କ୍ରୀଡାକ୍ଷେତ୍ରରେ ରୂପାନ୍ତରଣ ପ୍ରକ୍ରିୟା : ଜୟପୁରରେ ସ୍ପୋର୍ଟସ କମ୍ପ୍ଲେକ୍ସ ଓ ବିଭିନ୍ନ ଜିଲ୍ଲାରେ ବହୁମୁଖୀ ଇନ୍ଡୋର ଷ୍ଟାଡିୟମର ଉଦ୍ଘାଟନ
ଭୁବନେଶ୍ଵର – ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଜିଲ୍ଲା ଜୟପୁରଠାରେ ଏକ ଅତ୍ୟାଧୁନିକ ସ୍ପୋର୍ଟସ କମ୍ପ୍ଲେକ୍ସର ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ସେ ଓଡ଼ିଶାର ୧୨ଟି ଜିଲ୍ଲାରେ ୨୬ଟି ବହୁମୁଖୀ ଇନଡୋର ଷ୍ଟାଡିୟମର ମଧ୍ୟ ଶୁଭାରମ୍ଭ କରିଛନ୍ତି । ୧୧ ଏକର ପରିମିତ ଏହି ଜୟପୁରର ସ୍ପୋର୍ଟସ କମ୍ପ୍ଲେକ୍ସରେ ଏକ ପ୍ରାକୃତିକ ଫୁଟବଲ ପଡ଼ିଆ ଓ ସିନ୍ଥେଟିକ୍ ଆଥଲେଟିକ୍ ଟ୍ରାକ୍ ରହିଛି। ୫୦୦ ଦର୍ଶକ ବସିବାର କ୍ଷମତା ରହିଛି । ଏଠାରେ ଅନ୍ତର୍ଜାତୀୟ ମାନର [...]
ଭୁବନେଶ୍ଵର – ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଜିଲ୍ଲା ଜୟପୁରଠାରେ ଏକ ଅତ୍ୟାଧୁନିକ ସ୍ପୋର୍ଟସ କମ୍ପ୍ଲେକ୍ସର ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ସେ ଓଡ଼ିଶାର ୧୨ଟି ଜିଲ୍ଲାରେ ୨୬ଟି ବହୁମୁଖୀ ଇନଡୋର ଷ୍ଟାଡିୟମର ମଧ୍ୟ ଶୁଭାରମ୍ଭ କରିଛନ୍ତି । ୧୧ ଏକର ପରିମିତ ଏହି ଜୟପୁରର ସ୍ପୋର୍ଟସ କମ୍ପ୍ଲେକ୍ସରେ ଏକ ପ୍ରାକୃତିକ ଫୁଟବଲ ପଡ଼ିଆ ଓ ସିନ୍ଥେଟିକ୍ ଆଥଲେଟିକ୍ ଟ୍ରାକ୍ ରହିଛି। ୫୦୦ ଦର୍ଶକ ବସିବାର କ୍ଷମତା ରହିଛି । ଏଠାରେ ଅନ୍ତର୍ଜାତୀୟ ମାନର ଉପକରଣ ସହିତ ଏକ ଜିମ୍ନାଷ୍ଟିକ୍ ସେଣ୍ଟର, ଅଲିମ୍ପିକ୍ସ ମାନର ସୁଇମିଂ ପୁଲ୍, ଦୁଇଟି ସିନ୍ଥେଟିକ୍ ଟେନିସ୍ କୋର୍ଟ ଏବଂ ଗୋଟିଏ ବାସ୍କେଟବଲ୍ କୋର୍ଟ ରହିଛି।
ସୁସ୍ଥ ଜୀବନଶୈଳୀକୁ ପ୍ରୋତ୍ସାହିତ କରିବା ଏବଂ କ୍ରୀଡ଼ା ପରିବେଶ ସୃଷ୍ଟି ଦିଗରେ ଓଡ଼ିଶା ନିଜର ପ୍ରୟାସକୁ ଅଧିକ ସୁଦୃଢ଼ କରିବା ସହିତ ୧୨ଟି ଜିଲ୍ଲାରେ ୨୬ଟି ବହୁମୁଖୀ ଇନ୍ଡୋର ଷ୍ଟାଡିୟମ ନିର୍ମାଣ କରାଯାଇଛି। ଯେଉଁଥିରେ ବ୍ୟାଡମିଣ୍ଟନ, ଟେବୁଲ ଟେନିସ, ଯୋଗ, ଚେସ୍, ଭାରୋତ୍ତୋଳନ ଓ ଜିମ୍ ଆଦି କ୍ରୀଡ଼ା ପାଇଁ ସୁବିଧା ରହିଛି।
ଗାଁଠାରୁ ସହର ପର୍ଯ୍ୟନ୍ତ ରାଜ୍ୟର ସବୁ ସ୍ଥାନରେ ବୃତ୍ତିଗତ କ୍ରୀଡାର ବିକାଶ ପାଇଁ ୫-ଟି ଉପକ୍ରମ ଅଧୀନରେ ଏହି ପ୍ରକଳ୍ପଗୁଡ଼ିକ କାର୍ଯ୍ୟକାରୀ କରାଯାଇଛି।ଏହି ପ୍ରକଳ୍ପ ଗୁଡିକର ଉଦ୍ଘାଟନ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜୟପୁରର ସ୍ପୋର୍ଟସ କମ୍ପ୍ଲେକ୍ସ କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାର ଯୁବ ପ୍ରତିଭାମାନଙ୍କୁ କ୍ରୀଡା କ୍ଷେତ୍ରରେ ଉତ୍ସାହିତ କରିବ। ଦକ୍ଷିଣ ଓଡିଶାରେ କ୍ରୀଡାର ବିକାଶ ପାଇଁ ଏହି କମ୍ପ୍ଲେକ୍ସ ପ୍ରମୁଖ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ। ସେ ଆହୁରି ମଧ୍ୟ କହିଥିଲେ ଯେ ଏକ ଦକ୍ଷ ଯୁବ ସମାଜ ଗଠନ ପାଇଁ ଆମେ କ୍ରୀଡା ଉପରେ ଅଧିକ ଗୁରୁତ୍ୱ ଦେଉଛୁ। ଏହା ଦ୍ୱାରା ଓଡିଶା ଆଜି ସାରା ବିଶ୍ୱରେ କ୍ରୀଡା କ୍ଷେତ୍ରରେ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିପାରିଛି। କ୍ରୀଡା କ୍ଷେତ୍ରରେ ଆଜି ସବୁ ରାଜ୍ୟ ଓଡିଶା ମଡେଲକୁ ଅନୁସରଣ କରୁଛନ୍ତି।
ଇନ୍ଡୋର ଷ୍ଟାଡିୟମ ଉଦ୍ଘାଟନ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ସବୁ ଇନ୍ଡୋର ଷ୍ଟାଡିୟମ ରାଜ୍ୟରେ କ୍ରୀଡା ସଂସ୍କୃତିକୁ ଆହୁରି ଆଗକୁ ନେବ। ବିଶେଷ କରି ବୃତ୍ତିଗତ କ୍ରୀଡା କ୍ଷେତ୍ରରେ ଏହା ଆମ ପିଲାମାନଙ୍କ ପାଇଁ ବହୁ ସୁଯୋଗ ସୃଷ୍ଟି କରିବ। ଗାଁ ଓ ଛୋଟ ସହରର ପିଲାମାନେ ବହୁ ସଂଖ୍ୟାରେ ବିଭିନ୍ନ କ୍ରୀଡା ପ୍ରତିଯୋଗିତାରେ ଭାଗ ନେଇ ପାରିବେ ଏବଂ ଓଡ଼ିଶାରେ କ୍ରୀଡ଼ା ସଂସ୍କୃତିର ବିକାଶ ପାଇଁ ଆମର ପ୍ରୟାସ ଗୁଡିକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ।
ଏହି ଅବସରରେ ୫-ଟି ତଥା ନବୀନ ଓଡ଼ିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଯୋଗଦେଇ କହିଥିଲେ ଯେ ଆଜି ଆମ ପ୍ରିୟ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଥିବା ସବୁ ସ୍ପୋର୍ଟସ୍ କମ୍ପ୍ଲେକ୍ସ ଓଡିଶାବାସୀଙ୍କ ଟଙ୍କାରେ ତିଆରି ହୋଇଛି । ଏହା ରାଜ୍ୟବାସୀଙ୍କ ସମ୍ପତ୍ତି। ଆପଣମାନଙ୍କ ସମ୍ପତ୍ତି। ଏଗୁଡିକୁ ସଠିକ୍ ଭାବେ ଉପଯୋଗ କରିବେ ଏବଂ ଉପଯୁକ୍ତ ରକ୍ଷଣାବେକ୍ଷଣ କରିବେ ବୋଲି ସେ ସମସ୍ତଙ୍କୁ ଅନୁରୋଧ କରିଥିଲେ।
କାର୍ଯ୍ୟକ୍ରମରେ ଜୟପୁରଠାରେ ଯୋଗଦେଇ କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା କହିଥିଲେ ଯେ କ୍ରୀଡାକୁ ସର୍ବୋଚ୍ଚ ସ୍ତରକୁ ନେବା ପାଇଁ ରାଜ୍ୟ ସରକାର ନିରନ୍ତର ଉଦ୍ୟମ ଜାରି ରଖିଛନ୍ତି ଏବଂ ବିଭିନ୍ନ କ୍ରୀଡା ଭିତ୍ତିଭୂମି ନିର୍ମାଣ ଓ ଉନ୍ନତ ତାଲିମ ପ୍ରଦାନ ଜରିଆରେ ଓଡିଶା ଏକ କ୍ରୀଡା ପ୍ରୋତ୍ସାହକ ରାଜ୍ୟ ଭାବେ ଆଗ ଧାଡିରେ ରହି ଆସିଛି।
କାର୍ଯ୍ୟକ୍ରମରେ କ୍ରୀଡ଼ା ଓ ଯୁବ ସେବା ବିଭାଗର କମିଶନର ତଥା ଶାସନ ସଚିବ ଆର. ଭିନୀଲ କ୍ରିଷ୍ଣା ସ୍ୱାଗତ ଭାଷଣ ଦେଇ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ନେତୃତ୍ୱ ଏବଂ ଯୁଗପୋଯୋଗୀ ମାର୍ଗ ଦର୍ଶନ ପାଇଁ ଓଡିଶା ଆଜି କ୍ରୀଡା କ୍ଷେତ୍ରରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ରାଜ୍ୟରେ ୫-ଟି ଉପକ୍ରମର ସଠିକ୍ ଅନୁପାଳନ ଯୋଗୁ ଓଡିଶା କ୍ରୀଡା ଭିତ୍ତିଭୂମି ନିର୍ମାଣ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମଧ୍ୟ ହାସଲ କରିଛି।
କାର୍ଯ୍ୟକ୍ରମରେ ଜୟପୁରଠାରେ କ୍ରୀଡା ବିଭାଗର କୋଚ ସୁମନ୍ତ ନାରାୟଣ ସାହୁ ତାଙ୍କ ଅଭିଜ୍ଞତା ବର୍ଣ୍ଣନା କରି କହିଥିଲେ ଯେ ଏହି ସ୍ପୋର୍ଟ୍ସ କମ୍ପ୍ଲେକ୍ସ ଦ୍ୱାରା ଅବିଭକ୍ତ କୋରାପୁଟ ଜିଲ୍ଲାର ବହୁ କ୍ରୀଡାବିତ ଅଭ୍ୟାସ ଜରିଆରେ ଉପକୃତ ହେବେ ଏବଂ ସେମାନେ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ରାଜ୍ୟ ପାଇଁ ସୁନାମ ଆଣିବେ। ସେହିପରି କ୍ରୀଡାବିତ ସମର୍ପିତା ପାଣିଗ୍ରାହୀ କହିଥିଲେ ଯେ ପୂର୍ବରୁ ଆମେ ନଦୀ ପୋଖରୀରେ ସନ୍ତରଣ ଅଭ୍ୟାସ କରୁଥିଲୁ । ଏବେ ଏହି ଅତ୍ୟାଧୁନିକ ସନ୍ତରଣାଗାରରେ ଆମେ ଅଭ୍ୟାସ କରିପାରିବୁ । ଏଥିପାଇଁ ମୁଖ୍ୟମନ୍ତ୍ରୀ ଏବଂ ୫-ଟି ଅଧ୍ୟକ୍ଷଙ୍କୁ ଉଭୟ ଧନ୍ୟବାଦ ଓ କୃତଜ୍ଞତା ଜଣାଇଥିଲେ।
କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ପୂର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚିବ ବୀର ବିକ୍ରମ ଯାଦବ ଓ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।କ୍ରୀଡା ନିର୍ଦ୍ଦେଶକ ଶ୍ରୀ ସିଦ୍ଧାର୍ଥ ଦାସ ଧନ୍ୟବାଦ ଅର୍ପଣ କରିଥିଲେ।
ବିଜେପିର ଦ୍ବିତୀୟ ତାଲିକାରେ ୭୨ ପ୍ରାର୍ଥୀଙ୍କ ନାମ; କର୍ଣ୍ଣାଲରୁ ଖଟ୍ଟର, ନାଗପୁରରୁ ଗଡକରୀ
Next ArticleCM Inaugurates Sports Complex in Jeypore, 26 Multipurpose Indoor Stadiums in 12 Dists
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
