ଆଗାମୀ ନିର୍ବାଚନରେ ରାଜ୍ୟରେ ସୁରକ୍ଷା ବାହିନୀ ମୁତୟନ ନେଇ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା
ଭୁବନେଶ୍ବର – ରାଜ୍ୟରେ ଆଗାମୀ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ କେନ୍ଦ୍ରୀୟ ସଶସ୍ତ୍ର ବାହିନୀ- ( ସିଏପିଏଫ୍ ) ଏବଂ ରାଜ୍ୟ ସଶସ୍ତ୍ର ବାହିନୀ ( ଏସ୍ଏପିଏଫ୍ ) ମୁତୟନ ସଂପର୍କରେ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଆଜି ଲୋକସେବା ଭବନରେ ଅନୁଷ୍ଠିତ ହୋଇଛି । ବୈଠକରେ ମୁଖ୍ୟ ଶାସନ ସଚିବପ୍ରଦୀପ କୁମାର ଜେନା , ରାଜ୍ୟ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂ , ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ [...]
ଭୁବନେଶ୍ବର – ରାଜ୍ୟରେ ଆଗାମୀ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ କେନ୍ଦ୍ରୀୟ ସଶସ୍ତ୍ର ବାହିନୀ- ( ସିଏପିଏଫ୍ ) ଏବଂ ରାଜ୍ୟ ସଶସ୍ତ୍ର ବାହିନୀ ( ଏସ୍ଏପିଏଫ୍ ) ମୁତୟନ ସଂପର୍କରେ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଆଜି ଲୋକସେବା ଭବନରେ ଅନୁଷ୍ଠିତ ହୋଇଛି । ବୈଠକରେ ମୁଖ୍ୟ ଶାସନ ସଚିବପ୍ରଦୀପ କୁମାର ଜେନା , ରାଜ୍ୟ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂ , ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ , ଅତିରିକ୍ତ ନିର୍ବାଚନ ଅଧିକାରୀ ଡଃ . ଏନ୍.ଥିରୁମାଲା ନାଏକ , ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡ଼ଙ୍ଗୀଙ୍କ ସମେତ ରାଜ୍ୟ ପୋଲିସ ପ୍ରଶାସନର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ ।ବିଭିନ୍ନ ପର୍ଯ୍ୟାୟରେ ଓଡ଼ିଶାରେ ହେବାକୁ ଥିବା ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସବୁ ଜିଲ୍ଲାରେ ଆବଶ୍ୟକତାକୁ ଦୃଷ୍ଟିରେ ରଖି କିପରି ପୋଲିସ ମୁତୟନ କରାଯିବ, ସେ ସଂପର୍କରେ ବୈଠକରେ ବିଶଦ ଆଲୋଚନା ହୋଇଛି । ଇଭିଏମ୍ କମିଶନିଂ ଠାରୁ ଆରମ୍ଭ କରି ଷ୍ଟ୍ରଙ୍ଗ୍ ରୁମରେ କଡା ସୁରକ୍ଷା ବ୍ୟବସ୍ଥା ଏବଂ ମତଦାନ ଯେପରି ଶାନ୍ତି ଶୃଙ୍ଖଳାର ସହ ହେବ , ସେଥିପାଇଁ ପୋଲିସ ପ୍ରଶାସନ ତରଫରୁ ସମସ୍ତ ବ୍ୟବସ୍ଥା ଗ୍ରହଣ ନେଇ ବୈଠକରେ ଆଲୋଚନା କରାଯାଇଥିଲା ।
ଲାଞ୍ଚ ମାମଲାରେ ଜେଲ୍ ଗଲେ ପୂର୍ବତନ ପଞ୍ଚାୟତ ସମିତି ଅଧ୍ୟକ୍ଷା
Next Articleଭାରତ ନିର୍ବାଚନ କମିଶନଙ୍କ ପତ୍ରିକାରେ ସ୍ଥାନ ପାଇଲା ଓଡ଼ିଶାର ବିଏଲ୍ଓ ମାସ୍କଟ ‘ ମିତା ଦିଦି ’
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
