न्यूज़रूम ओडिशा
ब्रेकिंग
ओडिया समाचार

ଉତ୍କଳ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗ ଦେଲେ ରାଷ୍ଟ୍ରପତି

ଭୁବନେଶ୍ବର – ଓଡ଼ିଶା ଗସ୍ତର ଦ୍ୱିତୀୟ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଅପରାହ୍ନରେ ଉତ୍କଳ ବିଶ୍ବବିଦ୍ୟାଳୟର ୫୩ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି । ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରି କହିଥିଲେ ଯେ, ଉତ୍କଳ ବିଶ୍ବବିଦ୍ୟାଳୟ ଦେଶର ଗୁରୁତ୍ବପୂର୍ଣ୍ଣ ଶିକ୍ଷାନୁଷ୍ଠାନଗୁଡ଼ିକ ମଧ୍ୟରୁ ଅନ୍ୟତମ। ଏହି ବିଶ୍ବବିଦ୍ୟାଳୟରେ ଛାତ୍ରୀଙ୍କ ସଂଖ୍ୟା ଅଧିକ ଥିବା ଜାଣି ତାଙ୍କୁ ଖୁସି ଲାଗୁଛି ବୋଲି ରାଷ୍ଟ୍ରପତି କହିଥିଲେ। ଛାତ୍ରୀମାନେ ଏବେ ଆଗକୁ ବଢୁଛନ୍ତି। [...]

Admin•29 फ़रवरी 2024
Share Article:

ଭୁବନେଶ୍ବର – ଓଡ଼ିଶା ଗସ୍ତର ଦ୍ୱିତୀୟ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଅପରାହ୍ନରେ ଉତ୍କଳ ବିଶ୍ବବିଦ୍ୟାଳୟର ୫୩ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି । ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରି କହିଥିଲେ ଯେ, ଉତ୍କଳ ବିଶ୍ବବିଦ୍ୟାଳୟ ଦେଶର ଗୁରୁତ୍ବପୂର୍ଣ୍ଣ ଶିକ୍ଷାନୁଷ୍ଠାନଗୁଡ଼ିକ ମଧ୍ୟରୁ ଅନ୍ୟତମ। ଏହି ବିଶ୍ବବିଦ୍ୟାଳୟରେ ଛାତ୍ରୀଙ୍କ ସଂଖ୍ୟା ଅଧିକ ଥିବା ଜାଣି ତାଙ୍କୁ ଖୁସି ଲାଗୁଛି ବୋଲି ରାଷ୍ଟ୍ରପତି କହିଥିଲେ। ଛାତ୍ରୀମାନେ ଏବେ ଆଗକୁ ବଢୁଛନ୍ତି। ଦେଶକୁ ଆଗେଇ ନେବାରେ ଅର୍ଥାତ ଆର୍ଥିକ, ସାମାଜିକ ଅଗ୍ରଗତି କ୍ଷେତ୍ରରେ ଛାତ୍ରୀମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିବ ବୋଲି ରାଷ୍ଟ୍ରପତି ଳ କହିଥିଲେ।

ଉତ୍କଳ ବିଶ୍ବବିଦ୍ୟାଳୟର ଛାତ୍ରୀ ଭାବେ ସେ ନିଜକୁ ଗୌରାବାନ୍ବିତ ମନେ କରୁଛନ୍ତି । ଏହି ବିଶ୍ବବିଦ୍ୟାଳୟର ଛାତ୍ରଛାତ୍ରୀ ଦେଶବିଦେଶରେ ସୁନାମ ଅର୍ଜନ କରିଛନ୍ତି ବୋଲି ରାଷ୍ଟ୍ରପତି କହିଥିଲେ।

ବିଶ୍ୱବିଦ୍ୟାଳୟ କୁଳପତି ସ୍ବାଗତ ଭାଷଣ ଦେଇଥିଲେ। ୧୬୬ଜଣଙ୍କୁ ପିଏଚ୍‌ଡି/ଡିଲିଟ୍‌ ଡିଗ୍ରୀ ପ୍ରଦାନ କରାଯାଇଥିଲା। ରାଷ୍ଟ୍ରପତି ୩ଜଣଙ୍କୁ ସମ୍ମାନସୂଚକ ଡକ୍ଟରେଟ୍‌ ସହ ୧୦ ଜଣଙ୍କୁ ସ୍ବର୍ଣ୍ଣ ପଦକ ପ୍ରଦାନ କରିଥିଲେ। ସମାବର୍ତ୍ତନ ସମାରୋହରେ ରାଜ୍ୟପାଳ ତଥା କୁଳାଧିପତି ରଘୁବର ଦାସ, ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ଥିଲେ।

#Odia#Odisha#News
Share Article:

Related Articles