ଲାଞ୍ଚ ମାମଲାରେ ଜେଲ୍ ଗଲେ ପୂର୍ବତନ ପଞ୍ଚାୟତ ସମିତି ଅଧ୍ୟକ୍ଷା
ଭୁବନେଶ୍ୱର – ସୁନ୍ଦରଗଡ଼ ଜିଲ୍ଲା ଟାଙ୍ଗରପଲ୍ଲୀ ପଞ୍ଚାୟତ ସମିତିର ପୂର୍ବତନ ଅଧ୍ୟକ୍ଷା କୈ।ଶଲ୍ୟା ଧୁରୁଆ ଓ ତାଙ୍କ ସ୍ୱାମୀ ଇନ୍ଦ୍ରମଣି ଧୁରୁଆଙ୍କୁ ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ କରି ଦଣ୍ଡାଦେଶ ଦେଇଛନ୍ତି ସୁନ୍ଦରଗଡ଼ ସ୍ୱତନ୍ତ୍ର ଭିଜିଲାନ୍ସ ବିଚାରପତି। ଏମପି -ଲାଡ୍ ଫଣ୍ଡ ଅଧୀନରେ ତିନିଟି ଉନ୍ନୟନମୂଳକ କାର୍ଯ୍ୟର ଚୂଡାନ୍ତ ବିଲ୍ ପେମେଣ୍ଟ ପାଇଁ ଧୁରୁଆ ଦମ୍ପତ୍ତି ଅଭିଯୋଗକାରୀଙ୍କ ଠାରୁ ୯ ହଜାର ଟଙ୍କା ଲାଞ୍ଚ ନେଇଥିଲେ। ସୁନ୍ଦରଗଡ଼ ସ୍ୱତନ୍ତ୍ର ଭିଜିଲାନ୍ସ ବିଚାରପତି ପୂର୍ବତନ ପଞ୍ଚାୟତ ସମିତି [...]
ଭୁବନେଶ୍ୱର – ସୁନ୍ଦରଗଡ଼ ଜିଲ୍ଲା ଟାଙ୍ଗରପଲ୍ଲୀ ପଞ୍ଚାୟତ ସମିତିର ପୂର୍ବତନ ଅଧ୍ୟକ୍ଷା କୈ।ଶଲ୍ୟା ଧୁରୁଆ ଓ ତାଙ୍କ ସ୍ୱାମୀ ଇନ୍ଦ୍ରମଣି ଧୁରୁଆଙ୍କୁ ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ କରି ଦଣ୍ଡାଦେଶ ଦେଇଛନ୍ତି ସୁନ୍ଦରଗଡ଼ ସ୍ୱତନ୍ତ୍ର ଭିଜିଲାନ୍ସ ବିଚାରପତି। ଏମପି -ଲାଡ୍ ଫଣ୍ଡ ଅଧୀନରେ ତିନିଟି ଉନ୍ନୟନମୂଳକ କାର୍ଯ୍ୟର ଚୂଡାନ୍ତ ବିଲ୍ ପେମେଣ୍ଟ ପାଇଁ ଧୁରୁଆ ଦମ୍ପତ୍ତି ଅଭିଯୋଗକାରୀଙ୍କ ଠାରୁ ୯ ହଜାର ଟଙ୍କା ଲାଞ୍ଚ ନେଇଥିଲେ। ସୁନ୍ଦରଗଡ଼ ସ୍ୱତନ୍ତ୍ର ଭିଜିଲାନ୍ସ ବିଚାରପତି ପୂର୍ବତନ ପଞ୍ଚାୟତ ସମିତି ଅଧ୍ୟକ୍ଷା କୈଶ।ଲ୍ୟା ଧୁରୁଆଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୪ ବର୍ଷ ସଶ୍ରମ ଜେଲ୍ ଓ ୫ ହଜାର ଟଙ୍କା ଜୋରିମାନା ଆଦେଶ ଦେଇଛନ୍ତି। ଜୋରିମାନା ଅନାଦେୟ ଆଉ ୬ ମାସ ଜେଲରେ ରହିବାକୁ ପଡ଼ିବ । ଏହି ମାମଲାରେ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ କୈ।ଶଲ୍ୟାଙ୍କୁ ଅତିରିକ୍ତ ଭାବେ ଆଉ ତିନିମାସ ସଶ୍ରମ ଜେଲ୍ ଦଣ୍ଡାଦେଶ ସହ ୪ ହଜାର ଟଙ୍କା ଜୋରିମାନା ଆଦେଶ ଦେଇଛନ୍ତି। ଜୋରିମାନା ଅନାଦେୟ ୫ ମାସ ଅଧିକ ଜେଲରେ ରହିବାକୁ ପଡ଼ିବ ।
ଏହି ମାମଲାରେ କୈ।ଶଲ୍ୟାଙ୍କ ସ୍ୱାମୀ ଇନ୍ଦ୍ରମଣିଙ୍କୁ କୋର୍ଟ ୩ ବର୍ଷ ସଶ୍ରମ କାରାଦଣ୍ଡାଦେଶ ସହ ୫ ହଜାର ଟଙ୍କା ଜୋରିମାନା ଲଗାଇଛନ୍ତି। ଜୋରିମାନା ଅନାଦେୟ ତାଙ୍କୁ ଆଉ ୬ ମାସ ଜେଲ୍ ଦଣ୍ଡ ଭୋଗିବାକୁ ପଡ଼ିବ। ଆଜି କୈ।ଶଲ୍ୟା ଧୁରୁଙ୍କୁ ଜେଲ୍ ପଠାଇ ଦିଆଯାଇଛି।
ତେଲେଙ୍ଗାନା ରାଜ୍ୟପାଳ ତାମିଲିସାଇ ସୌନ୍ଦରାଜନଙ୍କ ଇସ୍ତଫା, ଲୋକସଭା ନିର୍ବାଚନ ଲଢ଼ିବା ସମ୍ଭାବନା
Next Articleଆଗାମୀ ନିର୍ବାଚନରେ ରାଜ୍ୟରେ ସୁରକ୍ଷା ବାହିନୀ ମୁତୟନ ନେଇ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
