ବିଲ୍ ଝୁଲାଇ ରଖିବା ନେଇ ରାଷ୍ଟ୍ରପତିଙ୍କ ବିରୋଧରେ ସୁପ୍ରିମକୋର୍ଟ ଗଲେ କେରଳ ସରକାର
ନୂଆଦିଲ୍ଲୀ: ରାଜ୍ୟ ବିଧାନସଭା ଦ୍ୱାରା ପାରିତ ଚାରିଟି ବିଲକୁ ରାଷ୍ଟ୍ରପତି ମଞ୍ଜୁରି ନ ଦେବାରୁ କେରଳ ସରକାର ଏନେଇ ସୁପ୍ରିମକୋର୍ଟ ଯିବାକୁ ନିଷ୍ପତ୍ତି ନେଇଛନ୍ତି । ଏହି ବିଲ୍ ଗୁଡ଼ିକ ମଧ୍ୟରେ ବିଶ୍ୱବିଦ୍ୟାଳୟ ଆଇନ (ସଂଶୋଧନ) (ନମ୍ବର ୨) ବିଲ୍, ୨୦୨୧, କେରଳ ସମବାୟ ସମିତି (ସଂଶୋଧନ) ବିଲ୍, ୨୦୨୨, ବିଶ୍ୱବିଦ୍ୟାଳୟ ଆଇନ (ସଂଶୋଧନ) ବିଲ୍, ୨୦୨୨ ଏବଂ ବିଶ୍ୱବିଦ୍ୟାଳୟ ଆଇନ (ସଂଶୋଧନ) (ନମ୍ବର ୩) ବିଲ୍, ୨୦୨୨ ସାମିଲ । କୌଣସି କାରଣ ନ ଦର୍ଶାଇ [...]
ନୂଆଦିଲ୍ଲୀ: ରାଜ୍ୟ ବିଧାନସଭା ଦ୍ୱାରା ପାରିତ ଚାରିଟି ବିଲକୁ ରାଷ୍ଟ୍ରପତି ମଞ୍ଜୁରି ନ ଦେବାରୁ କେରଳ ସରକାର ଏନେଇ ସୁପ୍ରିମକୋର୍ଟ ଯିବାକୁ ନିଷ୍ପତ୍ତି ନେଇଛନ୍ତି । ଏହି ବିଲ୍ ଗୁଡ଼ିକ ମଧ୍ୟରେ ବିଶ୍ୱବିଦ୍ୟାଳୟ ଆଇନ (ସଂଶୋଧନ) (ନମ୍ବର ୨) ବିଲ୍, ୨୦୨୧, କେରଳ ସମବାୟ ସମିତି (ସଂଶୋଧନ) ବିଲ୍, ୨୦୨୨, ବିଶ୍ୱବିଦ୍ୟାଳୟ ଆଇନ (ସଂଶୋଧନ) ବିଲ୍, ୨୦୨୨ ଏବଂ ବିଶ୍ୱବିଦ୍ୟାଳୟ ଆଇନ (ସଂଶୋଧନ) (ନମ୍ବର ୩) ବିଲ୍, ୨୦୨୨ ସାମିଲ ।
କୌଣସି କାରଣ ନ ଦର୍ଶାଇ ଏହି ବିଲ୍ ଗୁଡ଼ିକୁ ରାଷ୍ଟ୍ରପତି ମଞ୍ଜୁରି ନ ଦେବା ନିଷ୍ପତ୍ତିକୁ ଅସାମ୍ବିଧାନିକ ଘୋଷଣା କରିବାକୁ ସିପିଆଇ (ଏମ୍) ନେତୃତ୍ୱାଧୀନ ରାଜ୍ୟର ଏଲଡିଏଫ୍ ସରକାର ସର୍ବୋଚ୍ଚ ନ୍ୟାୟାଳୟଙ୍କୁ ଅନୁରୋଧ କରିଛନ୍ତିି। ଏହି ମାମଲାରେ କେନ୍ଦ୍ର ସରକାର, ରାଷ୍ଟ୍ରପତିଙ୍କ ସଚିବ, ରାଜ୍ୟପାଳ ଆରିଫ ମହମ୍ମଦ ଖାନ ଏବଂ ତାଙ୍କ ଅତିରିକ୍ତ ସଚିବଙ୍କୁ ପକ୍ଷଭୁକ୍ତ କରିଛନ୍ତି କେରଳ ସରକାର।
କେରଳ ସରକାର ତରଫରୁ ଦାଖଲ ଆବେଦନରେ କୁହାଯାଇଛି ଯେ, ରାଜ୍ୟପାଳ ୭ଟି ବିଲକୁ ନିଜେ ବିଚାର ନ କରି ରାଷ୍ଟ୍ରପତିଙ୍କ ନିକଟକୁ ପଠାଇଛନ୍ତି। ଏହି ୭ଟି ବିଲ୍ ମଧ୍ୟରୁ କୌଣସିଟିରେ ବି କେନ୍ଦ୍ର-ରାଜ୍ୟ ସମ୍ପର୍କ ସହ କିଛି ଜଡ଼ିତ ନାହିଁ। ଏହା ସତ୍ତ୍ଵେ ଏହି ବିଲ୍ ଗୁଡ଼ିକୁ ରାଷ୍ଟ୍ରପତିଙ୍କ ନିକଟକୁ ପଠାଯାଇଛି । ଏହା ପୂର୍ବରୁ ମଧ୍ୟ ବିଧାନସଭା ଦ୍ବାରା ପାରିତ ଅନେକ ବିଲକୁ ମଞ୍ଜୁରି ନ ଦେବାରୁ ରାଜ୍ୟପାଳଙ୍କ ବିରୋଧରେ ସର୍ବୋଚ୍ଚ ନ୍ୟାୟାଳୟ ଯାଇଥିଲେ କେରଳ ସରକାର। ଏନେଇ ନଭେମ୍ବର ୨୦ରେ ରାଜ୍ୟପାଳଙ୍କ କାର୍ଯ୍ୟାଳୟକୁ ନୋଟିସ୍ ଜାରି କରି ଜବାବ ତଲବ କରିଥିଲେ ସୁପ୍ରିମକୋର୍ଟ ।
Naveen Reviews Sundargarh and Sambalpur LS Constituency Poll Preparedness
Next Articleଲକ୍ଷ୍ନୌ ସୁପର ଜାଏଣ୍ଟସକୁ ହରାଇଲା ରାଜସ୍ଥାନ ରୟାଲ୍ସ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
