ଜଳ ସମ୍ପଦ ବିଭାଗ ଜେଇଙ୍କ ଆତ୍ମହତ୍ୟା
ବୌଦ୍ଧ: ବୌଦ୍ଧ ଜିଲ୍ଲାର ଜଳ ସମ୍ପଦ ବିଭାଗ କନିଷ୍ଠ ଯନ୍ତ୍ରୀ ପ୍ରଦୀପ ଘୋଷ ଆତ୍ମହତ୍ୟା କରିଛନ୍ତି । ସେ ନିଜ ସରକାରୀ କ୍ବାର୍ଟର ପଙ୍ଖାରେ ଦଉଡି଼ ଦେଇ ସେ ଆତ୍ମହତ୍ୟା କରିଛନ୍ତି । ତେବେ ଆତ୍ମହତ୍ୟାର କାରଣ ଅସୃଷ୍ଟ ରହିଥିବା ବେଳେ ଘଟଣା ସ୍ଥଳରେ ଆଦର୍ଶ ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁଯାୟୀ , ପ୍ରଦୀପ ବୌଦ୍ଧ ଜଳ ସମ୍ପଦ ବିଭାଗରେ କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟରତ ଥିଲେ । ପ୍ରତ୍ୟେକ ଦିନ [...]
ବୌଦ୍ଧ: ବୌଦ୍ଧ ଜିଲ୍ଲାର ଜଳ ସମ୍ପଦ ବିଭାଗ କନିଷ୍ଠ ଯନ୍ତ୍ରୀ ପ୍ରଦୀପ ଘୋଷ ଆତ୍ମହତ୍ୟା କରିଛନ୍ତି । ସେ ନିଜ ସରକାରୀ କ୍ବାର୍ଟର ପଙ୍ଖାରେ ଦଉଡି଼ ଦେଇ ସେ ଆତ୍ମହତ୍ୟା କରିଛନ୍ତି । ତେବେ ଆତ୍ମହତ୍ୟାର କାରଣ ଅସୃଷ୍ଟ ରହିଥିବା ବେଳେ ଘଟଣା ସ୍ଥଳରେ ଆଦର୍ଶ ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି ।
ସୂଚନା ଅନୁଯାୟୀ , ପ୍ରଦୀପ ବୌଦ୍ଧ ଜଳ ସମ୍ପଦ ବିଭାଗରେ କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟରତ ଥିଲେ । ପ୍ରତ୍ୟେକ ଦିନ ଭଳି ସେ ବୁଧବାର କାର୍ଯ୍ୟାଳୟକୁ ଯାଇଥିଲେ । ହେଲେ ଅପରାହ୍ନରେ ଖାଇବାକୁ ଆସି ଆଉ ଅଫିସକୁ ଫେରି ନଥିଲେ । ତାଙ୍କ ସହକର୍ମୀମାନେ ରାତି ସମୟରେ ଆସି ତାଙ୍କୁ ଡାକିବାକୁ ଘର ଭିତରୁ କୌଣସି ଉତ୍ତର ଆସିନଥିଲା । ଯାହାକୁ ନେଇ ସହକର୍ମୀମାନେ ଗେଟ୍ ଭାଙ୍ଗି ଭିତରକୁ ଯାଇ ଦେଖନ୍ତି ତ ପ୍ରଦୀପ ପଙ୍ଖାରେ ଏକ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି । ସଙ୍ଗେସଙ୍ଗେ ଆଦର୍ଶ ଥାନା ପୋଲିସକୁ ଏନେଇ ଖବର ଦିଆଯାଇଥିଲା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବଟିକୁ ଉଦ୍ଧାର କରିଛି ଏବଂ ତଦନ୍ତ ପ୍ରକ୍ରିୟା ଆରମ୍ଭ କରିଛି । ସେ କିଛି ଦିନ ହେବ ମାନସିକ ଚାପରେ ରହୁଥିବା ସହକର୍ମୀମାନେ ଅନୁଭବ କରୁଥିଲେ । ଯାହାକୁ ନେଇ ସେ ଆତ୍ମହତ୍ୟା କରିଥିବା ନେଇ ସନ୍ଦେହ ସୃଷ୍ଟି ହୋଇଛି । ପ୍ରଦୀପଙ୍କ ଘର ବାରିପଦାରେ ହୋଇଥିବା ବେଳେ ସେ ଅବିବାହିତ ଥିଲେ । ବୌଦ୍ଧରେ ସରକାରୀ ବାସଭବନରେ ସେ ଏକୁଟିଆ ରହୁଥିଲେ । ତେବେ କେଉଁ କାରଣରୁ ସେ ମାନସିକ ମାନସିକ ଚାପରେ ରହୁଥିଲେ ? କାର୍ଯ୍ୟାଳୟ ପକ୍ଷରୁ କିଛି ତାଙ୍କୁ ଚାପ ଦିଆଯାଉଥିଲା କି ? ଉପରିସ୍ଥ ଅଧିକାରୀ ତାଙ୍କୁ କୌଣସି ଚାପରେ ରଖୁଥୁଲେ କି ? ଯାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଏହି ସମସ୍ତ ଦିଗରେ ତଦନ୍ତ କରିବା ଆବଶ୍ୟକତା ରହିଛି ।
Mayurbhanj: Three Dead In Head on Collision Between Bike and Scooty
Next ArticleCM Naveen Forms Committee Headed By Former SC Judge to Oversee Inventorisation of Valuables And Jewellery of Ratna Bhandara
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
