ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ହେବ ବିଧାନସଭା ନିର୍ବାଚନ : ମେ’ ୧୩ରେ ପ୍ରଥମ ଓ ଜୁନ ପହିଲାରେ ଶେଷ ପର୍ଯ୍ୟାୟ ମତଦାନ
ନୂଆଦିଲ୍ଲୀ – ବାଜିଛି ନିର୍ବାଚନ ବିଗୁଲ। ଲୋକସଭା ଓ ଓଡ଼ିଶା ସମେତ ଚାରି ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ଓଡ଼ିଶାର ୧୪୭ ବିଧାନସଭା ଆସନରେ ନିର୍ବାଚନ ପାଇଁ ୪ଟି ପର୍ଯ୍ୟାୟରେ ହେବ ମତଦାନ । ମେ’ ୧୩ ତାରିଖରେ ପ୍ରଥମ ପର୍ଯ୍ୟାୟରେ ୨୮ଟି ବିଧାନସଭା ଆସନରେ ଭୋଟ୍ ଗ୍ରହଣ କରାଯିବ । ମେ’ ୨୦ ତାରିଖରେ ୩୫ଟି ବିଧାନସଭା ଆସନରେ ମତଦାନ ହେବ । ତୃତୀୟ ପର୍ଯ୍ୟାୟ ମତଦାନ ମେ’ [...]
ନୂଆଦିଲ୍ଲୀ – ବାଜିଛି ନିର୍ବାଚନ ବିଗୁଲ। ଲୋକସଭା ଓ ଓଡ଼ିଶା ସମେତ ଚାରି ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ଓଡ଼ିଶାର ୧୪୭ ବିଧାନସଭା ଆସନରେ ନିର୍ବାଚନ ପାଇଁ ୪ଟି ପର୍ଯ୍ୟାୟରେ ହେବ ମତଦାନ । ମେ’ ୧୩ ତାରିଖରେ ପ୍ରଥମ ପର୍ଯ୍ୟାୟରେ ୨୮ଟି ବିଧାନସଭା ଆସନରେ ଭୋଟ୍ ଗ୍ରହଣ କରାଯିବ । ମେ’ ୨୦ ତାରିଖରେ ୩୫ଟି ବିଧାନସଭା ଆସନରେ ମତଦାନ ହେବ । ତୃତୀୟ ପର୍ଯ୍ୟାୟ ମତଦାନ ମେ’ ୨୫ ତାରିଖରେ ହେବ । ଏହି ପର୍ଯ୍ୟାୟରେ ୪୨ଟି ବିଧାନସଭା ଆସନରେ ଭୋଟ୍ ଗ୍ରହଣ କରାଯିବ। ଚତୁର୍ଥ ପର୍ଯ୍ୟାୟ ମତଦାନ ଜୁନ ୧ ତାରିଖରେ ହେବ । ଏହି ପର୍ଯ୍ୟାୟରେ ମଧ୍ୟ ୪୨ଟି ଆସନରେ ଭୋଟ୍ ନିଆଯିବ । ଓଡ଼ିଶାର ଲୋକସଭା ନିର୍ବାଚନ ମଧ୍ୟ ବିଧାନସଭା ନିର୍ବାଚନ ସହ ହେବ । ଜୁନ ୪ ତାରିଖରେ ହେବ ଭୋଟ ଗଣତି।
ତାରିଖ ଘୋଷଣା ସହ ନିର୍ବାଚନ ଆଚରଣ ବିଧି ଲାଗୁ ହୋଇଛି ।
ଏଥର ନିର୍ବାଚନରେ ଓଡିଶାରେ ୩ କୋଟି ୩୨ ଲକ୍ଷ ୩୬ ହଜାର ୩୬୦ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିପାରିବେ । ଏଥର ୧ କୋଟି ୨୯ ଲକ୍ଷ ୭ ହଜାର ୯୫୪ ଭୋଟର ଅଧିକ ଯୋଡି ହୋଇଛନ୍ତି। ଓଡ଼ିଶାରେ ପୁରୁଷ ଭୋଟରଙ୍କ ସଂଖ୍ୟା ୧ କୋଟି ୬୮ ଲକ୍ଷ ୫୦ ହଜାର ୯୪୯ ହୋଇଥିବା ବେଳେ ମହିଳା ଭୋଟରଙ୍କ ସଂଖ୍ୟା ରହିଛି ୧ କୋଟି ୬୩ ଲକ୍ଷ ୮୨ ହଜାର ୦୩୧ ଅଛି। ସେହିପରି ତୃତୀୟ ଲିଙ୍ଗୀ ଭୋଟର ସଂଖ୍ୟା ରହିଛି ୩ ହଜାର ୩୮୦।
Lok Sabha and Odisha Assembly Elections Dates Announced: Details Here
Next Articleଏପ୍ରିଲ ୧୯ରୁ ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ, ଜୁନ ୪ରେ ଫଳାଫଳ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
