ମୁଖ୍ୟ ନିର୍ବାଚନ ଅଧିକାରୀଙ୍କର ନବରଙ୍ଗପୁର ଜିଲ୍ଲା ନିର୍ବାଚନ ପ୍ରସ୍ତୁତି ସମୀକ୍ଷା
ଭୁବନେଶ୍ୱର – ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଆଜି ନବରଙ୍ଗପୁର ଜିଲ୍ଲାର ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କରିଛନ୍ତି । ସେ ଅତିରିକ୍ତ ପୋଲିସ ଡିଜି ତଥା ରାଜ୍ୟ ପୋଲିସ ନୋଡାଲ ଅଧିକାରୀ ସଂଜୟ କୁମାରଙ୍କ ସହ ମିଶି ନବରଙ୍ଗପୁର ଜିଲ୍ଲାର ନିର୍ବାଚନ ପ୍ରସ୍ତୁତିର ବିଭିନ୍ନ ଦିଗ ବିଷୟରେ ସମୀକ୍ଷା କରିଥିଲେ । ଏହି ସମୀକ୍ଷାରେ ଦକ୍ଷିଣ- ପଶ୍ଚିମାଞ୍ଚଳ ଡିଆଇଜି ଚରଣ ସିଂ ମୀନା ମଧ୍ୟ ଯୋଗଦେଇ ଆଇନଶୃଙ୍ଖଳା ନେଇ ସମୀକ୍ଷା କରିଥିଲେ । ଆଗାମୀ [...]
ଭୁବନେଶ୍ୱର – ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଆଜି ନବରଙ୍ଗପୁର ଜିଲ୍ଲାର ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କରିଛନ୍ତି । ସେ ଅତିରିକ୍ତ ପୋଲିସ ଡିଜି ତଥା ରାଜ୍ୟ ପୋଲିସ ନୋଡାଲ ଅଧିକାରୀ ସଂଜୟ କୁମାରଙ୍କ ସହ ମିଶି ନବରଙ୍ଗପୁର ଜିଲ୍ଲାର ନିର୍ବାଚନ ପ୍ରସ୍ତୁତିର ବିଭିନ୍ନ ଦିଗ ବିଷୟରେ ସମୀକ୍ଷା କରିଥିଲେ । ଏହି ସମୀକ୍ଷାରେ ଦକ୍ଷିଣ- ପଶ୍ଚିମାଞ୍ଚଳ ଡିଆଇଜି ଚରଣ ସିଂ ମୀନା ମଧ୍ୟ ଯୋଗଦେଇ ଆଇନଶୃଙ୍ଖଳା ନେଇ ସମୀକ୍ଷା କରିଥିଲେ ।
ଆଗାମୀ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ମୁଖ୍ୟ ନିର୍ବାଚନ ଅଧିକାରୀ ନବରଙ୍ଗପୁର ଜିଲ୍ଲାର ନିର୍ବାଚନ ପ୍ରସ୍ତୁତିର ବିଭିନ୍ନ ଦିଗ ଉପରେ ସମୀକ୍ଷା କରିଛନ୍ତି । ସମୀକ୍ଷା ବୈଠକରେ ନବରଙ୍ଗପୁର ଜିଲ୍ଲାର ନିର୍ବାଚନ କାର୍ଯ୍ୟରେ ନିୟୋଜିତ ହୋଇଥିବା ସମସ୍ତ ଅଧିକାରୀଙ୍କ ସହ ସବିଶେଷ ଆଲୋଚନା କରିଥିଲେ । ଏଥିରେ ନିର୍ବାଚନ ପରିଚାଳନାର ବିଭିନ୍ନ ଦିଗ ଯଥା- ଆଇନଶୃଙ୍ଖଳା ପରିସ୍ଥିତି, ମତଦାନ ହାର ବୃଦ୍ଧି, ମତଦାନ କେନ୍ଦ୍ର, ମତଦାତାଙ୍କ ସୁବିଧା, ରାଜନୈତିକ ଦଳମାନଙ୍କ ମତାମତ ଓ ପ୍ରସ୍ତାବ, ଭାରତ ନିର୍ବାଚନ କମିଶନଙ୍କ ପକ୍ଷରୁ ଜାରି ବିଭିନ୍ନ ଆପ୍ଲିକେସନ୍ର ବ୍ୟବହାର ଆଦି ବିଷୟରେ ଆଲୋଚନା କରିଥିଲେ । ଏହା ସହ ସେ ସମସ୍ତ ବିଭାଗର ଅଧିକାରୀମାନଙ୍କ ସହ ନିର୍ବାଚନ ପରିଚାଳନା ପାଇଁ ନିଆଯାଉଥିବା ପଦକ୍ଷେପଗୁଡ଼ିକ ବିଷୟରେ ପଚାରି ବୁଝିଥିଲେ । ଜଙ୍ଗଲ, ପରିବହନ, ପୋଲିସ, ଅବକାରୀ, ରାଜ୍ୟ ଜିଏସ୍ଟି ବିଭାଗ ପରସ୍ପର ମଧ୍ୟରେ ସମନ୍ଵୟ ରକ୍ଷା କରି କାର୍ଯ୍ୟ କରିବାକୁ ସଂପୃକ୍ତ ବିଭାଗର ଅଧିକାରୀମାନଙ୍କୁ ମୁଖ୍ୟ ନିର୍ବାଚନ ଅଧିକାରୀ ନିର୍ଦ୍ଦେଶ ଦେଇଥିଲେ । ଜିଲ୍ଲାର ନକ୍ସଲ ପ୍ରଭାବିତ ଅଞ୍ଚଳଗୁଡ଼ିକରେ ଯେପରି ଶାନ୍ତି, ଶୃଙ୍ଖଳାର ସହ ମତଦାନ ହୋଇପାରିବ ଏବଂ ମତଗଣନା ପର୍ଯ୍ୟନ୍ତ ପରିସ୍ଥିତି ନିୟନ୍ତ୍ରଣରେ ରହିବ ସେଥ୍ ପାଇଁ ଏଡିଜି ସଂଜୟ କୁମାର ଏବଂ ଡିଆଇଜି ଚରଣ ସିଂହ ମୀନା ଏବଂ ନବରଙ୍ଗପୁର ଏସ୍ପି ରୋହିତ ବର୍ମାଙ୍କ ସହ ଆଲୋଚନା କରିଥିଲେ ।
ପରେ ମୁଖ୍ୟ ନିର୍ବାଚନ ଅଧିକାରୀ ଜିଲ୍ଲାର ଇଭିଏମ୍ ଓ ଭିଭିପ୍ୟାଟ୍ ୱେୟାରହାଉସ୍କୁ ଯାଇ ସେଠାକାର ସୁରକ୍ଷା ଅନ୍ୟ ଆନୁଷଙ୍ଗିକ ବ୍ୟବସ୍ଥାଗୁଡ଼ିକର ସମୀକ୍ଷା କରିଥିଲେ । ଗଣମାଧ୍ୟମର ପ୍ରତିନିଧିମାନଙ୍କ ସହ ଆଲୋଚନା କରି ସେ ମୁକ୍ତ, ଅବାଧ, ନିରପେକ୍ଷ ଓ ସମସ୍ତଙ୍କ ପାଇଁ ଅଂଶଗ୍ରହଣକାରୀ ନିର୍ବାଚନ ନିମନ୍ତେ ଜିଲ୍ଲା ପ୍ରଶାସନ ସମସ୍ତ ବ୍ୟବସ୍ଥା କରିଛନ୍ତି ଏବଂ ରାଜ୍ୟ ନିର୍ବାଚନ ଅଧିକାରୀ ଏସବୁର ତଦାରଖ କରୁଛନ୍ତି ବୋଲି ଶ୍ରୀ ଧଳ ମତ ଦେଇଥିଲେ । ମତଦାନ ନେଇ ଏକ ସାମାଜିକ ସଚେତନତା ସୃଷ୍ଟି ସହ ମତଦାନକୁ ଶାନ୍ତି ଶୃଙ୍ଖଳାର ସହ ସଂପାଦନ ନିମନ୍ତେ ମୁଖ୍ୟ ନିର୍ବାଚନ ଅଧିକାରୀ ଗଣମାଧ୍ୟମର ସହଯୋଗ କାମନା କରିଥିଲେ ।
ନବରଙ୍ଗପୁର ଜିଲ୍ଲା ଗସ୍ତ ପୂର୍ବରୁ ମୁଖ୍ୟ ନିର୍ବାଚନ ଅଧିକାରୀ କୋରାପୁଟ ଜିଲ୍ଲାର ଜୟପୁରଠାରେ ଥିବା ବିକ୍ରମ ଦେବ ବିଶ୍ଵବିଦ୍ୟାଳୟଠାରେ ଥିବା ମତଗଣନା କେନ୍ଦ୍ର ପରିଦର୍ଶନ ସହ ସେଠାରେ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥାର କାର୍ଯ୍ୟ ନେଇ ସନ୍ତୋଷ ବ୍ୟକ୍ତ କରିଥିଲେ ।
ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଡକ୍ଟର ଏନ୍. ତିରୁମାଲା ନାୟକ ରାୟଗଡ଼ା ଜିଲ୍ଲାରେ ଏବଂ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶତ୍ରୁଘ୍ନ କର ମାଲକାନଗିରି ଜିଲ୍ଲାରେ ନିର୍ବାଚନ ପ୍ରସ୍ତୁତି ନେଇ ମଧ୍ଯ ସମୀକ୍ଷା କରିଥିଲେ ।
ମୁଖ୍ୟ ନିର୍ବାଚନ ଅଧିକାରୀ ଏବଂ ରାଜ୍ୟ ପୋଲିସ ନୋଡାଲ ଅଧିକାରୀ ସଂଜୟ କୁମାର କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ମାଲକାନଗିରି ଜିଲ୍ଲାରେ ଚାଲିଥିବା ନିର୍ବାଚନ ପ୍ରସ୍ତୁତି ନେଇ ସନ୍ତୋଷ ପ୍ରକଟ କରିଛନ୍ତି । ଆଜି ମୁଖ୍ୟ ନିର୍ବାଚନ ଅଧିକାରୀ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିଛନ୍ତି ।
ଏହି ଅବସରରେ ନବରଂଗପୁର ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଡକ୍ଟର କମଳ ଲୋଚନ ମିଶ୍ର ପିପିଟି- ପ୍ରେଜେଣ୍ଟେସନ୍ ମାଧ୍ଯମରେ ମୁଖ୍ଯ ନିର୍ବାଚନ ଅଧିକାରୀଙ୍କ ନିକଟରେ ଜିଲ୍ଲା ସ୍ତରୀୟ ନିର୍ବାଚନ ପ୍ରସ୍ତୁତିର ସମସ୍ତ ବିବରଣୀ ରଖିଥିଲେ ।
CEO Reviews Poll Preparedness in Nabarangpur District
Next Articleନିର୍ବାଚନୀ ବଣ୍ଡ୍: ଭୁଶୁଡ଼ିଥିବା ଉତ୍ତରାଖଣ୍ଡ ଟନେଲ ନିର୍ମାଣ ସହ ଜଡ଼ିତ କମ୍ପାନୀ ବିଜେପିକୁ ଦେଇଛି ୫୫ କୋଟି ଚାନ୍ଦା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
