ୍ରସ୍ତାବିତ ନବକଳେବର ବିଷୟରେ ଆଲୋଚନା କରିଥିଲେ । ରାଜ୍ୟ ସରକାର, ବିସିସିଆଇ ଓ ଓସିଏର ମିଳିତ ଉଦ୍ୟମରେ ବାରବାଟୀର ରୂପାନ୍ତରୀକରଣ କାର୍ଯ୍ୟ ଆରମ୍ଭ ହେବ । ଆଜି ମଧ୍ୟ ମୁଖ୍ୟମନ୍ତ୍ରୀ ଓଡ଼ିଆ କ୍ରିକେଟ ଆସୋସିଏସନ ଦ୍ୱାରା ରାଜ୍ୟର ସମସ୍ତ ୩୦ ଜିଲ୍ଲାରେ ପ୍ରସ୍ତୁତ ହୋଇଥିବା ୪୨ଟି କ୍ରିକେଟ ଏକାଡେମୀର ମଧ୍ୟ ଉଦଘାଟନ କରିବେ।
ବାରବାଟୀ ଷ୍ଟାଡିୟମର ନବୀକରଣ ପାଇଁ ଖର୍ଚ୍ଚ ହେବ ୬ ଶହ କୋଟି ଟଙ୍କା । ଏକାଥରେ ୬୦ ହଜାର ଦର୍ଶକ ବସି ଖେଳ ଦେଖିବା ଭଳି ବ୍ୟବସ୍ଥା କରାଯିବ ।
ନୂଆ ଷ୍ଟାଡିୟମରେ ରହିବ ଅତ୍ୟାଧୁନିକ ସୁବିଧା । ନିର୍ମିତ ହେବ ବିରାଟ ସ୍ପୋର୍ଟସ କମ୍ପ୍ଲେକ୍ସ । ଏକ ଅତ୍ୟାଧୁନିକ ଜିମ୍ ସେଂଟର ମଧ୍ୟ ନିର୍ମାଣ କରାଯିବ। ଏଥିସହ ଷ୍ଟାଡିୟମ ପରିସରରେ ରହିବ ମଲ୍, ତାରକା ହୋଟେଲ ଓ ଅଫିସ୍ । ଷ୍ଟାଡିୟମ ସମ୍ମୁଖକୁ ସାଧାରଣ ଲୋକଙ୍କ ପାଇଁ ବିକଶିତ କରାଯିବ । ୩ ବର୍ଷ ମଧ୍ୟରେ ନୂଆ ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ସାରିବାକୁ ଲକ୍ଷ୍ୟ ରଖାଯାଇଛି ।
ଆଜି ତିନି ରାଜ୍ୟର ୧୫ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ
Next ArticleCM Naveen to Launch Cricket Stadiums, Academies and Sports Complexes Today
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
