न्यूज़रूम ओडिशा
ब्रेकिंग
ओडिया समाचार

ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ତିନି ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ – ଆଜି ଫାଲଗୁନ ଶୁକ୍ଳ ଚତୁର୍ଥୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ଵିତୀୟ ଭୋଗମଣ୍ଡପ ଭୋଗ ପରେ ସନ୍ଧ୍ୟା ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ପାଇଁ କ ନୀତି ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କ ଦର୍ଶନ କରାପାରିବେ ଶ୍ରଦ୍ଧାଳୁ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି [...]

Admin•13 मार्च 2024
Share Article:

ପୁରୀ – ଆଜି ଫାଲଗୁନ ଶୁକ୍ଳ ଚତୁର୍ଥୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ଵିତୀୟ ଭୋଗମଣ୍ଡପ ଭୋଗ ପରେ ସନ୍ଧ୍ୟା ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ପାଇଁ କ ନୀତି ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କ ଦର୍ଶନ କରାପାରିବେ ଶ୍ରଦ୍ଧାଳୁ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ବନକଲାଗି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।

#Odia#Odisha#News
Share Article:

Related Articles