ଅବକାରୀ ଦୁର୍ନୀତି ମାମଲାରେ କେଜ୍ରିୱାଲ ଗିରଫ
ନୂଆଦିଲ୍ଲୀ: ଅବକାରୀ ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗୁରୁବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କରିଛି । ଗିରଫରୁ ସୁରକ୍ଷା ପାଇଁ କେଜ୍ରିୱାଲଙ୍କ ଆବେଦନ ଦିଲ୍ଲୀ ହାଇକୋର୍ଟ ଖାରଜ କରିବା ପରେ ଇଡି ଟିମ୍ ତାଙ୍କ ବାସଭବନରେ ପହଞ୍ଚିଥିଲା । କିଛି ମିନିଟ୍ ପଚରାଉଚରା କରିବା ପରେ ଆପର ଜାତୀୟ ଆବାହକ କେଜ୍ରିୱାଲଙ୍କୁ ଗିରଫ କରିଛି ଇଡି । ଦିଲ୍ଲୀ ଆପ୍ ସରକାରର ମନ୍ତ୍ରୀ ସୈାରଭ ଭରଦ୍ୱାଜ ମଧ୍ୟ ଟ୍ୱିଟ୍ କରି ଏହି ଖବର [...]
ନୂଆଦିଲ୍ଲୀ: ଅବକାରୀ ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗୁରୁବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କରିଛି । ଗିରଫରୁ ସୁରକ୍ଷା ପାଇଁ କେଜ୍ରିୱାଲଙ୍କ ଆବେଦନ ଦିଲ୍ଲୀ ହାଇକୋର୍ଟ ଖାରଜ କରିବା ପରେ ଇଡି ଟିମ୍ ତାଙ୍କ ବାସଭବନରେ ପହଞ୍ଚିଥିଲା । କିଛି ମିନିଟ୍ ପଚରାଉଚରା କରିବା ପରେ ଆପର ଜାତୀୟ ଆବାହକ କେଜ୍ରିୱାଲଙ୍କୁ ଗିରଫ କରିଛି ଇଡି । ଦିଲ୍ଲୀ ଆପ୍ ସରକାରର ମନ୍ତ୍ରୀ ସୈାରଭ ଭରଦ୍ୱାଜ ମଧ୍ୟ ଟ୍ୱିଟ୍ କରି ଏହି ଖବର ନିଶ୍ଚିତ କରିଛନ୍ତି। କେଜ୍ରିୱାଲଙ୍କ ଘର ବାହାରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି । ଅନ୍ୟପକ୍ଷରେ ଇଡି ଆକ୍ସନ ବିରୋଧରେ ଆସନ୍ତାକାଲି ସୁପ୍ରିମକୋର୍ଟରେ କେଜ୍ରିୱାଲଙ୍କ ଆବେଦନ ଶୁଣାଣି ହେବ ବୋଲି ତାଙ୍କ ଓକିଲ ଅଭିଷେକ ମନୁ ସିଂଘଭି କହିଛନ୍ତି।
ଏହା ପୂର୍ବରୁ ଦିଲ୍ଲୀ ହାଇକୋର୍ଟ ଗିରଫରୁ ସୁରକ୍ଷା ପାଇଁ କେଜ୍ରିୱାଲଙ୍କ ଆବେଦ ଖାରଜ କରି ଦେଇଥିଲେ । ଏହାର କିଛି ମିନିଟ୍ ପରେ ଇଡି ଟିମ୍ କେଜ୍ରିୱାଲଙ୍କ ଘରେ ପହଞ୍ଚିଥିଲା ।
ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଅରବିନ୍ଦ କେଜ୍ରିୱାଲଙ୍କୁ ଇଡି ପୂର୍ବରୁ ୯ ଥର ସମନ ଜାରି କରିଥିଲେ ମଧ୍ୟ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଥରେ ବି ହାଜର ହୋଇନଥିଲେ । ଇଡି ସମନକୁ ବେଆଇନ ବୋଲି କହିଥିଲେ କେଜ୍ରିୱାଲ। ସେପଟେ ଆପ୍ ଅଭିଯୋଗ କରିଛି ଯେ କେଜ୍ରିୱାଲଙ୍କୁ ଗିରଫ କରି ବିଜେପି ଆପ୍ ସରକାର ଭାଙ୍ଗିବାକୁ ଉଦ୍ୟମ କରୁଛି ।
ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହେବାରେ କେଜ୍ରିୱାଲ ହେଉଛନ୍ତି ସବୁଠୁ ହାଇ ପ୍ରୋଫାଇଲ୍ ବ୍ୟକ୍ତି। ତାଙ୍କ ପୂର୍ବରୁ ଇଡି କିଛି ଦିନ ତଳେ ତେଲେଙ୍ଗାନାର ପୂର୍ବତନ ମୁଖ୍ୟମନ୍ତ୍ରୀ କେସିଆରଙ୍କ ଝିଅ ତଥା ବିଆରଏସ୍ ନେତ୍ରୀ କେ.କବିତାଙ୍କୁ ଗିରଫ କରିଥିଲା। ଏହାଛଡ଼ା ଏହି ମାମଲାରେ କେଜ୍ରିୱାଲଙ୍କ ସହଯୋଗୀ ତଥା ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଓ ସଞ୍ଜୟ ସିଂହ ମଧ୍ୟ ଗିରଫ ହୋଇ ସମ୍ପ୍ରତି ଜେଲରେ ଅଛନ୍ତି।
Koraput: Retired BDO Sentenced to 3 Yrs Imprisonment for Misappropriating Govt Funds
Next Articleଇସ୍ତଫା ଦେବେନି କେଜ୍ରିୱାଲ, ଜେଲରୁ ସରକାର ଚଳାଇବେ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
