ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ଗଞ୍ଜାମ ଜିଲ୍ଲାସ୍ତରୀୟ କର୍ମଶାଳା
ଛତ୍ରପୁର: ଚଳିତ ବର୍ଷ ମଧ୍ୟ ଗ୍ରୀଷ୍ମ ପ୍ରବାହ ବେଶ୍ ଅଧିକ ରହିବ। ଗ୍ରୀଷ୍ମର ପ୍ରକୋପ ଧୀରେ ଧୀରେ ବଢ଼ି ଚାଲିଥିବା ବେଳେ ରୌଦ୍ରତାପର ଉପଯୁକ୍ତ ମୁକାବିଲା ଓ ପରିଚାଳନା ନିମନ୍ତେ ଗଞ୍ଜାମ ଜିଲ୍ଲାସ୍ତରୀୟ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ସହାୟତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ କର୍ମଶାଳାରେ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଅଧ୍ୟକ୍ଷତା କରିଥିଲେ। ବ୍ରହ୍ମପୁର ଉପଜିଲ୍ଲାପାଳ ଦିନାହ ଦସ୍ତାଗିର, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଆୟୁଷି ପତି, ବିଡିଓ, ତହସିଲଦାର, [...]
ଛତ୍ରପୁର: ଚଳିତ ବର୍ଷ ମଧ୍ୟ ଗ୍ରୀଷ୍ମ ପ୍ରବାହ ବେଶ୍ ଅଧିକ ରହିବ। ଗ୍ରୀଷ୍ମର ପ୍ରକୋପ ଧୀରେ ଧୀରେ ବଢ଼ି ଚାଲିଥିବା ବେଳେ ରୌଦ୍ରତାପର ଉପଯୁକ୍ତ ମୁକାବିଲା ଓ ପରିଚାଳନା ନିମନ୍ତେ ଗଞ୍ଜାମ ଜିଲ୍ଲାସ୍ତରୀୟ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ସହାୟତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ କର୍ମଶାଳାରେ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଅଧ୍ୟକ୍ଷତା କରିଥିଲେ। ବ୍ରହ୍ମପୁର ଉପଜିଲ୍ଲାପାଳ ଦିନାହ ଦସ୍ତାଗିର, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଆୟୁଷି ପତି, ବିଡିଓ, ତହସିଲଦାର, ସ୍ବାସ୍ଥ୍ୟ- ଶିକ୍ଷା- ଅଗ୍ନି ଆଦି ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ବିଭିନ୍ନ ସ୍ୱେଚ୍ଛାସେବୀ ଅନୁଷ୍ଠାନର କର୍ମୀ ମାନେ ଉପସ୍ଥିତ ଥିଲେ। ଗ୍ରୀଷ୍ମପ୍ରବାହ ପରିଚାଳନା ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଚର୍ଚ୍ଚା କରିଥିଲେ।
ଜଳାଭାବ ଅଞ୍ଚଳ ଚିହ୍ନଟ କରି ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦିଆଯାଇଥିଲା। ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁଁ ମନୁଷ୍ୟ ଶରୀରରେ ବିଭିନ୍ନ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବା ସହିତ ଗୃହପାଳିତ ପଶୁ ଏବଂ ଚାଷବାସ ଉପରେ ମଧ୍ୟ ଏହାର କୁପ୍ରଭାବ ପଡିଥାଏ, ଅଂଶୁଘାତରେ ଜୀବନହାନୀ ମଧ୍ୟ ହୋଇଥାଏ। ତେଣୁ ଏହାର ସଠିକ ମୁକାବିଲା ଏବଂ ଅଂଶୁଘାତରୁ ରକ୍ଷା ପାଇବାର ଉପାୟ ସମ୍ପର୍କରେ ଅଧିକାରୀମାନଙ୍କୁ ବିସ୍ତୃତ ଭାବେ ବୁଝାଯାଇଥିଲା। ଏସମ୍ପର୍କରେ ସମଗ୍ର ଜିଲ୍ଲାରେ ଯଥେଷ୍ଟ ସଚେତନତା ସୃଷ୍ଟି କରିବାକୁ ଓ ଏଥିପାଇଁ ଗଣମାଧ୍ୟମ, ସାମାଜିକ ଗଣମାଧ୍ୟମ ବ୍ୟବହାର କରିବାକୁ ପରାମର୍ଶ ଦିଆଯାଇଥିଲା I ଗ୍ରୀଷ୍ମପ୍ରବାହ ମୁକାବିଲା ସମ୍ପର୍କରେ ସୂଚନା ପ୍ରଦାନ ନିମନ୍ତେ ସ୍ୱତନ୍ତ୍ର ଭାବେ ପ୍ରସ୍ତୁତ ‘ସତର୍କ’ ମୋବାଇଲ୍ ଆପ୍ ସମ୍ବନ୍ଧରେ କିଭଳି ଅଧିକରୁ ଅଧିକ ଲୋକ ଜାଣିପାରିବେ ସେ ନେଇ ବୈଠକରେ ଆଲୋଚନା ହୋଇଥିଲା। ଗଞ୍ଜାମ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଡିପିଏଚ୍ଓ ଗ୍ରୀଷ୍ମପ୍ରବାହଜନିତ ମାନସିକ ଓ ଶାରୀରିକ ଚାପ ପରିଚାଳନା ଉପରେ ତଥ୍ୟଭିତ୍ତିକ ରିପୋର୍ଟ ଉପସ୍ଥାପନା କରିଥିଲେ। ଜିଲ୍ଲା ପ୍ରକଳ୍ପ ଅଧିକାରୀ ଦେବେନ୍ଦ୍ର ନାୟକ ଧନ୍ୟବାଦ ଦେଇଥିଲେ।
‘ଆମ ବ୍ୟାଙ୍କ’ ଯୋଜନାରେ ଦ୍ୱିତୀୟ ପର୍ଯ୍ୟାୟରେ ଆଜି ୨ ହଜାର ସିଏସପି ପ୍ଲସ ଶାଖା ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ
Next ArticleUrban Transformation: CM Naveen to Dedicate Various Projects Under JAGA Mission, Drink From Tap and MUKTA Schemes Today
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
