ଲାଞ୍ଚ ମାମଲାରେ ଅବସରପ୍ରାପ୍ତ ଏସଆଇଙ୍କୁ ୫ ବର୍ଷ ଜେଲ୍ ଦଣ୍ଡାଦେଶ
ଭୁବନେଶ୍ୱର – ୨୦୧୬ର ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ମୟୂରଭଞ୍ଜ ଜିଲ୍ଲା ତିରିଂ ଥାନାର ଅବସରପ୍ରାପ୍ତ ଏସଆଇ ଶରତ ଚନ୍ଦ୍ର ରୟ । ବାରିପଦା ସ୍ୱତନ୍ତ୍ର ଭିଜିଲାନ୍ସ ବିଚାରପତି ଅବସରପ୍ରାପ୍ତ ଏସଆଇଙ୍କୁ ଦୋଷୀ ସାବ୍ୟସ୍ତ କରି ୫ ବର୍ଷ ସଶ୍ରମ ଜେଲ୍ ଦଣ୍ଡାଦେଶ ଦେଇଛନ୍ତି । ଏଥିସହ ୫ ହଜାର ଟଙ୍କା ଜୋରିମାନା ଦେବାକୁ ମଧ୍ୟ ବାରିପଦା ସ୍ୱତନ୍ତ୍ର ଭିଜିଲାନ୍ସ ବିଚାରପତି ତାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜୋରିମାନା ଅନାଦେୟ ଆଉ ୫ ମାସ ଅତିରିକ୍ତ [...]
ଭୁବନେଶ୍ୱର – ୨୦୧୬ର ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ମୟୂରଭଞ୍ଜ ଜିଲ୍ଲା ତିରିଂ ଥାନାର ଅବସରପ୍ରାପ୍ତ ଏସଆଇ ଶରତ ଚନ୍ଦ୍ର ରୟ । ବାରିପଦା ସ୍ୱତନ୍ତ୍ର ଭିଜିଲାନ୍ସ ବିଚାରପତି ଅବସରପ୍ରାପ୍ତ ଏସଆଇଙ୍କୁ ଦୋଷୀ ସାବ୍ୟସ୍ତ କରି ୫ ବର୍ଷ ସଶ୍ରମ ଜେଲ୍ ଦଣ୍ଡାଦେଶ ଦେଇଛନ୍ତି । ଏଥିସହ ୫ ହଜାର ଟଙ୍କା ଜୋରିମାନା ଦେବାକୁ ମଧ୍ୟ ବାରିପଦା ସ୍ୱତନ୍ତ୍ର ଭିଜିଲାନ୍ସ ବିଚାରପତି ତାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜୋରିମାନା ଅନାଦେୟ ଆଉ ୫ ମାସ ଅତିରିକ୍ତ ଜେଲ୍ ଦଣ୍ଡ ଭୋଗିବାକୁ ପଡ଼ିବ । ତାଙ୍କୁ ଆଉ ତିନିବର୍ଷ ଜେଲ୍ ଓ ୩ ହଜାର ଟଙ୍କା ଜୋରିମାନା ଦେବା ପାଇଁ ସ୍ୱତନ୍ତ୍ର ଭିଜିଲାନ୍ସ ବିଚାରପତି ଆଦେଶ ଦେଇଛନ୍ତି। ତିରିଂ ଥାନା ଗଳୟକଟା ଗାଁ ଯୁବକଙ୍କଠାରୁ ଲାଞ୍ଚ ନେଇ ଧରାପଡ଼ିଥିଲେ ।
ଓଡ଼ିଶାର ବିକାଶ ପାଇଁ ସାଢେ ୪ କୋଟି ଓଡିଆଙ୍କ ଉଦ୍ୟମରେ ପ୍ରଧାନମନ୍ତ୍ରୀଙ୍କ ସହଯୋଗ ଲୋଡିଲେ ମୁଖ୍ୟମନ୍ତ୍ରୀ
Next ArticleRetired Police SI Convicted in Bribery Case, Sentenced to 5 Yrs Imprisonment
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
