୪୬ ଲକ୍ଷ ଚାଷୀଙ୍କୁ କାଳିଆ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ, ସବୁ ଜିଲ୍ଲାରେ କାଳିଆ କେନ୍ଦ୍ର ଉଦ୍ଘାଟିତ
ଭୁବନେଶ୍ବର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୪୬ ଲକ୍ଷ କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀଙ୍କୁ ୯୩୩.୦୭ କୋଟି ଟଙ୍କାର କାଳିଆ ସହାୟତା-୨୦୨୪ ପ୍ରଦାନ କରିଛନ୍ତି। ଏଥିସହିତ ରାଜ୍ୟର ସମସ୍ତ ଜିଲ୍ଲାରେ ଚାଷୀ ଭାଇଭଉଣୀ ମାନଙ୍କୁ କୃଷି କାର୍ଯ୍ୟ ନିମନ୍ତେ ବୈଷୟିକ ସହାୟତା ପ୍ରଦାନ କରିବା ପାଇଁ କାଳିଆ କେନ୍ଦ୍ର ମଧ୍ୟ ଉଦ୍ଘାଟନ କରିଛନ୍ତି ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଚାଷୀ ଭାଇଭଉଣୀ ମାନଙ୍କୁ ଉଦ୍ବୋଧନ ଦେଇ କହିଥିଲେ ଯେ ପ୍ରତ୍ୟେକ ଚାଷୀ ପରିବାର [...]
ଭୁବନେଶ୍ବର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୪୬ ଲକ୍ଷ କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀଙ୍କୁ ୯୩୩.୦୭ କୋଟି ଟଙ୍କାର କାଳିଆ ସହାୟତା-୨୦୨୪ ପ୍ରଦାନ କରିଛନ୍ତି। ଏଥିସହିତ ରାଜ୍ୟର ସମସ୍ତ ଜିଲ୍ଲାରେ ଚାଷୀ ଭାଇଭଉଣୀ ମାନଙ୍କୁ କୃଷି କାର୍ଯ୍ୟ ନିମନ୍ତେ ବୈଷୟିକ ସହାୟତା ପ୍ରଦାନ କରିବା ପାଇଁ କାଳିଆ କେନ୍ଦ୍ର ମଧ୍ୟ ଉଦ୍ଘାଟନ କରିଛନ୍ତି ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଚାଷୀ ଭାଇଭଉଣୀ ମାନଙ୍କୁ ଉଦ୍ବୋଧନ ଦେଇ କହିଥିଲେ ଯେ ପ୍ରତ୍ୟେକ ଚାଷୀ ପରିବାର ସମ୍ମାନର ସହ ବଞ୍ଚନ୍ତୁ, ସଶକ୍ତ ହୁଅନ୍ତୁ ଏବଂ ଓଡିଶାର ସମୃଦ୍ଧିରେ ଯୋଗଦାନ ରଖନ୍ତୁ ।
ମୁଖ୍ୟମନ୍ତ୍ରୀ ଏହି ଅବସରରେ କାଳିଆ ଯୋଜନାର ସମୟ ଅବଧି ଆଉ ୩ ବର୍ଷ ଅର୍ଥାତ ୨୦୨୬-୨୭ ପର୍ଯ୍ୟନ୍ତ ବୃଦ୍ଧି କରାଗଲା ବୋଲି ଘୋଷଣା କରିଥିଲେ । ଏଥିପାଇଁ ରାଜ୍ୟ ସରକାର ୬୦୩୦ କୋଟି ଟଙ୍କା ଖର୍ଚ୍ଚ କରିବେ ବୋଲି ସେ କହିଥିଲେ । ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ଶିକ୍ଷା କେବଳ ଗୋଟିଏ ବ୍ୟକ୍ତିକୁ ନୁହେଁ, ପୁରା ପରିବାରକୁ, ସମାଜକୁ ସଶକ୍ତି କରିଥାଏ। ତେଣୁ କାଳିଆ ହିତାଧିକାରୀ ପିଲାମାନଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ଚଳିତ ଶିକ୍ଷା ବର୍ଷରୁ କାଳିଆ ଛାତ୍ରବୃତ୍ତି କାର୍ଯ୍ୟକ୍ରମରେ ପରିବର୍ତ୍ତନ ଆଣି ଏନ ଆଇଟି, ଆଇଆଇଟି, ଆଇଆଇଏମ୍, ଏଆଇଆଇଏମଏସ, ଆଇସିଏଆର ପରି ସମ୍ମାନଜନକ ଶିକ୍ଷାନୁଷ୍ଠାନ ସହ ରାଜ୍ୟ ଓ ରାଜ୍ୟ ବାହାରେ ବିଭିନ୍ନ ଘରୋଇ ବୈଷୟିକ ଓ ବୃତ୍ତିଗତ ଶିକ୍ଷାନୁଷ୍ଠାନରେ ପଢୁଥିବା ଚାଷୀ ପରିବାରର ପିଲାମାନଙ୍କୁ କାଳିଆ ଛାତ୍ରବୃତ୍ତି ପ୍ରଦାନ କରାଯିବ।
ଚାଷୀମାନଙ୍କ ବିଭିନ୍ନ ସମସ୍ୟାର ସମାଧାନ ଓ ସେମାନଙ୍କୁ କୃଷି ସମ୍ବନ୍ଧୀୟ ବୈଷୟିକ ସହାୟତା ପ୍ରଦାନ ନିମନ୍ତେ ମୁଖ୍ୟମନ୍ତ୍ରୀ ଆଜି ମଧ୍ୟ ୩୦ଟି ଜିଲ୍ଲାରେ କାଳିଆ କେନ୍ଦ୍ର ଉଦ୍ଘାଟନ କରି କହିଛନ୍ତି ଯେ ଏଗୁଡିକ କୃଷି କ୍ଷେତ୍ରରେ ଅଭିନବ ଚିନ୍ତାଧାରା ଓ ସମ୍ବଳ କେନ୍ଦ୍ର ଭାବରେ କାମ କରିବ ।
ମୁଖ୍ୟମନ୍ତ୍ରୀ ରାଜ୍ୟର ସବୁ ଭୂମିହୀନ ଚାଷୀ ପରିବାରକୁ ଚଳିତ ଖରିଫ ଋତୁ ପାଇଁ ଅତିରିକ୍ତ ଦୁଇ ହଜାର ଟଙ୍କା ଲେଖାଏ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ ଯେ ପୂର୍ବରୁ ୩ଟି କିସ୍ତିରେ ୧୨,୫୦୦ ଟଙ୍କା ପ୍ରଦାନ କରାଯାଇଥିଲା । ଏହାଦ୍ବାରା ରାଜ୍ୟର ୧୮ ଲକ୍ଷରୁ ଉର୍ଦ୍ଧ୍ବ ଭୂମିହୀନ ଚାଷୀ ପରିବାର ଉପକୃତ ହେବେ। ସମୁଦାୟ ୩୬୦ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଛି ।
ସେହିପରି ମୁଖ୍ୟମନ୍ତ୍ରୀ ଖରିଫ-୨୦୨୪ ପାଇଁ ରାଜ୍ୟର ଚାଷୀ ଭାଇଭଉଣୀ ମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ କାଳିଆ ସହାୟତା ବାବଦରେ ଦୁଇ ହଜାର ଟଙ୍କା ପ୍ରଦାନ କରିଛନ୍ତି । ଏହାଦ୍ବାରା ୪୫ ଲକ୍ଷରୁ ଅଧିକ ଚାଷୀ ଉପକୃତ ହେବେ ।
ଚାଷୀ ଭାଇର ସମୃଦ୍ଧି ହିଁ ରାଜ୍ୟର ସମୃଦ୍ଧି ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଥିଲେ । ଏହି କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତିରଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଥିଲେ ଯେ ୫ ବର୍ଷ ପୂର୍ବେ ମୁଖ୍ୟମନ୍ତ୍ରୀଙ୍କ ଏହି ଐତିହାସିକ କାଳିଆ ଯୋଜନା ଶ୍ରୀକ୍ଷେତ୍ର ପୁରୀରୁ ଆରମ୍ଭ ହୋଇଥିଲା। ଏହି ଯୋଜନା ଜାତୀୟ ସ୍ତରରେ ଉଚ୍ଚ ପ୍ରଶଂସିତ ହେବା ସହିତ ଓଡିଶାର ଚାଷୀ ଭାଇଭଉଣୀ ମାନଙ୍କ ପାଇଁ ସହାୟକ ହୋଇପାରିଛି । ରାଜ୍ୟରେ ଚାଷୀ ଭାଇମାନଙ୍କ ସ୍ଥିତିକୁ ଅନୁଧ୍ୟାନ କରି ମୁଖ୍ୟମନ୍ତ୍ରୀ ଏହାର ଆକାର ଓ ପରିମାଣକୁ କ୍ରମାଗତ ଭାବେ ସଂପ୍ରସାରଣ କରୁଛନ୍ତି ବୋଲି ସେ କହିଥିଲେ।
କାର୍ଯ୍ୟକ୍ରମରେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କହିଥିଲେ ଯେ ୨୦୧୯ ମସିହାରେ ଏହି ଐତିହାସିକ କାଳିଆ ଯୋଜନାର ଶୁଭାରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ । ଇତିମଧ୍ୟରେ ୬୪ ଲକ୍ଷ ଚାଷୀ ଭାଇ ଏହି ଯୋଜନାରେ ସାମିଲ ହୋଇଛନ୍ତି । ଗତ ୫ ବର୍ଷ ମଧ୍ୟରେ ୧୩,୭୯୩ କୋଟି ଟଙ୍କାର ସହାୟତା ସେମାନଙ୍କ ବ୍ୟାଙ୍କ ଖାତାକୁ ଯାଇଛି । ଚାଷୀଙ୍କୁ ସଶକ୍ତ କରିବା ପାଇଁ ଏହା ହେଉଛି ମୁଖ୍ୟମନ୍ତ୍ରୀଙ୍କ ବହୁତ ବଡ ପଦକ୍ଷେପ । ଭାରତ ବର୍ଷରେ ଓଡିଶା ହେଉଛି ଏକମାତ୍ର ରାଜ୍ୟ, ଯେଉଁଠି ଭୂମିହୀନ ଚାଷୀମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଉଛି ବୋଲି ୫-ଟି ଅଧ୍ୟକ୍ଷ କହିଥିଲେ ।
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ ଓ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତିରଣ ବିଭାଗର ପ୍ରମୁଖ ଶାସନ ସଚିବ ଡଃ ଅରବିନ୍ଦ କୁମାର ପାଢୀ ସ୍ବାଗତ ଭାଷଣ ଦେଇଥିଲେ ଏବଂ କୃଷି ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ ।
ଅଗ୍ନି-୫ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ, ଡିଆରଡିଓ ବୈଜ୍ଞାନିକଙ୍କୁ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା
Next ArticleCM Provides KALIA Assistance to 46 Lakh Farmers
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
