ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ଆନ୍ତର୍ଜାତିକ ମହିଳା ଦିବସ ପାଳନ
ଭୁବନେଶ୍ୱର – ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ଆନ୍ତର୍ଜାତିକ ମହିଳା ଦିବସ ପାଳିତ ହୋଇଯାଇଛି । ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏକ ବୈଠକରେ କାର୍ଯ୍ୟାଳୟର ସମସ୍ତ ମହିଳା କର୍ମଚାରୀଙ୍କୁ ‘ ବୃକ୍ଷଚାଇ ’ ଦିଆଯାଇ ସମ୍ମାନିତ କରାଯାଇଥିଲା । ମହିଳା ଦିବସ – ୨୦୨୪ ପାଇଁ ରହିଥିବା ଥିମ୍ ” ଇନଭେଷ୍ଟ ଇନ୍ ଓମ୍ୟାନ : ଏକସେଲରେଟ୍ ପ୍ରୋଗ୍ରେସ ” ଉପରେ ନିଜ ନିଜର ବକ୍ତବ୍ୟ ରଖିବା ପାଇଁ ସମସ୍ତ [...]
ଭୁବନେଶ୍ୱର – ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ଆନ୍ତର୍ଜାତିକ ମହିଳା ଦିବସ ପାଳିତ ହୋଇଯାଇଛି । ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏକ ବୈଠକରେ କାର୍ଯ୍ୟାଳୟର ସମସ୍ତ ମହିଳା କର୍ମଚାରୀଙ୍କୁ ‘ ବୃକ୍ଷଚାଇ ’ ଦିଆଯାଇ ସମ୍ମାନିତ କରାଯାଇଥିଲା । ମହିଳା ଦିବସ – ୨୦୨୪ ପାଇଁ ରହିଥିବା ଥିମ୍ ” ଇନଭେଷ୍ଟ ଇନ୍ ଓମ୍ୟାନ : ଏକସେଲରେଟ୍ ପ୍ରୋଗ୍ରେସ ” ଉପରେ ନିଜ ନିଜର ବକ୍ତବ୍ୟ ରଖିବା ପାଇଁ ସମସ୍ତ ମହିଳା କର୍ମଚାରୀଙ୍କୁ ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରେରିତ କରିଥିଲେ । ଏହା ସହ ଦେଶ ଗଠନରେ ମହିଳାମାନଙ୍କ ଭୂମିକା , ନିର୍ବାଚନ ପର୍ବରେ ମହିଳା ଭୋଟରଙ୍କ ପାଇଁ କରାଯାଉଥିବା ସ୍ୱତନ୍ତ୍ର ବ୍ୟବସ୍ଥା ଆଦି ଉପରେ ଆଲୋଚନା କରି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ସୁଚାରୁ ରୂପେ ନିଜ ନିଜର ଦାୟିତ୍ଵ ନିର୍ବାହ କରୁଥିବାରୁ ସମସ୍ତ ମହିଳା କର୍ମଚାରୀଙ୍କୁ ନିକୁଞ୍ଜ ବିହାରୀଧଳ ନିଜ ତରଫରୁ ଏବଂ ଅନୁଷ୍ଠାନ ତରଫରୁ ଗଭୀର କୃତଜ୍ଞତା ଜ୍ଞାପନ କରିଥିଲେ । ଏହି ଅବସରରେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଡକ୍ଟର ଏନ୍ . ତିରୁମାଲା ନାଏକ , ଶତ୍ରୁଘ୍ନ କର ଓ ମିହିର ମହାନ୍ତି ମଧ୍ୟ ଯୋଗଦେଇ ମ ହିଳା କର୍ମଚାରୀମାନଙ୍କୁ ଉତ୍ସାହିତ କରିଥିଲେ ।
ଆଭାସୀ ମାଧ୍ୟମରେ ଜିଲ୍ଲାସ୍ତରୀୟ ନିର୍ବାଚନ ପ୍ରସ୍ତୁତି ସମୀକ୍ଷା
Next ArticleOdisha: District Level Preparations for Upcoming Elections Reviewed
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
