୫ଟି ମେଡିକାଲ କଲେଜର ଟିଚିଂ ହସ୍ପିଟାଲର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ, ୪ଟି ମେଡିକାଲ କଲେଜର ରୂପାନ୍ତରଣ ପାଇଁ ଭିତ୍ତିପ୍ରସ୍ତର
ଭୁବନେଶ୍ବର – ଆଜି ଓଡିଶାର ସ୍ୱାସ୍ଥ୍ୟ ଶିକ୍ଷା ଓ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଯୋଡି ହୋଇଛ ଆଉ ଏକ ନୂଆ ଫର୍ଦ୍ଦ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସ୍ୱାସ୍ଥ୍ୟସେବା ଭିତ୍ତିଭୂମିକୁ ଆହୁରି ସୁଦୃଢ କରିବା ପାଇଁ ରାଜ୍ୟର ବିଭିନ୍ନ ସରକାରୀ ମେଡିକାଲ କଲେଜରେ ଟିଚିଂ ହସ୍ପିଟାଲର ଉଦ୍ଘାଟନ କରିବା ସହିତ ୪ଟି ମେଡିକାଲ କଲେଜର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ବିଶ୍ୱସ୍ତରୀୟ କରିବା ପାଇଁ ଭିତ୍ତି ରଖିଛନ୍ତି। ଉଦ୍ଘାଟିତ ହୋଇଥିବା ଟିଚିଂ ହସ୍ପିଟାଲ ଗୁଡିକ ହେଲା- ବଲାଙ୍ଗିରରେ ୬୫୦ ଶଯ୍ୟା ବିଶିଷ୍ଟ [...]
ଭୁବନେଶ୍ବର – ଆଜି ଓଡିଶାର ସ୍ୱାସ୍ଥ୍ୟ ଶିକ୍ଷା ଓ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଯୋଡି ହୋଇଛ ଆଉ ଏକ ନୂଆ ଫର୍ଦ୍ଦ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସ୍ୱାସ୍ଥ୍ୟସେବା ଭିତ୍ତିଭୂମିକୁ ଆହୁରି ସୁଦୃଢ କରିବା ପାଇଁ ରାଜ୍ୟର ବିଭିନ୍ନ ସରକାରୀ ମେଡିକାଲ କଲେଜରେ ଟିଚିଂ ହସ୍ପିଟାଲର ଉଦ୍ଘାଟନ କରିବା ସହିତ ୪ଟି ମେଡିକାଲ କଲେଜର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ବିଶ୍ୱସ୍ତରୀୟ କରିବା ପାଇଁ ଭିତ୍ତି ରଖିଛନ୍ତି।
ଉଦ୍ଘାଟିତ ହୋଇଥିବା ଟିଚିଂ ହସ୍ପିଟାଲ ଗୁଡିକ ହେଲା- ବଲାଙ୍ଗିରରେ ୬୫୦ ଶଯ୍ୟା ବିଶିଷ୍ଟ ଭୀମଭୋଇ ମେଡିକାଲ କଲେଜ ଏବଂ ହସ୍ପିଟାଲ, ବାରିପଦାରେ ୬୫୦ ଶଯ୍ୟା ବିଶିଷ୍ଟ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ ଏବଂ ହସ୍ପିଟାଲ, ସୁନ୍ଦରଗଡରେ ୫୦୦ ଶଯ୍ୟା ବିଶିଷ୍ଟ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ, କେନ୍ଦୁଝରରେ ୫୦୦ ଶଯ୍ୟା ବିଶିଷ୍ଟ ଧରଣୀଧର ମେଡିକାଲ କଲେଜ ଏବଂ ହସ୍ପିଟାଲ ଓ ବାଲେଶ୍ୱରରେ ୬୫୦ ଶଯ୍ୟା ବିଶିଷ୍ଟ ଫକୀର ମୋହନ ମେଡିକାଲ କଲେଜ ଏବଂ ହସ୍ପିଟାଲ । ଏଥି ସହିତ କଟକ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କ୍ୟାନସର ଗବେଷଣା ପ୍ରତିଷ୍ଠାନ, ବ୍ରହ୍ମପୁରରେ ଏମ୍.କେ.ସି.ଜି.ମେଡିକାଲ କଲେଜ ଏବଂ ହସ୍ପିଟାଲ, ରାଉରକେଲା ସରକାରୀ ହସ୍ପିଟାଲ ଏବଂ ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ମେଡିକାଲ ଓ ଗବେଷଣା ପ୍ରତିଷ୍ଠାନକୁ ବିଶ୍ୱ ସ୍ତରୀୟ ଭିତ୍ତିଭୂମି ଯୋଗାଇଦେବା ପାଇଁ ଭିତ୍ତି ପ୍ରସ୍ତର ରଖାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ‘ସୁସ୍ଥ ଓଡିଶା ସୁଖୀ ଓଡିଶା’ ଗଠନ ଦିଗରେ ଏଗୁଡିକ ହେଉଛି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ଦିନଟି ଓଡିଶାର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ମାଇଲଷ୍ଟୋନ ହୋଇ ରହିବ। ଆଜି ଗୋଟିଏ ଦିନରେ ୫ଟି ମେଡିକାଲ କଲେଜ ହସ୍ପିଟାଲରେ ୨,୯୫୦ ଶଯ୍ୟା ଯୋଡି ହେଲା। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୨ ହଜାର କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରାଯାଇଛି। ବଲାଙ୍ଗିରରୁ ବାରିପଦା, ସୁନ୍ଦରଗଡରୁ କେନ୍ଦୁଝର ଓ ବାଲେଶ୍ୱର ସବୁ ଅଞ୍ଚଳର ଜନସାଧାରଣ ଏହା ଦ୍ୱାରା ଉପକାର ପାଇବେ। ଆମ ସ୍ୱାସ୍ଥ୍ୟସେବା ବ୍ୟବସ୍ଥା ଉପରେ ଲୋକଙ୍କ ବିଶ୍ୱାସ ବଢିଛି। ଲୋକଙ୍କୁ ଉତ୍ତମ ଚିକିତ୍ସା ଓ ସେବା ଯୋଗାଇଦେବା ଆମର ଲକ୍ଷ୍ୟ ବୋଲି ସେ କହିଥିଲେ।
ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ, ଦିନ ଥିଲା ଓଡିଶାରେ ମାତ୍ର ୩ଟି ସରକାରୀ ମେଡିକାଲ କଲେଜ ଥିଲା। ଗତ ୬ ବର୍ଷ ମଧ୍ୟରେ ୮ଟି ନୂଆ ମେଡିକାଲ କଲେଜ ଓ ୨ଟି ସ୍ନାତକୋତ୍ତର ପ୍ରତିଷ୍ଠାନ ଗଢି ଉଠିଛି। ଆଗାମୀ ଦିନରେ ଆଉ ୩ଟି ମେଡିକାଲ କଲେଜ ମଧ୍ୟ ହେବାକୁ ଯାଉଛି। ପ୍ରତି ବର୍ଷ ଡାକ୍ତର ଓ ପାରାମେଡିକ୍ ଷ୍ଟାଫଙ୍କୁ ନିଯୁକ୍ତି ଦିଆଯାଉଛି। ଆଗରୁ ବର୍ଷକୁ ମାତ୍ର ୩୨୧ ଜଣ ଏମ.ବି.ବି.ଏସ୍. ଡାକ୍ତର ଓ ୨୫୪ ଜଣ ସ୍ପେଶିଆଲିଷ୍ଟ ବାହାରୁ ଥିଲେ । ଏବେ ୨୫୨୫ ଏମ.ବି.ବି.ଏସ୍. ଡାକ୍ତର ଓ ୯୭୨ ସ୍ପେଶିଆଲିଷ୍ଟ ବାହାରୁଛନ୍ତି।
ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ ୫-ଟି ଉପକ୍ରମରେ ଆଜି ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ରୂପାନ୍ତର ଆସିଛି। ଲୋକଙ୍କ ସୁବିଧା ପାଇଁ ହସ୍ପିଟାଲଗୁଡିକୁ ‘ଆମ ହସ୍ପିଟାଲ’ରେ ବିକଶିତ କରାଯାଉଛି। ଭିତ୍ତିପ୍ରସ୍ତର ଦିଆଯାଇଥିବା ସ୍ୱାସ୍ଥ୍ୟ ଅନୁଷ୍ଠାନ ବିଷୟରେ ସେ କହିଥିଲେ ଯେ, ଆଜି କଟକର ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲ, ବ୍ରହ୍ମପୁରର ଏମ୍.କେ.ସି.ଜି. ମେଡିକାଲ କଲେଜ, ବୁର୍ଲାର ଭିମ୍ସାର୍ ଓ ରାଉରକେଲାର ଆର.ଜି.ଏଚ୍.କୁ ବିଶ୍ୱସ୍ତରୀୟ ହସ୍ପିଟାଲରେ ରୂପାନ୍ତର କରିବା ପାଇଁ ଭିତ୍ତି ଦିଆଗଲା। ଏଥିପାଇଁ ୩ ହଜାର ୪୦୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରାଯିବ।
ରାଜ୍ୟରେ ପ୍ରଚଳିତ ସ୍ୱାସ୍ଥ୍ୟସେବା ଯୋଜନା ଉପରେ ଆଲୋକପାତ କରି ସେ କହିଥିଲେ ଯେ ମୋ ପାଇଁ ପ୍ରତି ଜୀବନ ମୂଲ୍ୟବାନ। ଏଥିପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାଠାରୁ ଆରମ୍ଭ କରି ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଆମେ ବିଭିନ୍ନ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରିଛୁ। ସରକାରୀ ଡାକ୍ତରଖାନାଗୁଡିକରେ ନୂଆ ନୂଆ ଚିକିତ୍ସା ସୁବିଧାର ମଧ୍ୟ ବିକାଶ କରାଯାଉଛି। ଧନୀ ଗରୀବ ସମସ୍ତଙ୍କୁ ସରକାରୀ ଡାକ୍ତରଖାନାଗୁଡିକରେ ମାଗଣା ଚିକିତ୍ସା ସୁବିଧା ମିଳୁଛି। ସ୍ୱାସ୍ଥ୍ୟସେବା କ୍ଷେତ୍ରର ଏ ରୂପାନ୍ତରକୁ ଆମେ ସମସ୍ତେ ମିଶି ଆହୁରି ଆଗକୁ ନେବା ଓ ‘ସୁସ୍ଥ ଓଡିଶା ସୁଖୀ ଓଡିଶା ଜରିଆରେ ନୂଆ ଓଡିଶାର ଭିତ୍ତିକୁ ମଜବୁତ କରିବା ବୋଲି ସେ କହିଥିଲେ।
କାର୍ଯ୍ୟକ୍ରମରେ ବୁର୍ଲାଠାରେ ଉପସ୍ଥିତ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ କହିଥିଲେ ଯେ, ଲୋକଙ୍କୁ ସର୍ବୋତ୍ତମ ଚିକିତ୍ସା ସୁବିଧା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଆଜି ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ କରୁଛନ୍ତି। ୫-ଟି ଉପକ୍ରମରେ ରାଜ୍ୟର ସ୍ୱାସ୍ଥ୍ୟସେବା ବ୍ୟବସ୍ଥାକୁ ପରବର୍ତ୍ତୀ ପର୍ଯ୍ୟାୟକୁ ନେଇ ଲୋକଙ୍କୁ ଉନ୍ନତମାନର ଓ ଉପଯୁକ୍ତ ଚିକିତ୍ସା ସୁବିଧା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା କାର୍ଯ୍ୟକ୍ରମ ଜାରି ରହିଛି ବୋଲି ସେ କହିଥିଲେ।
କାର୍ଯ୍ୟକ୍ରମକୁ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ସଂଚାଳନା କରିଥିଲେ ଏବଂ ଏ ସବୁ ସ୍ୱାସ୍ଥ୍ୟ ଭିତ୍ତିଭୂମିର ବିକାଶରେ ସହଯୋଗ କରିଥିବା ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ। ଏହି ଅବସରରେ ସେ କହିଥିଲେ ଯେ ଗ୍ରାମାଞ୍ଚଳର ସବୁ ପରିବାରକୁ ଅନ୍ତର୍ଭୁକ୍ତ କରିବା ପାଇଁ ଉଦ୍ଦିଷ୍ଟ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ନବୀନ କାର୍ଡ ଚଳିତ ମାସ ୬ ତାରିଖରେ ମାନ୍ୟବର ମୁଖ୍ୟମନ୍ତ୍ରୀ ସମ୍ବଲପୁରଠାରୁ ଶୁଭାରମ୍ଭ କରିବେ। ବ୍ରହ୍ମପୁର ଓ ବୁର୍ଲା ମେଡିକାଲ କଲେଜର ଛାତ୍ରଛାତ୍ରୀମାନଙ୍କୁ ସମ୍ବୋଧିତ କରି କହିଥିଲେ ଯେ ତାଙ୍କ ଜିଲ୍ଲା ଗସ୍ତ ସମୟରେ ସେମାନେ ଯେଉଁ ପ୍ରସ୍ତାବ ଓ ଅଭିଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ ତାହା ଗ୍ରହଣ କରିଛନ୍ତି। ଖୁବ୍ ଶୀଘ୍ର ତାହା କାର୍ଯ୍ୟକାରୀ ହେବ।
କାର୍ଯ୍ୟକ୍ରମରେ ବଲଙ୍ଗିରରେ ରାଜ୍ୟ ଜଳ ସମ୍ପଦ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ଟୁକୁନି ସାହୁ, ସୁନ୍ଦରଗଡରେ ‘ଆମ ଓଡିଶା ନବୀନ ଓଡିଶା’ ସଂଯୋଜକ ଯୋଗେଶ ସିଂ, କଟକରେ ବିଧାୟକ ସୌଭିକ ବିଶ୍ୱାଳ, ବ୍ରହ୍ମପୁରରେ ବିଧାୟକ ବିକ୍ରମ କୁମାର ପଣ୍ଡା ଯୋଗଦେଇ କହିଲେ ଯେ ରାଜ୍ୟବାସୀଙ୍କୁ ଉତ୍ତମ ମାନର ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତାକୁ ଓଡିଶାବାସୀ କେବେ ବି ଭୁଲିବେ ନାହିଁ। ରୂପାନ୍ତରଣ କ୍ଷେତ୍ରରେ ଓଡିଶାକୁ ଭାରତରେ ଏକ ସ୍ୱତନ୍ତ୍ର ପରିଚୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା କାର୍ଯ୍ୟକାରୀ ହୋଇଥିବା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଆଜି ସାରା ବିଶ୍ୱରେ ବେଞ୍ଚମାର୍କ ସୃଷ୍ଟି କରିଛି। ବଲାଙ୍ଗିର ଓ ସୁନ୍ଦରଗଡର ଏହି ନୂଆ ହସ୍ପିଟାଲ କେବଳ ଜିଲ୍ଲାବାସୀଙ୍କୁ ନୁହେଁ ପଡୋଶୀ ରାଜ୍ୟମାନଙ୍କୁ ମଧ୍ୟ ସ୍ୱାସ୍ଥ୍ୟସେବା ପ୍ରଦାନ କରିବ ବୋଲି ସେମାନେ କହି ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରର ଏହି ରୂପାନ୍ତରଣ ପାଇଁ ମୁଖ୍ୟମନ୍ତ୍ରୀ ଓ ୫-ଟି ଅଧ୍ୟକ୍ଷଙ୍କୁ ଧନ୍ୟବାଦ ଦେଇଥିଲେ।
କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କମିଶନର ତଥା ଶାସନ ସଚିବ ଶାଳିନୀ ପଣ୍ଡିତ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଡି.ଏମ.ଇ.ଟି. ଧନ୍ୟବାଦ ଅର୍ପଣ କରିଥିଲେ।
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ସାମୟିକ କଳା ଓ କ୍ରୀଡା ଶିକ୍ଷକଙ୍କ ପାରିଶ୍ରମିକ ୧୦ ହଜାର ଟଙ୍କାକୁ ବୃଦ୍ଧି, ଶିକ୍ଷୟିତ୍ରୀଙ୍କୁ ମିଳିବ ମାତୃତ୍ବ ଛୁଟି
Next Articleଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କ ଶିକ୍ଷା ନିମନ୍ତେ ନିୟୋଜତ ଶିକ୍ଷା ସ୍ବେଚ୍ଛାସେବୀମାନଙ୍କ ପାରିଶ୍ରମିକ ୧୦ ହଜାର ଟଙ୍କାକୁ ବୃଦ୍ଧି
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
