‘ଆମ ବ୍ୟାଙ୍କ’ ଯୋଜନାରେ ଦ୍ୱିତୀୟ ପର୍ଯ୍ୟାୟରେ ଆଜି ୨ ହଜାର ସିଏସପି ପ୍ଲସ ଶାଖା ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର – ବ୍ୟାଙ୍କ ନଥିବା ପଞ୍ଚାୟତରେ ବ୍ୟାଙ୍କିଂ ସୁବିଧା ଯୋଗାଇ ଦେବା ପାଇଁ ରାଜ୍ୟ ସରକାରଙ୍କ ‘ଆମ ବ୍ୟାଙ୍କ’ ଯୋଜନାର ଦ୍ବିତୀୟ ପର୍ଯ୍ୟାୟରେ ଆଜି ୨ ହଜାର ସିଏସପି ପ୍ଲସ ଶାଖା ଉଦଘାଟନ କରିବେ ମୁଖ୍ଯମନ୍ତ୍ରୀ ମୁଖ୍ୟମନ୍ତ୍ରୀ। ଏହି ଯୋଜନାରେ ୬ଟି ରାଷ୍ଟ୍ରାୟତ ବ୍ୟାଙ୍କ ଯୋଡି ହୋଇଛନ୍ତି । ‘ଆମ ବ୍ୟାଙ୍କ’ ଜରିଆରେ ୧୫ ପ୍ରକାର ବ୍ୟାଙ୍କ ସେବା ଯୋଗାଇ ଦିଆଯାଉଛି । ରାଜ୍ୟର ମୋଟ ୬ ହଜାର ୭୯୮ ଗ୍ରାମ ପଞ୍ଚାୟତ ମଧ୍ୟରୁ ୪ ହଜାର [...]
ଭୁବନେଶ୍ବର – ବ୍ୟାଙ୍କ ନଥିବା ପଞ୍ଚାୟତରେ ବ୍ୟାଙ୍କିଂ ସୁବିଧା ଯୋଗାଇ ଦେବା ପାଇଁ ରାଜ୍ୟ ସରକାରଙ୍କ ‘ଆମ ବ୍ୟାଙ୍କ’ ଯୋଜନାର ଦ୍ବିତୀୟ ପର୍ଯ୍ୟାୟରେ ଆଜି ୨ ହଜାର ସିଏସପି ପ୍ଲସ ଶାଖା ଉଦଘାଟନ କରିବେ ମୁଖ୍ଯମନ୍ତ୍ରୀ ମୁଖ୍ୟମନ୍ତ୍ରୀ। ଏହି ଯୋଜନାରେ ୬ଟି ରାଷ୍ଟ୍ରାୟତ ବ୍ୟାଙ୍କ ଯୋଡି ହୋଇଛନ୍ତି । ‘ଆମ ବ୍ୟାଙ୍କ’ ଜରିଆରେ ୧୫ ପ୍ରକାର ବ୍ୟାଙ୍କ ସେବା ଯୋଗାଇ ଦିଆଯାଉଛି । ରାଜ୍ୟର ମୋଟ ୬ ହଜାର ୭୯୮ ଗ୍ରାମ ପଞ୍ଚାୟତ ମଧ୍ୟରୁ ୪ ହଜାର ୩୭୩ଟି ଗ୍ରାମ ପଞ୍ଚାୟତରେ ବ୍ୟାଙ୍କିଂ ସୁବିଧା ନାହିଁ । ଏସବୁ ପଞ୍ଚାୟତରେ ବ୍ୟାଙ୍କିଂ ସୁବିଧା ପାଇଁ ‘ଆମ ବ୍ୟାଙ୍କ’ ଯୋଜନା ଆରମ୍ଭ କରାଯାଇଛି । ଆମ ବ୍ୟାଙ୍କ ମଡେଲ ସାରା ଦେଶରେ ପ୍ରଥମ । ରାଜ୍ୟ ସରକାରଙ୍କ ୫-କି ଉପକ୍ରମରେ ଆରମ୍ଭ କରାଯାଇଥିବା ଏହି ଯୋଜନା ପାଇଁ ରାଜ୍ୟ ସରକାର ୫୦୦ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ଯୋଜନାରେ ବରିଷ୍ଠ ନାଗରିକ, ଗର୍ଭବତୀ ମହିଳା ଓ ଭିନ୍ନକ୍ଷମନଙ୍କୁ ଘରେ ହିଁ ବ୍ୟାଙ୍କ ସେବା ଯୋଗାଇ ଦିଆଯାଉଛି ।
What Message Bill Gates Gave To Youth: Pursuit of Curiosity, Be A Student For Life
Next Articleଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ଗଞ୍ଜାମ ଜିଲ୍ଲାସ୍ତରୀୟ କର୍ମଶାଳା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
