ରାଜ୍ୟସ୍ତରୀୟ ଏନଫୋର୍ସମେଣ୍ଟ କମିଟିର ସମନ୍ଵୟ ବୈଠକ : ଯାଞ୍ଚ ଓ ଚଢାଉକୁ କଡାକଡି କରିବା ଉପରେ ଗୁରୁତ୍ବ
ଭୁବନେଶ୍ୱର – ରାଜ୍ୟରେ ଆଗାମୀ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟସ୍ତରୀୟ ଏନଫୋର୍ସମେଣ୍ଟ କମିଟିର ଅନ୍ୟ ଏକ ସମନ୍ଵୟ ବୈଠକ ଆଜି ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି । ଆଜିର ବୈଠକରେ ବିଭିନ୍ନ ଯାଞ୍ଚ ଓ ଚଢଉ ଦାୟିତ୍ବରେ ଥିବା ଏନଫୋର୍ସମେଣ୍ଟ କମିଟିର ସଦସ୍ୟମାନଙ୍କ ସହିତ ସଦ୍ୟତମ ସ୍ଥିତି ଯାଞ୍ଚ କରାଯାଇଥିଲା । ଆଗାମୀ ସାଧାରଣ ନିର୍ବାଚନ ଶାନ୍ତି ଶୃଙ୍ଖଳାର ସହ ଅନୁଷ୍ଠିତ ହେବା , ନିର୍ବାଚନ [...]
ଭୁବନେଶ୍ୱର – ରାଜ୍ୟରେ ଆଗାମୀ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟସ୍ତରୀୟ ଏନଫୋର୍ସମେଣ୍ଟ କମିଟିର ଅନ୍ୟ ଏକ ସମନ୍ଵୟ ବୈଠକ ଆଜି ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି । ଆଜିର ବୈଠକରେ ବିଭିନ୍ନ ଯାଞ୍ଚ ଓ ଚଢଉ ଦାୟିତ୍ବରେ ଥିବା ଏନଫୋର୍ସମେଣ୍ଟ କମିଟିର ସଦସ୍ୟମାନଙ୍କ ସହିତ ସଦ୍ୟତମ ସ୍ଥିତି ଯାଞ୍ଚ କରାଯାଇଥିଲା । ଆଗାମୀ ସାଧାରଣ ନିର୍ବାଚନ ଶାନ୍ତି ଶୃଙ୍ଖଳାର ସହ ଅନୁଷ୍ଠିତ ହେବା , ନିର୍ବାଚନ ଆଦର୍ଶ ଆଚରଣ ବିଧିକୁ କଡାକଡ଼ି ଅନୁପାଳନ କରାଯିବା ନେଇ ଗଠିତ ରାଜ୍ୟସ୍ତରୀୟ କମିଟିର ସଭ୍ୟମାନେ ଯୋଗଦେଇ ବିଭିନ୍ନ ପ୍ରସଙ୍ଗରେ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ । ଆଇନ୍ ଖିଲାପକାରୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ବିଭିନ୍ନ ବ୍ୟବସ୍ଥାରେ ରହିଥିବା ଯାଞ୍ଚ ଓ ଚଢଉ ଉପରେ ମୁଖ୍ୟ ଶାସନ ସଚିବ ଗୁରୁତ୍ଵ ଦେଇଛନ୍ତି ।
ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ , ରାଜସ୍ବ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ , ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ , ଅବକାରୀ ବିଭାଗ ପ୍ରମୁଖ ଶାସନ ସଚିବ , ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ , ଜିଏସଟି କମିଶନର , ରାଜ୍ୟ ପୋଲିସ ମହ ନିର୍ଦ୍ଦେଶକ , ପରିବହନ ବିଭାଗ କମିଶନର , ପ୍ରଧାନ ମୁଖ୍ୟ ବନ ସଂରକ୍ଷକ ତଥା ବନ ବାହିନୀ ମୁଖ୍ୟ , ଓଡିଶା ପ୍ରମୁଖ ସଦସ୍ୟମାନେ ଯୋଗଦେଇଥିଲେ ।
ବୈଠକରେ ପୋଲିସ ପ୍ରଶାସନ ତରଫରୁ ବର୍ତ୍ତମାନ ସୁଦ୍ଧା ରାଜ୍ୟର ଆଇନ୍ ଶୃଙ୍ଖଳା ସ୍ଥିତି , ନିର୍ବାଚନକୁ ଶାନ୍ତି ଶୃଙ୍ଖଳାର ସହ ଅନୁଷ୍ଠିତ ହେବା ପରିପ୍ରେକ୍ଷୀରେ ଅନୁପ୍ରବେଶକାରୀ ଏବଂ ଉଗ୍ରବାଦୀ କାର୍ଯ୍ୟକଳାପର ମୁକାବିଲା କରିବା ପାଇଁ ପୋଲିସ ତରଫରୁ କାର୍ଯ୍ୟାନୁଷ୍ଠାନ ସଂପର୍କରେ ତଥ୍ୟ ଉପସ୍ଥାପନ କରାଯାଇଥିଲା । ବିଭିନ୍ନ ଅପରାଧିକ ମାମଲାରେ ପୋଲିସ ତରଫରୁ ଅଦ୍ୟାବଧୂ କାର୍ଯ୍ୟନୁଷ୍ଠାନ , ନିର୍ବାଚନ ଘୋଷଣା ପରଠାରୁ ଅସ୍ତ୍ରଶସ୍ତ୍ର , ଗୋଳାବାରୁଦ ଇତ୍ୟାଦି ଜବତ , ମଦ ଓ ନିଶାଦ୍ରବ୍ୟ ମାମଲାରେ ନିଆଯାଉଥିବା ପଦକ୍ଷେପ ସଂପର୍କରେ ସୂଚନା ପ୍ରଦାନ କରାଯାଇଥିଲା । ବିଭିନ୍ନ ଜିଲ୍ଲାରେ ପୋଲିସ୍ ମୁତୟନ , ଆନ୍ତଃରାଜ୍ୟ ସୀମାରେ ପୋଲିସ ଚେକ୍ ପୋଷ୍ଟ , ଅବକାରୀ ଚେକ୍ ପୋଷ୍ଟ , ଜଙ୍ଗଲ ବିଭାଗ ଚେକ୍ ପୋଷ୍ଟ ଆଦିରେ କଡ଼ାକଡ଼ି ନଜର ରଖାଯିବା , ଅସାମାଜିକ କାର୍ଯ୍ୟକଳାପରେ ଲିପ୍ତ ଅନୁପ୍ରବେଶକାରୀ , ବେଆଇନ ମାଦକ ଦ୍ରବ୍ୟ ଚୋରା ଚାଲାଣ ଏବଂ ବେଆଇନ ନଗଦ ଟଙ୍କା କାରବାର ଉପରେ କଡ଼ା ନଜର ରଖିବାକୁ ବୈଠକରେ ଗୁରୁତ୍ବ ଦିଆଯାଇଛି । ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଆଦର୍ଶ ଆଚରଣ ବିଧି କଡାକଡି ଅନୁପାଳନ ପାଇଁ ସଂପୃକ୍ତ ପୋଲିସ ପ୍ରଶାସନ , ଅବକାରୀ ବିଭାଗ , ଜଙ୍ଗଲ ବିଭାଗ , ବାଣିଜ୍ୟ ଓ ପରିବହନ ବିଭାଗ ଆଦି ବିଭିନ୍ନ ବିଭାଗରେ ମୁଖ୍ୟମାନଙ୍କୁ ସମନ୍ଵୟ ରଖି କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ବୈଠକରେ ବେଆଇନ ମାଦକ ଦ୍ରବ୍ୟ ଜବତ ସଂପର୍କରେ ଅବକାରୀ ବିଭାଗ ତରଫରୁ ଅଦ୍ୟାବଧି ନିଆଯାଇଥିବା କାର୍ଯ୍ୟନୁଷ୍ଠାନ ସଂପର୍କରେ ବିଭାଗର ପ୍ରମୁଖ ଶାସନ ସଚିବ ସୂଚନା ପ୍ରଦାନ କରିଥିଲେ । ସେହିପରି ଜିଏସ୍ଟି କମିଶନର ଦ୍ରବ୍ୟ ଓ ସେବାକର ଆଇନ ଖିଲାପକାରୀଙ୍କ ବିରୁଦ୍ଧରେ କର୍ଯ୍ୟାନୁଷ୍ଠାନ ସଂପର୍କିତ ତଥ୍ୟ ଉପସ୍ଥାପନ କରିଥିଲେ । ଏ ସଂପର୍କରେ ନିୟମିତ ଆନ୍ତଃରାଜ୍ୟ ସମନ୍ୱୟ ବୈଠକ ନିୟମିତ ଅନୁଷ୍ଠିତ ହେଉଥିବା , ବାଣିଜ୍ୟ ଓ ପରିବହନ ବିଭାଗ ସମନ୍ଵୟରେ ମିଳିତ ଚଢଉ କରାଯାଇଥିବା ସଂପର୍କରେ ସେ ସୂଚନା ପ୍ରଦାନ କରିଥିଲେ ।
ଆଇପିଏଲ ଇତିହାସରେ ସର୍ବୋଚ୍ଚ ସ୍କୋର: ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ସନରାଇଜର୍ସ ହାଇଦ୍ରାବାଦର ୨୭୭ ରନ୍
Next Articleଗୀତା ଉପଦେଶ: ଯୋଗାରୂଢ ପୁରୁଷଙ୍କ ସର୍ଵ ସଂକଳ୍ପ ଶୁନ୍ୟତା ହିଁ ତାଙ୍କ କଲ୍ୟାଣ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
