ଆଜିଠୁ ପ୍ରଥମ ପର୍ଯ୍ୟାୟ ଯୁକ୍ତ ଦୁଇ ପରୀକ୍ଷା ଖାତା ମୂଲ୍ୟାୟନ
ଭୁବନେଶ୍ୱର – ଆଜିଠୁ ଯୁକ୍ତ ଦୁଇ ପରୀକ୍ଷା ଖାତା ଦେଖା ଆରମ୍ଭ । ଦୁଇଟି ପର୍ଯ୍ୟାୟରେ ଯୁକ୍ତ ଦୁଇ ପରୀକ୍ଷା ଖାତା ମୂଲ୍ୟାୟନ କରାଯିବ । ପ୍ରଥମ ପର୍ଯ୍ୟାୟ ଖାତା ଦେଖା ଆଜିଠୁ ଏପ୍ରିଲ ୨ ତାରିଖ ଯାଏଁ ଚାଲିବ । ଦ୍ୱିତୀୟ ପର୍ଯ୍ୟାୟ ଖାତା ଦେଖା ଏପ୍ରିଲ ୪ତାରିଖରୁ ୧୫ ଯାଏଁ ଚାଲିବ। ମୋଟ ୬୯ଟି ଅଫଲାଇନ ୪୧ଟି ଅନଲାଇନ କେନ୍ଦ୍ରରେ ହେବ ପରୀକ୍ଷା ଖାତା ମୂଲ୍ୟାୟନ। ପ୍ରଥମ ପର୍ଯ୍ୟାୟରେ ୨ ହଜାର ୮୦୦ ଅଧ୍ୟାପକ [...]
ଭୁବନେଶ୍ୱର – ଆଜିଠୁ ଯୁକ୍ତ ଦୁଇ ପରୀକ୍ଷା ଖାତା ଦେଖା ଆରମ୍ଭ । ଦୁଇଟି ପର୍ଯ୍ୟାୟରେ ଯୁକ୍ତ ଦୁଇ ପରୀକ୍ଷା ଖାତା ମୂଲ୍ୟାୟନ କରାଯିବ । ପ୍ରଥମ ପର୍ଯ୍ୟାୟ ଖାତା ଦେଖା ଆଜିଠୁ ଏପ୍ରିଲ ୨ ତାରିଖ ଯାଏଁ ଚାଲିବ । ଦ୍ୱିତୀୟ ପର୍ଯ୍ୟାୟ ଖାତା ଦେଖା ଏପ୍ରିଲ ୪ତାରିଖରୁ ୧୫ ଯାଏଁ ଚାଲିବ। ମୋଟ ୬୯ଟି ଅଫଲାଇନ ୪୧ଟି ଅନଲାଇନ କେନ୍ଦ୍ରରେ ହେବ ପରୀକ୍ଷା ଖାତା ମୂଲ୍ୟାୟନ। ପ୍ରଥମ ପର୍ଯ୍ୟାୟରେ ୨ ହଜାର ୮୦୦ ଅଧ୍ୟାପକ ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ୩ ହଜାର ୭୦୦ ଜଣ ଅଧ୍ୟାପକ ଖାତା ମୂଲ୍ୟାୟନ କରିବେ । ବିଜ୍ଞାନ ଏବଂ ବାଣିଜ୍ୟ ବିଭାଗର ବିଷୟରେ ପରୀକ୍ଷା ଖାତା ଅନଲାଇନରେ ମୂଲ୍ୟାଙ୍କନ କରାଯିବ । ଅନ୍ୟ ସମସ୍ତ ବିଭାଗର ବିଷୟ ଗୁଡ଼ିକ ଅଫଲାଇନରେ କରାଯିବ ।
ଚଳିତବର୍ଷ ୩ ଲକ୍ଷ ୮୬ ହଜାର ୨୫୦ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି। ସେଥିରୁ ୩ ଲକ୍ଷ ୬୦ ହଜାର ୧୯୮ ରେଗୁଲାର ଓ ୨୬ ହଜାର ୫୨ ଜଣ ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ରହିଛନ୍ତି । ମୋଟ ୧ ଲକ୍ଷ ୯୯ ହଜାର ୩୬୧ ଜଣ ଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ଛାତ୍ରଙ୍କ ସଂଖ୍ୟା ରହିଛି ୧ ଲକ୍ଷ ୮୬ ହଜାର ୮୮୯ । ସେହିଭଳି ଭାବରେ କଳା ବିଭାଗରେ ୨ ଲକ୍ଷ ୩୭ ହଜାର ୭୫୦, ବିଜ୍ଞାନ ବିଭାଗରେ ୧ ଲକ୍ଷ ୧୬ ହଜାର ୬୨୦, ବାଣିଜ୍ୟ ବିଭାଗରେ ୨୬ ହଜାର ୮୯ ଜଣ ପରୀକ୍ଷା ଦେଇଥିବା ବେଳେ ଧନ୍ଦାମୂଳକ ବିଭାଗରେ ୫ ହଜାର ୭୯୧ ଜଣ ଏଥର ପରୀକ୍ଷା ଦେଇଛନ୍ତି। ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷାରେ କପି କରି ଧରା ପଡିଛନ୍ତି ୬୪୯ ଜଣ ଛାତ୍ର ଛାତ୍ରୀ।
ଆଜିଠୁ ଆଇପିଏଲ୍: ସିଏସ୍କେ-ଆର୍ସିବି ଉଦଘାଟନୀ ଲଢ଼େଇ
Next Articleକେଜ୍ରିୱାଲଙ୍କ ଗିରଫ ପ୍ରତିବାଦରେ ଆଜି ଦେଶବ୍ୟାପୀ ବିଜେପି ଅଫିସ ଘେରିବ ଆପ୍
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
