ବିଜେଡିରେ ଯୋଗ ଦେଲେ ବିଜେପି ଯୁବମୋର୍ଚ୍ଚା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ
ଭୁବନେଶ୍ୱର: ବିଜେପି ଯୁବମୋର୍ଚ୍ଚା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ଗୋପାଳପୁର ନିର୍ବାଚନମଣ୍ଡଳୀ ବିଜେପି ଯୁବ ନେତା ଶୁଭାଶିଷ ସାହୁ ( ବଣ୍ଟି ) ଙ୍କ ସହ ଶତାଧକ ବିଜେପି କର୍ମୀ ଆଜି ଶଙ୍ଖ ଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର , ବ୍ରହ୍ମପୁର ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ବିକ୍ରମ ପଣ୍ଡାଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ ହୋଇଥବା ଶୁଭାଶିଷ ସାହୁ ଓ ସମସ୍ତ ବିଜେପି କର୍ମୀଙ୍କୁ [...]
ଭୁବନେଶ୍ୱର: ବିଜେପି ଯୁବମୋର୍ଚ୍ଚା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ଗୋପାଳପୁର ନିର୍ବାଚନମଣ୍ଡଳୀ ବିଜେପି ଯୁବ ନେତା ଶୁଭାଶିଷ ସାହୁ ( ବଣ୍ଟି ) ଙ୍କ ସହ ଶତାଧକ ବିଜେପି କର୍ମୀ ଆଜି ଶଙ୍ଖ ଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର , ବ୍ରହ୍ମପୁର ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ବିକ୍ରମ ପଣ୍ଡାଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ ହୋଇଥବା ଶୁଭାଶିଷ ସାହୁ ଓ ସମସ୍ତ ବିଜେପି କର୍ମୀଙ୍କୁ ଡକ୍ଟର ପାତ୍ର ଓ ଶ୍ରୀ ପଣ୍ଡା ଉପଢୌକନ ଦେଇ ଦଳକୁ ସ୍ଵାଗତ କରିଥିଲେ । ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ବିଶେଷ କରି ଗଞ୍ଜାମ ଜିଲ୍ଲାରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର ଓ ଶ୍ରୀ ପଣ୍ଡା କହିଥିଲେ ।
ଏହି ଅବସରରେ ବିଜେଡିରେ ସାମିଲ୍ ହୋଇଥିବା ବିଜେପି ଯୁବ ନେତା ଶୁଭାଶିଷ ସାହୁ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ , ଦଳରେ ନିକଟରେ ଯୋଗ ଦେଇଥିବା ଗରିବ ଯୁବକ ଯୁବତୀଠାରୁ ଚାକିରି ନାଁରେ ଠକେଇ ନାଁରେ ଜନବିରୋଧୀ ନେତା ପ୍ରଦୀପ ପାଣିଗ୍ରାହୀଙ୍କ ଯୋଗଦାନ ଏବଂ ଦଳରେ ଲାଗିରହିଥିବା ବିଶୃଙ୍ଖଳାକୁ ବିରୋଧ କରି ମୁଁ ବିଜେପି ଦଳ ତ୍ୟାଗ କରିବାର ନିଷ୍ପତ୍ତି ନେଇଥିଲି । ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟକଳାପ , ନୀତି ଆଦର୍ଶ , ନୂଆ ଓଡିଶା ଗଠନ ଦିଗରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗଦେଇଛି । ଦଳରେ ମୋତେ ଓ ମୋ ସହ ଆସିଥୁବା ସମସ୍ତ କର୍ମୀମାନଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ , ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ । ଏହି ମିଶ୍ରଣ ପର୍ବରେ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ରାଜେଶ୍ଵରୀ ଦୋରା , ଜିଲ୍ଲା ପରିଷଦ ସଦସ୍ୟ ଦୀପକ କୁମାର ସାମନ୍ତ , ଜିଲ୍ଲା ପରିଷଦ ସଦସ୍ୟା ଭାରତୀ ନାୟକ ଓ ବ୍ଲକ ସଭାପତି ଅଜିତ ଦାସ ପ୍ରମୁଖ ଉପସ୍ଥିତ ଥିଲେ । ଏହି ମିଶ୍ରଣ ପର୍ବରେ ବିଜେପିର ଜିଲ୍ଲା କାର୍ଯ୍ୟକାରୀ ନାୟବ ସରପଞ୍ଚ ବିଜେପି ମଣ୍ଡଳ ଉପସଭାପତି ବିନୋଦ କୁମାର ରଥ , ସରପଞ୍ଚ ବି.ଜ୍ୟୋତି , ୱାର୍ଡମେମ୍ବର ତାରିଣୀ ବେହେରା , ଭୁବନ ବେହେରା , ଦମୟନ୍ତୀ , ଜି ଗୁରୁଗାଁ , ବାସନ୍ତୀ ସାହୁ , ସରୋଜିନୀ ରାଓ , ଏମ୍ ପୂର୍ଣିମା , ପି କୁମାରୀ , ସୂର୍ଯ୍ୟନାରାୟଣ , କେ ଫକୀର , ସୁଳନ୍ତ ସେଠୀ , ପି ମାଲେସା , ଏମ୍ ପାପାରାଓ , ପି . ନାଗେଶ , କେ ଗୁରୁମୁଖୀ , କେ ଈଶ୍ବର ରାଓ , ପି ଶିବା , ଲଡ଼ୁକିଶୋର ସାହୁ , ମିନକେତନ ଶତପଥୀ ପ୍ରମୁଖଙ୍କ ସହ ଶତାଧୁକ ବିଜେପି କର୍ମୀ ବିଜେଡିରେ ସାମିଲ ହୋଇଥିଲେ । ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।
କାହାକୁ ବି ଛାଡ଼ିବା ମୁଡରେ ନାହିଁ ବିସିସିଆଇ, ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଏହି ସର୍ତ୍ତରେ ମିଳିଲା କେନ୍ଦ୍ରୀୟ ଚୁକ୍ତି
Next ArticleOdisha Govt Provides Livelihood Assistance to 15,037 Fishermen Families
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
