ଆଉ ୪ ଦିନ ବଢ଼ିଲା କେଜ୍ରିୱାଲଙ୍କ ଇଡି ରିମାଣ୍ଡ
ନୂଆଦିଲ୍ଲୀ: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ କୌଣସି ଆଶ୍ବସ୍ତି ମିଳିନାହିଁ । ଟ୍ରାଏଲ୍ କୋର୍ଟ ତାଙ୍କ ଇଡି ରିମାଣ୍ଡ ଆଉ ଚାରି ଦିନ ବଢ଼ାଇଛନ୍ତି । କେଜ୍ରିୱାଲ ବର୍ତ୍ତମାନ ଏପ୍ରିଲ ୧ ପର୍ଯ୍ୟନ୍ତ ଇଡି ହାଜତରେ ରହିବେ। ଅବକାରୀ ନୀତି ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ଇଡି ଗତ ଗୁରୁବାର କେଜ୍ରିୱାଲଙ୍କୁ ତାଙ୍କ ବାସଭବନରୁ ଗିରଫ କରିଥିଲା। ପରଦିନ ତାଙ୍କୁ ଟ୍ରାଏଲ କୋର୍ଟ ୬ ଦିନ ଇଡି ରିମାଣ୍ଡରେ ପଠାଇଥିଲେ, [...]
ନୂଆଦିଲ୍ଲୀ: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ କୌଣସି ଆଶ୍ବସ୍ତି ମିଳିନାହିଁ । ଟ୍ରାଏଲ୍ କୋର୍ଟ ତାଙ୍କ ଇଡି ରିମାଣ୍ଡ ଆଉ ଚାରି ଦିନ ବଢ଼ାଇଛନ୍ତି । କେଜ୍ରିୱାଲ ବର୍ତ୍ତମାନ ଏପ୍ରିଲ ୧ ପର୍ଯ୍ୟନ୍ତ ଇଡି ହାଜତରେ ରହିବେ।
ଅବକାରୀ ନୀତି ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ଇଡି ଗତ ଗୁରୁବାର କେଜ୍ରିୱାଲଙ୍କୁ ତାଙ୍କ ବାସଭବନରୁ ଗିରଫ କରିଥିଲା। ପରଦିନ ତାଙ୍କୁ ଟ୍ରାଏଲ କୋର୍ଟ ୬ ଦିନ ଇଡି ରିମାଣ୍ଡରେ ପଠାଇଥିଲେ, ଯାହାର ଅବଧି ଆଜି ଶେଷ ହୋଇଥିଲା ।
ଆଜି ଇଡି କେଜ୍ରିୱାଲଙ୍କୁ ରାଉଜ୍ ଆଭେନ୍ୟୁ କୋର୍ଟରେ ହାଜର କରିଥିଲା । ତାଙ୍କୁ ଆଉ ୭ ଦିନ ରିମାଣ୍ଡରେ ନେବାକୁ ଦାବି କରିଥିଲା ଇଡି । ରିମାଣ୍ଡ ବୃଦ୍ଧି ନେଇ ଇଡିର ଦାବିକୁ କେଜ୍ରିୱାଲ ବିରୋଧ କରିନଥିଲେ । ସେ ତଦନ୍ତରେ ସହଯୋଗ କରିବେ ବୋଲି କହିଥିଲେ ।
ତେବେ କେଜ୍ରିୱାଲଙ୍କ ଓକିଲ କୋର୍ଟଙ୍କୁ କହିଥିଲେ ଯେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତାଙ୍କ ରିମାଣ୍ଡ ବୃଦ୍ଧିକୁ ବିରୋଧ ନ କରିବା ଅର୍ଥ ନୁହେଁ ଯେ ସେ ଇଡି ଅଭିଯୋଗକୁ ସ୍ବୀକାର କରୁଛନ୍ତି। ତାଙ୍କ ଗିରଫଦାରି ଏକ ଷଡ଼ଯନ୍ତ୍ର। ଆପ୍ ଏକ ଦୁର୍ନୀତିଗ୍ରସ୍ତ ଦଳ ବୋଲି ସର୍ବସାଧାରଣରେ ଧାରଣା ସୃଷ୍ଟି କରିବାକୁ ଉଦ୍ୟମ ହେଉଛି ବୋଲି ସେ ଦାବି କରିଥିଲେ ।
Odisha Govt to Implement PM SHRI Scheme
Next Articleଭର୍ତ୍ତୃହରି ଓ ସିଦ୍ଧାନ୍ତଙ୍କ ଉପରେ ବର୍ଷିଲେ ବିଜେଡି ନେତା ମୁନା ଖାଁ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
