ମେ’ ୧୩ରେ ଓଡ଼ିଶାରେ ୪ ଲୋକସଭା ଓ ୨୮ ବିଧାନସଭା ଆସନରେ ଭୋଟ୍
ଭୁବନେଶ୍ୱର – ମେ’ ୧୩ ତାରିଖରେ ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ ହେବ । ଏହି ପର୍ଯ୍ୟାୟ ମତଦାନ ପାଇଁ ଏପ୍ରିଲ ୧୮ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ । ସେହିଦିନ ହିଁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ । ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ହେଉଛି ଏପ୍ରିଲ ୨୫ । ଏପ୍ରିଲ ୨୬ ତାରିଖରେ ପ୍ରାର୍ଥିପତ୍ରଗୁଡିକ ଯାଞ୍ଚ କରାଯିବ । ଏପ୍ରିଲ ୨୯ ହେଉଛି ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ। [...]
ଭୁବନେଶ୍ୱର – ମେ’ ୧୩ ତାରିଖରେ ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ ହେବ । ଏହି ପର୍ଯ୍ୟାୟ ମତଦାନ ପାଇଁ ଏପ୍ରିଲ ୧୮ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ । ସେହିଦିନ ହିଁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ । ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ହେଉଛି ଏପ୍ରିଲ ୨୫ । ଏପ୍ରିଲ ୨୬ ତାରିଖରେ ପ୍ରାର୍ଥିପତ୍ରଗୁଡିକ ଯାଞ୍ଚ କରାଯିବ । ଏପ୍ରିଲ ୨୯ ହେଉଛି ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ।
ମେ’ ୧୩ ତାରିଖରେ ୪ଟି ଲୋକସଭା ଆସନ ଓ ଏସବୁ ଆସନ ଅଧୀନରେ ଆସୁଥିବା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭୋଟ ଗ୍ରହଣ ହେବ । କଳାହାଣ୍ଡି ( ସାଧାରଣ) , ନବରଙ୍ଗପୁର ( ଏସଟି ), ବ୍ରହ୍ମପୁର (ସାଧାରଣ) ଓ କୋରାପୁଟ ( ଏସଟି ) ଲୋକସଭା ଆସନରେ ପ୍ରଥମ ପର୍ଯ୍ୟାୟରେ ଭୋଟ ଗ୍ରହଣ ହେବ ।
୨୮ଟି ବିଧାନସଭା ଆସନରେ ମଧ୍ୟ ମେ’ ୧୩ରେ ଭୋଟ୍ ନିଆଯିବ । ସେହି ଆସନଗୁଡିକ ହେଲା – ନୂଆପଡ଼ା, ଖରିଆର, ଉମରକୋଟ, ଝରିଗାଁ, ନବରଙ୍ଗପୁର, ଡାବୁଗାଁ, ଲାଞ୍ଜିଗଡ଼, ଜୁନାଗଡ଼, ଧର୍ମଗଡ, ଭବାନୀପାଟଣା, ନର୍ଲା, ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ମୋହନା, ପାରଳାଖେମୁଣ୍ଡି, ଗୁଣୁପୁର, ବିଷମ କଟକ, ରାୟଗଡ଼ା, ଲକ୍ଷ୍ମୀପୁର, କୋଟପାଡ଼, ଜୟପୁର, କୋରାପୁଟ, ପଟ୍ଟାଙ୍ଗୀ, ମାଲକାନଗିରି ଓ ଚିତ୍ରକୋଣ୍ଡା।
Odisha Elections 2024: Phase-Wise Poll Dates for Lok Sabha Seats
Next Articleନିର୍ବାଚନ -୨୪ : ମେ’ ୨୦ରେ ଓଡ଼ିଶାର ୫ ଲୋକସଭା ଓ ୩୫ ବିଧାନସଭା ଆସନରେ ଭୋଟ୍
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
