ଧାରା ୩୭୦ ଉଚ୍ଛେଦ ପରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଆଜି ପ୍ରଥମ କାଶ୍ମୀର ଗସ୍ତ
ଶ୍ରୀନଗର: ଧାରା ୩୭୦ ଉଚ୍ଛେଦ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ପ୍ରଥମ ଥର ପାଇଁ କାଶ୍ମୀର ଯାଉଛନ୍ତି।ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ରାଜଧାନୀ ଶ୍ରୀନଗରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସୁରକ୍ଷା ବାହିନୀ ଜେଲମ୍ ନଦୀରୁ ଆରମ୍ଭ କରି ସହରର ବିଭିନ୍ନ ସ୍ଥାନରେ ପାଟ୍ରୋଲିଂ କରୁଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଶ୍ରୀନଗରର ଏକ ଷ୍ଟାଡିୟମରେ ‘ବିକଶିତ ଭାରତ, ବିକଶିତ କାଶ୍ମୀର’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ । ମୋଦୀ ୫୦୦୦ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପରସ ଶିଳାନ୍ୟାସ ଓ ଉଦଘାଟନ [...]
ଶ୍ରୀନଗର: ଧାରା ୩୭୦ ଉଚ୍ଛେଦ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ପ୍ରଥମ ଥର ପାଇଁ କାଶ୍ମୀର ଯାଉଛନ୍ତି।ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ରାଜଧାନୀ ଶ୍ରୀନଗରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସୁରକ୍ଷା ବାହିନୀ ଜେଲମ୍ ନଦୀରୁ ଆରମ୍ଭ କରି ସହରର ବିଭିନ୍ନ ସ୍ଥାନରେ ପାଟ୍ରୋଲିଂ କରୁଛନ୍ତି।
ପ୍ରଧାନମନ୍ତ୍ରୀ ମୋଦୀ ଶ୍ରୀନଗରର ଏକ ଷ୍ଟାଡିୟମରେ ‘ବିକଶିତ ଭାରତ, ବିକଶିତ କାଶ୍ମୀର’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ । ମୋଦୀ ୫୦୦୦ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପରସ ଶିଳାନ୍ୟାସ ଓ ଉଦଘାଟନ କରିବେ।
ଦେଶରେ ଲୋକସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଚଳିତ ବର୍ଷ ଜାମ୍ମୁ କାଶ୍ମୀରରେ ବିଧାନସଭା ନିର୍ବାଚନ ମଧ୍ୟ ହେବ ବୋଲି ଆଶା କରାଯାଉଛି।
ଜାମ୍ମୁ କାଶ୍ମୀରରେ ପିଡିପି ଏବଂ ବିଜେପି ମଧ୍ୟରେ ମେଣ୍ଟ ୨୦୧୮ରେ ଭାଙ୍ଗି ଯାଇଥିଲା । ଏହାପରେ ଉଭୟ ଦଳର ମିଳିତ ସରକାରର ମଧ୍ୟ ପତନ ହେଇଥିଲା । ଅଗଷ୍ଟ ୫, ୨୦୧୯ରେ ଜମ୍ମୁ-କାଶ୍ମୀରକୁ ଦୁଇ ଭାଗ କରି ଜମ୍ମୁ-କାଶ୍ମୀର ଓ ଲଦାଖ ରୂପରେ ଦୁଇଟି କେନ୍ଦ୍ର ଶାସିତ ଅଞ୍ଚଳ ଗଠନ କରାଯାଇଥିଲା ।
ସୁପ୍ରିମକୋର୍ଟ ଗତ ବର୍ଷ ଧାରା ୩୭୦ର ସାମ୍ବିଧାନିକ ବୈଧତା ବଜାୟ ରଖିବା ସହ ସେପ୍ଟେମ୍ବର ୨୦୨୪ ସୁଦ୍ଧା ରାଜ୍ୟରେ ବିଧାନସଭା ନିର୍ବାଚନ କରିବାକୁ କହିଥିଲେ ।
ନିର୍ବାଚନୀ ବଣ୍ଡ୍ ମାମଲାରେ ଅଧିକ ସମୟ ମାଗିବା ନେଇ ଏସବିଆଇକୁ ବ୍ୟାଙ୍କ ୟୁନିୟନର ସମାଲୋଚନା
Next Articleଆଶା କର୍ମୀମାନଙ୍କ ମାସିକ ପାରିଶ୍ରମିକ ଓ ସେବା ନିବୃତ୍ତି ପ୍ରୋତ୍ସାହନ ରାଶିରେ ବୃଦ୍ଧି
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
