ଭର୍ତ୍ତୃହରି ଓ ସିଦ୍ଧାନ୍ତଙ୍କ ଉପରେ ବର୍ଷିଲେ ବିଜେଡି ନେତା ମୁନା ଖାଁ
ଭୁବନେଶ୍ବର – ବିଜେଡି ଛାଡି ବିଜେପିରେ ମିଶିଥିବା ସିଦ୍ଧାନ୍ତ ମହାପାତ୍ର ଏବଂ ଭର୍ତ୍ତୃହରି ମହତାବଙ୍କୁ କଡ଼ା ସମାଲୋଚନା କରିଛନ୍ତି ବିଜେଡି ନେତା ମୁନା ଖାଁ । ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନଙ୍କ ବିନା ଉଭୟ ସିଦ୍ଧାନ୍ତ ଓ ଭର୍ତ୍ତୃହରି କିଛି ନୁହନ୍ତି । ନବୀନଙ୍କ ବିନା ଓ୍ବାର୍ଡ ମେମ୍ବର ହେବାକୁ ବି ଯୋଗ୍ୟ ନୁହଁନ୍ତି ବୋଲି କହି ତାତ୍ସଲ୍ୟ କରିଛନ୍ତି ମୁନା । ମୁନା କହିଛନ୍ତି, ଜଣେ ୨୬ ବର୍ଷ ଓ ଅନ୍ଯ ଜଣେ ୧୦ [...]
ଭୁବନେଶ୍ବର – ବିଜେଡି ଛାଡି ବିଜେପିରେ ମିଶିଥିବା ସିଦ୍ଧାନ୍ତ ମହାପାତ୍ର ଏବଂ ଭର୍ତ୍ତୃହରି ମହତାବଙ୍କୁ କଡ଼ା ସମାଲୋଚନା କରିଛନ୍ତି ବିଜେଡି ନେତା ମୁନା ଖାଁ । ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନଙ୍କ ବିନା ଉଭୟ ସିଦ୍ଧାନ୍ତ ଓ ଭର୍ତ୍ତୃହରି କିଛି ନୁହନ୍ତି । ନବୀନଙ୍କ ବିନା ଓ୍ବାର୍ଡ ମେମ୍ବର ହେବାକୁ ବି ଯୋଗ୍ୟ ନୁହଁନ୍ତି ବୋଲି କହି ତାତ୍ସଲ୍ୟ କରିଛନ୍ତି ମୁନା ।
ମୁନା କହିଛନ୍ତି, ଜଣେ ୨୬ ବର୍ଷ ଓ ଅନ୍ଯ ଜଣେ ୧୦ ବର୍ଷ ସାଂସଦ ଥିଲେ । ଦୁଇ ଜଣ ଯାକ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୟା ଓ ଆଶୀର୍ବାଦରୁ ସାଂସଦ ହୋଇଥିଲେ । ମୁଖ୍ଯମନ୍ତ୍ରୀଙ୍କୁ ଛାଡ଼ି ଦେଲେ ଗୋଟେ ୱାର୍ଡ ମେମ୍ବର ହେବା ପାଇଁ ଯୋଗ୍ୟ ନୁହଁନ୍ତି, ବିଗ୍ ଜିରୋ । ଗୋଟିଏ ଦିନ ସଂସଦରେ ପ୍ରଶ୍ନଟିଏ ପଚାରିନାହାନ୍ତି । ଯେଉଁ ଦଳରେ ଯୋଗ ଦେଇଛନ୍ତି ସେମାନେ ପରେ ବୁଝିବେ ବୋଲି ମୁନା ଖାଁ କହିଛନ୍ତି।
ଆଉ ୪ ଦିନ ବଢ଼ିଲା କେଜ୍ରିୱାଲଙ୍କ ଇଡି ରିମାଣ୍ଡ
Next Articleମା’ ବିରଜାଙ୍କ ଆଶୀର୍ବାଦ ଭିକ୍ଷା କଲେ ପ୍ରଣବ ପ୍ରକାଶ ଦାସ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
