ଭାରତ ନିର୍ବାଚନ କମିଶନଙ୍କ ପତ୍ରିକାରେ ସ୍ଥାନ ପାଇଲା ଓଡ଼ିଶାର ବିଏଲ୍ଓ ମାସ୍କଟ ‘ ମିତା ଦିଦି ’
ଭୁବନେଶ୍ୱର – ଓଡ଼ିଶାର ନିର୍ବାଚନ ସମ୍ବନ୍ଧୀୟ ବିଏଲ୍ଓ ମାସ୍କଟ ‘ ମିତା ଦିଦି’କୁ ଭାରତ ନିର୍ବାଚନ କମିଶନ ନିଜର ବିଏଲଓ ପତ୍ରିକାରେ ମାସ୍କଟ ରୂପେ ସ୍ଥାନିତ କରିଛନ୍ତି । ଓଡ଼ିଶାର ବିଏଲ ଓ ମାସ୍କଟ ‘ ମିତା ଦିଦି ବର୍ତ୍ତମାନ ସମଗ୍ର ଦେଶରେ ବିଏଲ୍ଓ ମାସ୍କଟ ପାଲଟିଛି । ଏହି ଅବସରରେ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସମସ୍ତ ବିଏଲଓଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ନିର୍ବାଚନ ପ୍ରକ୍ରିୟାରେ ବୁଥ ସ୍ତରୀୟ ଅଧିକାରୀ – ବିଏଲ୍ଓ [...]
ଭୁବନେଶ୍ୱର – ଓଡ଼ିଶାର ନିର୍ବାଚନ ସମ୍ବନ୍ଧୀୟ ବିଏଲ୍ଓ ମାସ୍କଟ ‘ ମିତା ଦିଦି’କୁ ଭାରତ ନିର୍ବାଚନ କମିଶନ ନିଜର ବିଏଲଓ ପତ୍ରିକାରେ ମାସ୍କଟ ରୂପେ ସ୍ଥାନିତ କରିଛନ୍ତି । ଓଡ଼ିଶାର ବିଏଲ ଓ ମାସ୍କଟ ‘ ମିତା ଦିଦି ବର୍ତ୍ତମାନ ସମଗ୍ର ଦେଶରେ ବିଏଲ୍ଓ ମାସ୍କଟ ପାଲଟିଛି । ଏହି ଅବସରରେ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସମସ୍ତ ବିଏଲଓଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ନିର୍ବାଚନ ପ୍ରକ୍ରିୟାରେ ବୁଥ ସ୍ତରୀୟ ଅଧିକାରୀ – ବିଏଲ୍ଓ ମାନଙ୍କର ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । ଭୋଟର ତାଲିକା ସଂଶୋଧନ ଏବଂ ନିର୍ବାଚନ ପରିଚାଳନା ପ୍ରକ୍ରିୟାରେ ତୃଣମୂଳ ସ୍ତରରେ ବୁଥ ସ୍ତରୀୟ ଅଧିକାରୀମାନେ ଗୁରୁତ୍ଵପୂର୍ଣ୍ଣ ଦାୟିତ୍ବ ତୁଲାଇଥାନ୍ତି। ବାହାରକୁ ଜଣାପଡୁ ନଥିଲେ ମଧ୍ଯ ନିର୍ବାଚନ ପ୍ରକ୍ରିୟାର ସଫଳ ରୂପାୟନ ପାଇଁ ଗୁରୁ ଦାୟିତ୍ଵ ବହନ କରୁଥିବାରୁ ସେମାନଙ୍କୁ ନିର୍ବାଚନର ‘ ଅକୀର୍ତ୍ତିତ ନାୟକ ’ ଭାବେ ଅଭିହିତ କରାଯାଏ ।
ଗଣତନ୍ତ୍ରକୁ ତୃଣମୂଳ ସ୍ତରରେ ଶକ୍ତିଶାଳୀ କରିବାରେ ବିଏଲଓ ମାନଙ୍କ ଦାୟିତ୍ଵକୁ ଭୂୟସୀ ପ୍ରଶଂସା କରି ମୁଖ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆସନ୍ତା ଏକକାଳୀନ ସାଧାରଣ ନିର୍ବାଚନରେ ସମସ୍ତ ବୁଥ ସ୍ତରୀୟ ଅଧିକାରୀମାନେ ଗଣତନ୍ତ୍ରର ଜାଗ୍ରତ ପ୍ରହରୀ ରୂପେ କାର୍ଯ୍ୟ କରିବେ ବୋଲି ପ୍ରେରିତ କରିଛନ୍ତି ।
ବର୍ତ୍ତମାନ ଓଡ଼ିଶାର ‘ ମିତା ଦିଦି ’ ସମଗ୍ର ଦେଶର ବୁଥସ୍ତରୀୟ ଅଧିକାରୀଙ୍କ ପ୍ରତିନିଧି ପାଲଟିଛି । ନିର୍ବାଚନ କମିଶନଙ୍କ ବୁଥସ୍ତରୀୟ ଅଧିକାରୀ ପତ୍ରିକାର ଦଶମ ସଂସ୍କରଣରେ ‘ ମିତା ଦିଦି ’ ସ୍ଥାନ ପାଇବା ସମସ୍ତ ବୁଥ ସ୍ତରୀୟ ଅଧିକାରୀ ତଥା ସମଗ୍ର ରାଜ୍ୟ ପାଇଁ ଏକ ଗର୍ବ ଓ ଗୌରବର ବିଷୟ । ଏହା ସମସ୍ତ ବୁଥ ସ୍ତରୀୟ ଅଧିକାରୀଙ୍କୁ ନିଜର ଦାୟିତ୍ଵ ନିର୍ବାହ କରିବା ପାଇଁ ଅଧିକ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ମତବ୍ୟକ୍ତ କରିଛନ୍ତି ।
ଆଗାମୀ ନିର୍ବାଚନରେ ରାଜ୍ୟରେ ସୁରକ୍ଷା ବାହିନୀ ମୁତୟନ ନେଇ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା
Next Articleନିର୍ବାଚନ ପାଇଁ ଓଡ଼ିଶା ପୋଲିସର ତତ୍ପରତା: ତିନି ପଡୋଶୀ ରାଜ୍ୟର ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଆନ୍ତଃରାଜ୍ୟ ସମନ୍ୱୟ ବୈଠକ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
