ରେକର୍ଡ ସ୍କୋର କରିବା ପରେ ମୁମ୍ବାଇକୁ ହରାଇ ଖାତା ଖୋଲିଲା ସନରାଇଜର୍ସ ହାଇଦ୍ରାବାଦ
ହାଇଦ୍ରାବାଦ: ଟପ୍ ଅର୍ଡର ବ୍ୟାଟ୍ସମ୍ୟାନଙ୍କ ତୋଫାନୀ ଇନିଂସ ବଳରେ ରେକର୍ଡ ସ୍କୋର କରିବା ପରେ ସନରାଇଜର୍ସ ହାଇଦ୍ରାବାଦ ଚଳିତ ଆଇପିଏଲରେ ଏକ ହାଇସ୍କୋରିଂ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସକୁ ୩୧ ରନରେ ହରାଇଛି । ଏହି ବିଜୟ ସହ ଖାତା ଖୋଲିଛି ହାଇଦ୍ରାବାଦ। ଅନ୍ୟପକ୍ଷରେ ମୁମ୍ବାଇର ଏହା କ୍ରମାଗତ ଦ୍ବିତୀୟ ପରାଜୟ। ପ୍ରଥମେ ବ୍ୟାଟିଂ ପାଇଁ ଆମନ୍ତ୍ରିତ ହେବା ପରେ ସନରାଇଜର୍ସ ତିନି ୱିକେଟ୍ ହରାଇ ୨୭୭ ରନ୍ କରିଥିଲେ, ଯାହା ଆଇପିଏଲରେ ଏକ ନୂଆ ରେକର୍ଡ । [...]
ହାଇଦ୍ରାବାଦ: ଟପ୍ ଅର୍ଡର ବ୍ୟାଟ୍ସମ୍ୟାନଙ୍କ ତୋଫାନୀ ଇନିଂସ ବଳରେ ରେକର୍ଡ ସ୍କୋର କରିବା ପରେ ସନରାଇଜର୍ସ ହାଇଦ୍ରାବାଦ ଚଳିତ ଆଇପିଏଲରେ ଏକ ହାଇସ୍କୋରିଂ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସକୁ ୩୧ ରନରେ ହରାଇଛି । ଏହି ବିଜୟ ସହ ଖାତା ଖୋଲିଛି ହାଇଦ୍ରାବାଦ। ଅନ୍ୟପକ୍ଷରେ ମୁମ୍ବାଇର ଏହା କ୍ରମାଗତ ଦ୍ବିତୀୟ ପରାଜୟ।
ପ୍ରଥମେ ବ୍ୟାଟିଂ ପାଇଁ ଆମନ୍ତ୍ରିତ ହେବା ପରେ ସନରାଇଜର୍ସ ତିନି ୱିକେଟ୍ ହରାଇ ୨୭୭ ରନ୍ କରିଥିଲେ, ଯାହା ଆଇପିଏଲରେ ଏକ ନୂଆ ରେକର୍ଡ । ଏଥିସହ ହାଇଦ୍ରାବାଦ ୨୦୧୩ରେ ରୟାଲ୍ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି)ର ୨୬୩ ରନ୍ ରେକର୍ଡକୁ ଟପିଥିଲା । ଆରସିବି ସେହି ବର୍ଷ ପୁଣେ ୱାରିୟର୍ସ ବିପକ୍ଷରେ ଏହି ରେକର୍ଡ କରିଥିଲା।
ହାଇଦ୍ରାବାଦ ପ୍ରଦତ୍ତ ହିମାଳୟ ସଦୃଶ ବିଜୟଲକ୍ଷ୍ୟ ସତ୍ତ୍ୱେ ମୁମ୍ବାଇ ଶେଷ ପର୍ଯ୍ୟନ୍ତ ଲଢ଼ିଥିଲା । ହେଲେ ଦଳ ପାଞ୍ଚ ୱିକେଟ୍ ହରାଇ ୨୪୬ ରନ୍ କରିବାକୁ ସମର୍ଥ ହୋଇଥିଲା । ଏହି ମ୍ୟାଚରେ ମୋଟ ୫୨୩ ରନ୍ ହୋଇଥିଲା, ଯାହା ଏକ ଆଇପିଏଲ୍ ରେକର୍ଡ । ଏହାଛଡ଼ା ମ୍ୟାଚରେ ୩୮ଟି ଛକା ବର୍ଷିଥିଲା, ଯାହା ଟି-୨୦ କ୍ରିକେଟରେ ଏକ ନୂଆ ରେକର୍ଡ |
ଲୋକସଭା ନିର୍ବାଚନ: ଦ୍ୱିତୀୟ ପର୍ଯ୍ୟାୟ ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ
Next Articleଟିକେଟ୍ ନ ମିଳିବାରୁ ଏମଡିଏମକେ ସାଂସଦ ଗଣେଶମୂର୍ତ୍ତିଙ୍କ ଆତ୍ମହତ୍ୟା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
