ଓଡ଼ିଶାବାସୀଙ୍କ ବୃହତ୍ତର ସ୍ୱାର୍ଥ ପାଇଁ ବିଜେଡି ସବୁ କିଛି କରିବ: ବରିଷ୍ଠ ବିଜେଡି ନେତା
ଭୁବନେଶ୍ବର – ଓଡ଼ିଶାବାସୀଙ୍କ ବୃହତ୍ତର ସ୍ୱାର୍ଥ ଦୃଷ୍ଟିରୁ ବିଜେଡି ସବୁ କିଛି କରିବ । ନବୀନ ନିବାସରେ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଦଳର ବରିଷ୍ଠ ନେତାମାନେ ଏହା କହିଛନ୍ତି। ୨୦୩୬ ମସିହାରେ ସ୍ୱତନ୍ତ୍ର ରାଜ୍ୟ ଭାବେ ଓଡ଼ିଶା ୧୦୦ ବର୍ଷ ପୂରଣ କରିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସମୟ ମଧ୍ୟରେ ଅନେକ ମାଇଲଖୁଣ୍ଟ ସ୍ଥାପନ କରିବାକୁ ଯାଉଛି । ଓଡ଼ିଶାର ସ୍ୱାର୍ଥ ହାସଲ ପାଇଁ ବିଜୁ ଜନତା ଦଳ ଯାହା କିଛି ସମ୍ଭବ, ସବୁ [...]
ଭୁବନେଶ୍ବର – ଓଡ଼ିଶାବାସୀଙ୍କ ବୃହତ୍ତର ସ୍ୱାର୍ଥ ଦୃଷ୍ଟିରୁ ବିଜେଡି ସବୁ କିଛି କରିବ । ନବୀନ ନିବାସରେ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଦଳର ବରିଷ୍ଠ ନେତାମାନେ ଏହା କହିଛନ୍ତି। ୨୦୩୬ ମସିହାରେ ସ୍ୱତନ୍ତ୍ର ରାଜ୍ୟ ଭାବେ ଓଡ଼ିଶା ୧୦୦ ବର୍ଷ ପୂରଣ କରିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସମୟ ମଧ୍ୟରେ ଅନେକ ମାଇଲଖୁଣ୍ଟ ସ୍ଥାପନ କରିବାକୁ ଯାଉଛି । ଓଡ଼ିଶାର ସ୍ୱାର୍ଥ ହାସଲ ପାଇଁ ବିଜୁ ଜନତା ଦଳ ଯାହା କିଛି ସମ୍ଭବ, ସବୁ କରିବ ବୋଲି ଦଳର ବରିଷ୍ଠ ଉପସଭାପତି ଦେବୀ ମିଶ୍ର ଓ ବରିଷ୍ଠ ସାଧାରଣ ସମ୍ପାଦକ ଅରୁଣ ସାହୁ ଗଣମାଧ୍ୟମକୁ ମିଳିତ ବିବୃତି ଜାରି କରି କହିଛନ୍ତି। ନବୀନ ନିବାସରେ ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଏହି ବିବୃତି ଦିଆଯାଇଛି। ବୈଠକରେ ଆଗାମୀ ଲୋକସଭା ଓ ବିଧାନସଭା ନିର୍ବାଚନରେ ଦଳୀୟ ରଣନୀତି ନେଇ ବ୍ୟାପକ ବିଚାରବିମର୍ଶ ହୋଇଥିଲା।
ଶେଷ ହୋଇଛି ନବୀନ ନିବାସରେ ବସିଥିବା ଦୀର୍ଘ ସାଢେ ୩ ଘଣ୍ଟାକ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ରାଜ୍ୟ ସ୍ୱାର୍ଥ ସମ୍ବଳିତ ଏକାଧିକ ବିଷୟ ଉପରେ ଆଲୋଚନା କରାଯାଇଛି। ବୈଠକ ସମାପ୍ତ ପରେ ଗଣମାଧ୍ୟମରେ ପ୍ରତିକ୍ରିୟା ରଖିଥିଲେ ବରିଷ୍ଠ ବିଜେଡି ନେତା ଦେବୀ ମିଶ୍ର। ବୈଠକରେ ନିର୍ବାଚନର ସବୁ ଦିଗ ଉପରେ ଆଲୋଚନା ହୋଇଥିବା କହିଛନ୍ତି ଦେବୀ ମିଶ୍ର। ଓଡିଶା ଆଜି ସବୁ କ୍ଷେତ୍ରରେ ସଫଳତା ପାଇ ଚାଲିଛି। ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡିଶା ବିକାଶର ଶୀର୍ଷ ଛୁଇଁଛି। ରାଜ୍ୟର ଲୋକଙ୍କ ସ୍ୱାର୍ଥ ପାଇଁ ବିଜେଡି କାମ କରୁଛି ଏବଂ ଆଗକୁ ମଧ୍ୟ ଲୋକଙ୍କ ସ୍ୱାର୍ଥ ପାଇଁ ଦଳ କାମ କରିବ। ଆସନ୍ତା ୧୨ ବର୍ଷ ପରେ ଓଡିଶା ଗଠନକୁ ଶହେ ବର୍ଷ ପୂରଣ ହେବ। ମାଇଲଷ୍ଟୋନ ପୂରଣ ପାଇଁ ଯାହା ଆବଶ୍ୟକ ପଡିବ ନିଷ୍ପତି ନିଆଯିବ। ରାଜ୍ୟର ସ୍ୱାର୍ଥ ପାଇଁ ଦଳର ସଭାପତି ଯାହା ନିଷ୍ପତି ନେବ ତାହା ଆମେ ମାନିବୁ ବୋଲି କହିଛନ୍ତି ବରିଷ୍ଠ ବିଜେଡି ନେତା ଦେବୀ ମିଶ୍ର।
ବିଜେପିରେ ଯୋଗଦେଲେ ଟିଏମସିର ବରିଷ୍ଠ ନେତା ତାପସ ରାୟ
Next Articleଶେଷରେ ଶାହାଜାହାନ ଶେଖଙ୍କୁ ସିବିଆଇକୁ ହସ୍ତାନ୍ତର କଲା ପଶ୍ଚିମବଙ୍ଗ ପୋଲିସ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
