ଆଶାରାମଙ୍କୁ ଝଟକା, ବଳାତ୍କାର ମାମଲାରେ ଦଣ୍ଡାଦେଶ ଉପରେ ରୋକ୍ ଲଗାଇବାକୁ ମନା କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ବଳାତ୍କାର ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆତ୍ମ ଘୋଷିତ ଧର୍ମଗୁରୁ ଆଶାରାମ ବାପୁଙ୍କୁ କୌଣସି ଆଶ୍ବସ୍ତି ଦେବାକୁ ମନା କରିଦେଇଛନ୍ତି ସୁପ୍ରିମକୋର୍ଟ। ସ୍ୱାସ୍ଥ୍ୟଗତ କାରଣରୁ ତାଙ୍କ ସଜା ଉପରେ ରୋକ୍ ଲଗାଇବାକୁ ଆବେଦନ କରିଥିଲେ ଆଶାରାମ । ତେବେ ସୁପ୍ରିମକୋର୍ଟ ତାଙ୍କ ଆବେଦନ ଶୁଣାଣି କରିବାକୁ ମନା କରିଦେଇଛନ୍ତି । ଜଷ୍ଟିସ ସଞ୍ଜୀବ ଖାନ୍ନା ଓ ଦୀପଙ୍କର ଦତ୍ତଙ୍କ ଏକ ଖଣ୍ଡପୀଠ ଆଶାରାମ ବାପୁଙ୍କୁ ରାଜସ୍ଥାନ ହାଇକୋର୍ଟଙ୍କ ନିକଟକୁ ଯିବାକୁ କହିଛନ୍ତି । ଏହି ମାମଲାରେ [...]
ନୂଆଦିଲ୍ଲୀ: ବଳାତ୍କାର ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆତ୍ମ ଘୋଷିତ ଧର୍ମଗୁରୁ ଆଶାରାମ ବାପୁଙ୍କୁ କୌଣସି ଆଶ୍ବସ୍ତି ଦେବାକୁ ମନା କରିଦେଇଛନ୍ତି ସୁପ୍ରିମକୋର୍ଟ। ସ୍ୱାସ୍ଥ୍ୟଗତ କାରଣରୁ ତାଙ୍କ ସଜା ଉପରେ ରୋକ୍ ଲଗାଇବାକୁ ଆବେଦନ କରିଥିଲେ ଆଶାରାମ । ତେବେ ସୁପ୍ରିମକୋର୍ଟ ତାଙ୍କ ଆବେଦନ ଶୁଣାଣି କରିବାକୁ ମନା କରିଦେଇଛନ୍ତି । ଜଷ୍ଟିସ ସଞ୍ଜୀବ ଖାନ୍ନା ଓ ଦୀପଙ୍କର ଦତ୍ତଙ୍କ ଏକ ଖଣ୍ଡପୀଠ ଆଶାରାମ ବାପୁଙ୍କୁ ରାଜସ୍ଥାନ ହାଇକୋର୍ଟଙ୍କ ନିକଟକୁ ଯିବାକୁ କହିଛନ୍ତି ।
ଏହି ମାମଲାରେ ଦୋଷୀ ସାବ୍ୟସ୍ତ ହେବା ଓ ଦଣ୍ଡବିଧାନ ବିରୋଧରେ ହାଇକୋର୍ଟରେ ଶୁଣାଣିକୁ ଜାଣିଶୁଣି ବିଳମ୍ବ କରିବା ଉଦ୍ୟମ ଯୋଗୁଁ ଆଶାରାମଙ୍କ ଉପରେ ସୁପ୍ରିମକୋର୍ଟ କଡ଼ା ଆଭିମୁଖ୍ୟ ଗ୍ରହଣ କରିଥିଲେ ।
ଆଶାରାମଙ୍କ ପକ୍ଷରୁ ହାଜର ବରିଷ୍ଠ ଓକିଲ ମୁକୁଲ ରୋହତଗୀ କୋର୍ଟଙ୍କୁ କହିଥିଲେ ଯେ ଆଶାରାମ ଅନେକ ଥର ହୃଦଘାତର ଶିକାର ହୋଇଛନ୍ତି । ସେ ବୟସାଧିକ୍ୟ ଜନିତ ରୋଗରେ ବି ପୀଡ଼ିତ । ରୋହତଗୀଙ୍କ ଯୁକ୍ତି ଶୁଣିବା ପରେ ଆଶାରାମଙ୍କ ଆବେଦନ ଉପରେ ଶୀଘ୍ର ଶୁଣାଣି କରିବାକୁ ହାଇକୋର୍ଟକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ ।
ନିଜ ଆଶ୍ରମରେ ଜଣେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଯୋଧପୁରର ଏକ ସ୍ୱତନ୍ତ୍ର ପକ୍ସୋ କୋର୍ଟ ଆଶାରାମଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିଲେ ।
ସେହିପରି ଆଉ ଏକ ବଳାତ୍କାର ମାମଲାରେ ଗୁଜରାଟର ଏକ କୋର୍ଟ ଜାନୁଆରୀ ୨୦୨୩ରେ ଆଶାରାମଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ ଜେଲ୍ ଦଣ୍ଡାଦେଶ ଦେଇଥିଲେ ।
President Murmu Urges Students to Have a Passion for Learning throughout Life
Next ArticleCM Naveen to Launch Industry Projects worth Rs 7,000 Cr
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
