ବିଜୁବାବୁଙ୍କ ୧୦୮ତମ ଜୟନ୍ତୀରେ ରାଜ୍ୟବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରିବ ବିଜେଡି
ଭୁବନେଶ୍ୱର – ଆସନ୍ତା ମାର୍ଚ୍ଚ ୫ ତାରିଖରେ ପ୍ରବାଦ ପୁରୁଷ ବିଜୁ ବାବୁଙ୍କର ୧୦୮ତମ ଜନ୍ମ ଦିବସ । ଏହି ଦିବସ ପ୍ରତ୍ୟେକ ନିର୍ବାଚନ ମଣ୍ଡଳୀ , ବ୍ଲକ , ଏବଂ ସହରାଞ୍ଚଳରେ ମହାସମାରୋହରେ ପାଳନ କରାଯିବାକୁ ବିଜୁ ଜନତା ଦଳ ନିଷ୍ପତ୍ତି ନେଇଛି । ମାର୍ଚ୍ଚ ୫ ତାରିଖ ସକାଳେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହିତ ଏହି ଦିବସ ପାଳନର ଶୁଭାରମ୍ଭ କରାଯିବ । ଦଳ ପକ୍ଷରୁ ଡାକ୍ତରଖାନା , ବୃଦ୍ଧାଶ୍ରମ , ଅନାଥାଶ୍ରମ [...]
ଭୁବନେଶ୍ୱର – ଆସନ୍ତା ମାର୍ଚ୍ଚ ୫ ତାରିଖରେ ପ୍ରବାଦ ପୁରୁଷ ବିଜୁ ବାବୁଙ୍କର ୧୦୮ତମ ଜନ୍ମ ଦିବସ । ଏହି ଦିବସ ପ୍ରତ୍ୟେକ ନିର୍ବାଚନ ମଣ୍ଡଳୀ , ବ୍ଲକ , ଏବଂ ସହରାଞ୍ଚଳରେ ମହାସମାରୋହରେ ପାଳନ କରାଯିବାକୁ ବିଜୁ ଜନତା ଦଳ ନିଷ୍ପତ୍ତି ନେଇଛି । ମାର୍ଚ୍ଚ ୫ ତାରିଖ ସକାଳେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହିତ ଏହି ଦିବସ ପାଳନର ଶୁଭାରମ୍ଭ କରାଯିବ । ଦଳ ପକ୍ଷରୁ ଡାକ୍ତରଖାନା , ବୃଦ୍ଧାଶ୍ରମ , ଅନାଥାଶ୍ରମ ଏବଂ ବାଳାଶ୍ରମରେ ଫଳ ବଣ୍ଟନ ସହିତ ବିଭିନ୍ନ ସମାଜ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ବିଜୁ ଯୁବ ଜନତା ଦଳ ଏବଂ ବିଜୁ ଛାତ୍ର ଜନତା ଦଳ ତରଫରୁ ପ୍ରତ୍ୟେକ ନିର୍ବାଚନ ମଣ୍ଡଳୀ ସ୍ତରରେ ସାଇକେଲ ଶୋଭାଯାତ୍ରା ଗଣଦୌଡ଼ ଆୟୋଜିତ ହେବ । ଅପରାହ୍ନରେ ପ୍ରତ୍ୟେକ ନିର୍ବାଚନ ମଣ୍ଡଳୀରେ ଦଳର ନିର୍ବାଚିତ ଜନପ୍ରତିନିଧି , ଦଳୀୟ କର୍ମକର୍ତ୍ତା , ପ୍ରମୁଖ ଦଳୀୟ ସଂଗଠନର କର୍ମକର୍ତ୍ତା , ସକ୍ରିୟ ସଦସ୍ୟ ସଦସ୍ୟା , ଦଳୀୟ କର୍ମୀ , ବିଜୁ ବାବୁଙ୍କ ଅନୁଗାମୀ ଏବଂ ଜନସାଧାରଣଙ୍କ ଉପସ୍ଥିତିରେ ଏକ ସାଧାରଣ ସଭା ଆୟୋଜନ କରାଯାଇ ବିଜୁ ବାବୁଙ୍କର ଆମ ଦେଶ ତଥା ଜାତି ପ୍ରତି ଅମୂଲ୍ୟ ଅବଦାନ , ଏକ ସଶକ୍ତ ଏବଂ ବିକଶିତ ଓଡ଼ିଶା ନିର୍ମାଣ ଦିଗରେ ତାଙ୍କର ଅବିଶ୍ରାନ୍ତ ସଂଗ୍ରାମ ବିଷୟରେ ସବିଶେଷ ଆଲୋଚନା କରାଯିବ । ଉପସ୍ଥିତ ସମସ୍ତ ସଦସ୍ୟ ଏକ ‘ ସମୃଦ୍ଧ , ସଶକ୍ତ , ନବୀନ ଓଡ଼ିଶା ଗଠନ ନିମନ୍ତେ ଅଙ୍ଗୀକାରବଦ୍ଧ ହୋଇ ଶପଥ ଗ୍ରହଣ କରିବେ ।
ପ୍ରତି ବର୍ଷ ମାର୍ଚ୍ଚ ୮ ତାରିଖରେ ଆନ୍ତର୍ଜାତୀୟ ମହିଳା ଦିବସ ବିଜୁ ଜନତା ଦଳ ଯଥୋଚିତ ସମ୍ମାନ , ଶ୍ରଦ୍ଧା ଏବଂ ସେବା ମନୋଭାବ ସହିତ ପାଳନ କରି ଆସୁଛି | ଏ ବର୍ଷ ପ୍ରତ୍ୟେକ ନିର୍ବାଚନମଣ୍ଡଳୀ ସ୍ତରରେ ଏହି ଦିବସ ପାଳନ ଉପଲକ୍ଷେ ଏକ ମହିଳା ସମାବେଶ ଆୟୋଜନ କରାଯିବ । ବିଜୁ ବାବୁ ମହିଳା ମାନଙ୍କର ଅର୍ଥନୈତିକ , ସାମାଜିକ , ଏବଂ ରାଜନୈତିକ ସଶକ୍ତିକରଣ ନିମନ୍ତେ ଉଲ୍ଲେଖନୀୟ କାର୍ଯ୍ୟ କରି ଅତୁଳନୀୟ ଉଦାହରଣ ସୃଷ୍ଟି କରିଯାଇଛନ୍ତି । ସେହିଭଳି ବିଜେଡି ସରକାରଙ୍କ ଦ୍ବାରା ମହିଳା ସଶକ୍ତିକରଣ କ୍ଷେତ୍ରରେ ଅନେକ ଅନୁକରଣୀୟ ପଦକ୍ଷେପ ଗ୍ରହଣ କରାଯାଇଛି , ସ୍ଵୟଂ ସହାୟକ ଗୋଷ୍ଠୀ ଗଠନ ମାଧ୍ୟମରେ ମା’ମାନଙ୍କର ସାମାଜିକ ତଥା ଅର୍ଥନୈତିକ ଅଭିବୃଦ୍ଧି ହାସଲ କରାଯାଇ ଜାତୀୟ ଏବଂ ଆନ୍ତର୍ଜାତୀୟ ସ୍ତରରେ ଅନୁକରଣୀୟ ଉଦାହରଣ ସୃଷ୍ଟି କରାଯାଇଛି । ଏ ସଂପର୍କରେ ଉପରୋକ୍ତ ବୈଠକରେ ସବିଶେଷ ଆଲୋଚନା କରାଯିବ ।
ଏପ୍ରିଲ ୧୭ ତାରିଖ ବିଜୁବାବୁଙ୍କ ତିରୋଧାନ ଦିବସକୁ ନିରାଡ଼ମ୍ବର ଭାବେ ପାଳନ କରିବା ପାଇଁ ନିଷ୍ପରି ନିଆଯାଇଛି ।
ଉତ୍ତରାଖଣ୍ଡ ଟନେଲରୁ ଶ୍ରମିକଙ୍କୁ ବଞ୍ଚାଇଥିବା ର଼୍ୟାଟ୍ ମାଇନରଙ୍କ ଘରେ ଚାଲିଲା ବୁଲଡୋଜର
Next Articleଉତ୍କଳ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗ ଦେଲେ ରାଷ୍ଟ୍ରପତି
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
