ଆଇଏଏସ ସ୍ତରରେ ଅଦଳବଦଳ, ବଦଳିଲେ ତିନି ଜିଲ୍ଲାର ଜିଲ୍ଲାପାଳ
ଭୁବନେଶ୍ୱର – ଆଇଏଏସ ସ୍ତରରେ ଅଦଳବଦଳ କରାଯାଇଛି । ବଦଳିଛନ୍ତି ତିନି ଜିଲ୍ଲାର ଜିଲ୍ଲାପାଳ। ମୟୂରଭଞ୍ଜ ଜିଲ୍ଲାପାଳ ଥିବା ଆଶିଷ ଥାକ୍ରେଙ୍କୁ ବାଲେଶ୍ଵର ନୂଆ ଜିଲ୍ଲାପାଳ ଭାବେ ନିଯୁକ୍ତ କରାଯାଇଛି। ବାଲେଶ୍ଵର ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଦେଙ୍କୁ ବଦଳି କରାଯାଇ ମୟୂରଭଞ୍ଜ ଜିଲ୍ଲାପାଳ ଭାବେ ନିଯୁକ୍ତ କରାଯାଇଛି। ପୁରୀର ନୂଆ ଜିଲ୍ଲାପାଳ ହେବେ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ । ସେ ବର୍ତ୍ତମାନ କଟକ ମହାନଗର ନିଗମର କମିଶନର ଏବଂ କଟକ ଉନ୍ନୟନ କର୍ତ୍ତୃପକ୍ଷଙ୍କ ଉପାଧ୍ୟକ୍ଷ ଅଛନ୍ତି । [...]
ଭୁବନେଶ୍ୱର – ଆଇଏଏସ ସ୍ତରରେ ଅଦଳବଦଳ କରାଯାଇଛି । ବଦଳିଛନ୍ତି ତିନି ଜିଲ୍ଲାର ଜିଲ୍ଲାପାଳ। ମୟୂରଭଞ୍ଜ ଜିଲ୍ଲାପାଳ ଥିବା ଆଶିଷ ଥାକ୍ରେଙ୍କୁ ବାଲେଶ୍ଵର ନୂଆ ଜିଲ୍ଲାପାଳ ଭାବେ ନିଯୁକ୍ତ କରାଯାଇଛି। ବାଲେଶ୍ଵର ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଦେଙ୍କୁ ବଦଳି କରାଯାଇ ମୟୂରଭଞ୍ଜ ଜିଲ୍ଲାପାଳ ଭାବେ ନିଯୁକ୍ତ କରାଯାଇଛି। ପୁରୀର ନୂଆ ଜିଲ୍ଲାପାଳ ହେବେ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ । ସେ ବର୍ତ୍ତମାନ କଟକ ମହାନଗର ନିଗମର କମିଶନର ଏବଂ କଟକ ଉନ୍ନୟନ କର୍ତ୍ତୃପକ୍ଷଙ୍କ ଉପାଧ୍ୟକ୍ଷ ଅଛନ୍ତି । ବର୍ତ୍ତମାନ ପୁରୀ ଜିଲ୍ଲାପାଳ ଥିବା ବିଜୟ କୁମାର ଦାଶଙ୍କୁ କଟକ ମହାନଗର ନିଗମ କମିଶନର ଭାବେ ବଦଳି କରାଯାଇଛି। ଏହାସହ ସେ କଟକ ଉନ୍ନୟନ କର୍ତ୍ତୃପକ୍ଷଙ୍କ ଉପାଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ ।
ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ବିଲ୍ ଗେଟ୍ସ
Next Articleରାଷ୍ଟ୍ରପତିଙ୍କ ୪ ଦିନିଆ ଓଡିଶା ଗସ୍ତ ଆରମ୍ଭ, ଖିଚିଂ କିଚକେଶ୍ବରୀଙ୍କ ମନ୍ଦିରରେ କଲେ ପୂଜାର୍ଚ୍ଚନା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
